ଗୁଳିମାଡ଼ରେ ବ୍ୟବସାୟୀ ଗୁରୁତର

ଚିକିଟି,୬।୬(ଡି.ଏନ.ଏ.)-ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ବୀରସିଂହ ଲକ୍ଷ୍ମୀ ନାରାୟଣପୁର ଗ୍ରାମର ଜଣେ ବ୍ୟବସାୟୀଙ୍କୁ ଗୁରୁବାର ସନ୍ଧ୍ୟା ପ୍ରାୟ ୬ଟାରେ ଗୁଳିମାଡ଼ ହୋଇଛି। ସେ ହେଲେ ସୁବାସ ଚନ୍ଦ୍ର ପଣ୍ଡା। ତାଙ୍କ ମୁହଁରେ ଗୁଳି ବାଜିଛି। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଚିକିଟି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ସେଠାରୁ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସନ୍ଦେହରେ ୨ ଜଣଙ୍କୁ ଅଟକ ରଖି ପଚରାଉଚୁରା ଚଳାଇଛି।
ପ୍ରକାଶ ଯେ, ସୁବାସ ବ୍ରାହ୍ମଣମାନଙ୍କଠାରୁ ଚାଉଳ ଓ ଲୁଗା କିଣି ବ୍ୟବସାୟ କରନ୍ତି। ତାଙ୍କର କାହା ସହିତ ଶତ୍ରୁତା ନ ଥିଲା। ଗୁରୁବାର ସନ୍ଧ୍ୟାରେ ସେ ଗାଁ ଛକକୁ ଆସି ଠିଆ ହୋଇଥିଲେ। ଏହି ସମୟରେ ୩ ଦୁର୍ବୃତ୍ତ ଏକ ବାଇକରେ ଆସି ହଠାତ ତାଙ୍କ ଉପରକୁ ଗୁଳିମାଡ଼ କରି ପଳାଇଥିଲେ। ଗୁଳି ସୁବାସଙ୍କ ମୁହଁରେ ବାଜିବାରୁ ସେ ତଳେ ପଡ଼ିଯାଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଡାକ୍ତରାଖାନା ନେଇଥିଲେ। ଖବରପାଇ କେ.ନୂଆଗାଁ ଥାନା ଅଧିକାରୀ ମାଧବାନନ୍ଦ ନାୟକ, ଚିକିଟି ଏସ୍‌ଡିପିଓ ସୁରେନ୍ଦ୍ରନାଥ ମୁର୍ମୁ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛନ୍ତି। ଗୁଳିମାଡର ପ୍ରକୃତ କାରଣ ଜଣାପଡିନି। ଏହା ପଛରେ ବ୍ୟବସାୟିକ ଶତ୍ରୁତା ଥିବା ଅନୁମାନ କରାଯାଇଛି। ତଦନ୍ତ ପରେ ପ୍ରକୃତ କାରଣ ଜଣାପଡିବ ବୋଲି ଏସ୍‌ଡିପିଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

‘ଦେଶ ପାଇଁ ବାଜପେୟୀଙ୍କ ଅବଦାନ ଅବିସ୍ମରଣୀୟ’

ଛତ୍ରପୁର,୨୫ା୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଭାରତର ପ୍ରାକ୍ତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ସମାରୋହ ସୁଶାସନ ଦିବସ ପାଳିତ ହୋଇଯାଇଛି।...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

ଶୀତ ମହୋତ୍ସବରେ ଯୋଗଦେବେ ବିଧାନସଭାର ପୂର୍ବତନ ଉପବାଚସ୍ପତି, ସହମତି ପ୍ରକାଶ କରି…

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଜାନୁଆରୀରେ ହେବାକୁ ରହିଥିବା ଶୀତ ମହୋତ୍ସବରେ ଅନ୍ୟ ଅତିଥିଙ୍କ ମଧ୍ୟରେ ବିଧାନସଭାର ପୂର୍ବତନ ଉପବାଚସ୍ପତି ସାଲୁଗା ପ୍ରଧାନ ଯୋଗଦେବାକୁ...

ଶୀତକୁ ନାହିଁ ଖାତିର, ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପୁଣି ବଢ଼ିଲା ଶୀତର ପ୍ରକୋପ। ବିଭିନ୍ନ ସ୍ଥାନରେ ଘନକୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ଗୁରୁବାର ସକାଳେ...

ଗୁଲୁଆଙ୍କ ଗୁମର ଖୋଲିଦେଲେ ସ୍ତ୍ରୀ: ନୂଆ ନୂଆ ଝିଅଙ୍କୁ ଧରି….

ଭୁବନେଶ୍ୱର,୨୫।୧୨: ଓଡ଼ିଆ କମେଡିଆନ୍‌ ଗୁଲୁଆଙ୍କ ସାଂସାରିକ ଜୀବନରେ ଆସିଛି ଝଡ଼। ଜୀବନ ପ୍ରତି ବିପଦ ଥିବା ଗୁଲୁଆ ଅଭିଯୋଗ କରିବା ପରେ ତାଙ୍କ ସ୍ତ୍ରୀ ତଥା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri