ଏରସମା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର:୫ ଡାକ୍ତର ପଦବୀ ଖାଲି

ଏରସମା, ୨୮।୨ (ସ୍ବ.ପ୍ର.): ଗ୍ରାମାଞ୍ଚଳରେ ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକର ଭିତ୍ତିଭୂମି ସଜାଡ଼ିବା ସହ ଲୋକମାନଙ୍କୁ ଉପଯୁକ୍ତ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ସକାଶେ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ଏ ନେଇ ବିଭିନ୍ନ ଯୋଜନା ମାଧ୍ୟମରେ ଲକ୍ଷାଧିକ ଟଙ୍କା ବ୍ୟୟ କରାଯାଇ ମେଡିକାଲ ପରିସର ଉନ୍ନତୀକରଣ କରାଯାଉଥିବା ବେଳେ ଆବଶ୍ୟକ ଡାକ୍ତର ଓ କର୍ମଚାରୀ ନିଯୁକ୍ତ କରାଯାଉ ନ ଥିବାରୁ ଲୋକମାନେ ବହୁ ଅସୁବିଧା ଭୋଗୁଛନ୍ତି। ଏରସମା ବ୍ଲକ ମୁଖ୍ୟାଳୟରେ ପ୍ରତିଷ୍ଠା କରାଯାଇଥିବା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସମାନ ଅସୁବିଧା ଦେଖାଦେଇଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି।
ପ୍ରକାଶ ଯେ, ଏରସମାର ୨୫ଟି ପଞ୍ଚାୟତବାସୀକୁ ଉନ୍ନତ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ପୂର୍ବତନ ଏମ୍‌ପି ଲୋକନାଥ ଚୌଧୁରୀଙ୍କ ଉଦ୍ୟମରେ ବ୍ଲକ ମୁଖ୍ୟାଳୟଠାରେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପ୍ରତିଷ୍ଠା କରାଯାଇଥିଲା। ଏହାପରେ ସ୍ଥାନୀୟ ଅଞ୍ଚଳରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଉନ୍ନତି ଘଟିବ ବୋଲି ଅଞ୍ଚଳବାସୀ ଖୁସି ବ୍ୟକ୍ତ କରିଥିଲା ବେଳେ ଏବେ କର୍ମଚାରୀ ଅଭାବ ଯୋଗୁ ଲୋକମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ସ୍ବାସ୍ଥ୍ୟକେନ୍ଦ୍ର ଭିତରକୁ ଚପଲ ନେବା ପାଇଁ ବାରଣ କରାଯାଇଥିବା ବେଳେ ପ୍ରତିଦିନ ଚଟାଣକୁ ଫିନାଇଲରେ ପରିଷ୍କାର କରାଯାଉଛି। ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଫୁଲ କୁଣ୍ଡିଆରେ ଗଛ ରଖାଯାଇଛି। ଗାଡି ପାର୍କିଂ କରିବା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ମଧ୍ୟ ଅଛି। ଫାଟକରେ ସିକ୍ୟୁରିଟି ବ୍ୟବସ୍ଥା କରାଯାଇଛି। ହେଲେ ୩୦ ଶଯ୍ୟା ବିଶିଷ୍ଟ ଏହି ମେଡିକାଲରେ ୮ ଡାକ୍ତର ପଦବୀରୁ ୫ ପଦବୀ ଖାଲିପଡ଼ିଛି। ଏବେ ଏଠାରେ ମାତ୍ର ୩ ଆସିଷ୍ଟାଣ୍ଟ ସର୍ଜନ ପଦବୀ ପୂରଣ ହୋଇଥିବା ବେଳେ ଶିଶୁ ରୋଗ ବିଶେଷଜ୍ଞ, ପ୍ରସୂତି ଓ ସ୍ତ୍ରୀ ରୋଗ, ଅସ୍ଥିଶଲ୍ୟ, ଭେଷଜ ବିଶେଷଜ୍ଞ ଓ ଜଣେ ସୁପରିଣ୍ଟେଣ୍ଡେଣ୍ଟ ପଦବୀ ଦୀର୍ଘ ଦିନ ହେବ ଖାଲିପଡିଛି। ଫଳରେ ଲୋକମାନେ ଏଠାରୁ ଆବଶ୍ୟକ ଚିକିତ୍ସା ନପାଇ ବାଲିକୁଦା, ଜଗତ୍‌ସିଂହପୁର ଜିଲା ମୁଖ୍ୟ ଚିକିତ୍ସାଳୟ ଓ କଟକ ବଡ ଡକ୍ତରଖାନାକୁ ଯାଇ ଅଧିକ ଖର୍ଚ୍ଚାନ୍ତ ହେଉଛନ୍ତି। ଅପରପକ୍ଷରେ ଏହି ସ୍ବାସ୍ଥ୍ୟ କେନ୍ଦ୍ର ଅଧୀନରେ ମୋଟ ୩୦ଟି ସ୍ବାସ୍ଥ୍ୟ ଉପକେନ୍ଦ୍ର ରହିଛି। ମାତ୍ର ପରିତାପର ବିଷୟ, ସେଥିରୁ କେତେକ ଉପକେନ୍ଦ୍ରରେ ସ୍ବାସ୍ଥ୍ୟକର୍ମୀ ନାହାନ୍ତି। ଭିତର ଅନ୍ଧାରୀ, ବାରବାଟିଆ, ଭିରଙ୍ଗ, ପଏଦା ଓ ଜପା ଉପକେନ୍ଦ୍ରରେ ସ୍ବାସ୍ଥ୍ୟକର୍ମୀ ନାହାନ୍ତି। ଏ ନେଇ ଭାରପ୍ରାପ୍ତ ଅଧିକରୀ ଡା. ଅମିୟ ସ୍ବାଇଁଙ୍କୁ ପଚାରିବାରେ ସ୍ବାସ୍ଥ୍ୟକେନ୍ଦ୍ରରେ ବିଶେଷଜ୍ଞ ପଦବୀର ଆବଶ୍ୟକତା ରହିଛି ବୋଲି କହିଛନ୍ତି। ତେବେ ବିଭାଗୀୟ ଅଧିକାରୀ ଏ ଦିଗରେ ଦୃଷ୍ଟି ଦେଇ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri