ପିତାଙ୍କୁ ହତ୍ୟା ଅଭିଯୋଗରେ ପୁଅ ଅଟକ

ବୌଦ୍ଧ,୭ା୬(ସ୍ବ.ପ୍ର.): ବୌଦ୍ଧ ସହର ନିକଟବର୍ତ୍ତୀ ମୁରୁଷୁଣ୍ଡି ପଞ୍ଚାୟତର ସରଣ୍ଡା ଗ୍ରାମରେ ପିତାଙ୍କୁ ହତ୍ୟା ଅଭିଯୋଗରେ ପୁଅ ଅଟକ ଥିବା ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ସଦାଶିବ ପାତ୍ର (୪୫) ପ୍ରଚୁର ମଦ୍ୟପାନ କରି ଘରକୁ ଫେରିବା ପରେ ଗୋଟିଏ ଛୁରୀ ଧରି ସ୍ତ୍ରୀ ଯଶୋବନ୍ତୀ ଏବଂ ପୁଅ ଆଶିଷ(୧୯)ଙ୍କ ସହ ଝଗଡ଼ା କରିଥିଲେ। ଏନେଇ ପିତାପୁତ୍ରଙ୍କ ମଧ୍ୟରେ ମାଡପିଟ୍‌ ଲାଗିଥିଲା। ଫଳରେ ସଦାଶିବ ତଳେ ପଡ଼ିଯାଇଥିଲେ। ସେହି ସମୟରେ ସେ ହାତରେ ଧରିଥିବା ଛୁରୀଟି ତାଙ୍କ ବେକରେ ପଶିଯାଇଥିବା  ସ୍ତ୍ରୀ ଯଶୋବନ୍ତୀ ପ୍ରକାଶ କରିଛନ୍ତି। ଶୁକ୍ରବାର ସକାଳୁ ବୌଦ୍ଧ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତଦନ୍ତ ପରେ ସମସ୍ତ ସତ୍ୟାସତ୍ୟ ଜଣାପଡ଼ିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri