ବିଭିନ୍ନ ଧର୍ମର ତୀର୍ଥସ୍ଥଳୀ ବିକାଶ ପାଇଁ ୨୩ କୋଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ରାଜ୍ୟର ବିଭିନ୍ନ ଧର୍ମର ୨୩ଟି ତୀର୍ଥସ୍ଥଳୀର ବିକାଶ ପାଇଁ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୩ କୋଟି ଟଙ୍କା ଅନୁମୋଦନ କରିଛନ୍ତି। ଏହି ଅର୍ଥ ସ୍ପେଶାଲ ପ୍ରୋବ୍ଲେମ ଫଣ୍ଡରୁ ଖର୍ଚ୍ଚ କରାଯିବ।
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ବରଗଡ ଜିଲାର ନୃସିଂହନାଥ ମନ୍ଦିର, ଭଦ୍ରକ ଜିଲାର ମା’ ଭଦ୍ରକାଳୀ, ବଲାଙ୍ଗୀରର ହରିଶଙ୍କର, ଢେଙ୍କାନାଳର ଶ୍ରୀଚନ୍ଦ୍ରଶେଖର ଜୀଉ ବିଜେ, ଜଗତ୍‌ସିଂହପୁରର ମା’ ଶାରଳା, ଯାଜପୁର ମା’ ବିରଜା, କେନ୍ଦୁଝରର ବଳଦେବ ଜୀଉ, କୋରାପୁଟର ଗୁପ୍ତେଶ୍ୱର ଏବଂ ନବରଙ୍ଗପୁରର ନୀଳକଣ୍ଠେଶ୍ୱର ମନ୍ଦିର ଉନ୍ନତୀକରଣ ପାଇଁ ୧ କୋଟି ଲେଖାଏ ଅନୁଦାନ ଘୋଷଣା କରାଯାଇଛି। ସେହିପରି ବଲାଙ୍ଗୀର ସିଏନଆଇ ଚର୍ଚ୍ଚ, ଖୋର୍ଦ୍ଧାର ବାପ୍‌ଟିଷ୍ଟ, କଟକ ମାଉଣ୍ଟ ହାଉସ, କଳାହାଣ୍ଡିର ସେଣ୍ଟ ପଲ୍‌ ପ୍ରୋଟେଷ୍ଟାଣ୍ଟ ଏବଂ ଭୁବନେଶ୍ୱରର ଚର୍ଚ୍ଚ ଅଫ ଖ୍ରୀଷ୍ଟକୁ ୧ କୋଟି ଲେଖାଏ ଅନୁଦାନ ଦେବାକୁ ଘୋଷଣା କରାଯାଇଛି। ସେହିପରି ପୁରୀର ଜାହାନାଇ ପୀର, ସୋନପୁରର ହାଜିର ଅବଦୁଲ ସକୁର ବାବା ତରଭା ସରିଫ, ଭଦ୍ରକର ଦରଘା-ଇ- ହଜୁର ମୁଜାହିଦ-ଇ- ମିଲାତ, ବାଲେଶ୍ୱରର ଭୁଜାଖିଆ ପୀର, ଭୁବନେଶ୍ୱରର ଜାମା ମସ୍‌ଜିଦ ଏବଂ ଖୋର୍ଦ୍ଧା ଜିଲାର ହଜରତ ବୁଖାରୀ ପୀର ବାବାଙ୍କ ମସ୍‌ଜିଦର ବିକାଶ ପାଇଁ ୧ କୋଟି ଲେଖାଏ ଏବଂ ସୁନ୍ଦରଗଡର ଗୁରୁସିଂ ସାହେବ ଗୁରୁଦ୍ୱାର ଏବଂ ପୁରୀ ଜିଲାର ବୌଳି ମଠ ପାଇଁ ୧ କୋଟି ଟଙ୍କା ଲେଖାଏ ଅନୁଦାନ ଦେବାକୁ ସରକାର ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri