ଦଳ ଛାଡ଼ିଲେ ଶତାଧିକ କଂଗ୍ରେସ କର୍ମୀ

ବାଲିକୁଦା, ୨୯।୨ (ସ୍ବ.ପ୍ର.): ବାଲିକୁଦା ବ୍ଲକ ବଡ଼ଗାଁ ପଞ୍ଚାୟତର କଂଗ୍ରେସ ସମର୍ଥତ୍ତ ସରପଞ୍ଚ ନୀହାରିକା ବିଶ୍ୱାଳ ଶୁକ୍ରବାର ଶତାଧିକ ସମର୍ଥକଙ୍କ ସହ ବିଜେଡିରେ ଯୋଗଦେଇଛନ୍ତି। ଏ ନେଇ ସ୍ଥାନୀୟ କରକେଇ ପୀଠଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ଜିଲାପରିଷଦ ସଭ୍ୟ ରାମଚନ୍ଦ୍ର ମହାନ୍ତି ଅଧ୍ୟକ୍ଷତା କରିଥିଲେ। ସଭାରେ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, ପଞ୍ଚାୟତ ସମିତି ଅଧ୍ୟକ୍ଷା ମଧୁସ୍ମିତା ସାହୁ, ଏରସମା ପଞ୍ଚାୟତ ସମିତି ଅଧ୍ୟକ୍ଷ ପ୍ରଣବ ସ୍ବାଇଁ, ବାଲିକୁଦା ବ୍ଲକ ବିଜେଡି ସଭାପତି ରତ୍ନାକର ନାୟକ, ବଡ଼ଗାଁ ପଞ୍ଚାୟତ ବିଜେଡି ସଭାପତି ଉପେନ୍ଦ୍ର ନାଥ ବିଶ୍ୱାଳ, ସମିତିସଭ୍ୟା ସୁଚିସ୍ମିତା ପଟ୍ଟନାୟକ, ବ୍ଲକ ବିଜେଡି କୃଷକ ମୋର୍ଚ୍ଚା ସଭାପତି ସନ୍ତୋଷ ରାୟ, ଛାତ୍ର ବିଜେଡି ସଭାପତି କମଳ କିରଣ ବିଶ୍ୱାଳ ଉପସ୍ଥିତ ଥିଲେ। ଏହି ଅବସରରେ ମନ୍ତ୍ରୀ ଦାସ ସରପଞ୍ଚ ବିଶ୍ୱାଳଙ୍କୁ ପୁଷ୍ପମାଲ୍ୟ ଦେଇ ସ୍ବାଗତ କରିଥିଲେ। କଂଗ୍ରେସ କର୍ମୀ ଭୋଳିନାଥ ନାୟକ, ଭକ୍ତଚରଣ ଜେନା, ସତ୍ୟାନନ୍ଦ ଲେଙ୍କା, ଚନ୍ଦ୍ରମଣି ଦାସ, ଈଶ୍ୱର ନାୟକ, ପ୍ରମୋଦ ନାୟକ, ବସନ୍ତ ପରିଡ଼ା, ଦିବାକର ରାୟ, ସସ୍ମିତା ବିଶ୍ୱାଳ, ମୀନାକ୍ଷୀ ଭୋଳ, ଗୋବର୍ଦ୍ଧନ ବିଶ୍ୱାଳ, ପ୍ରହଲ୍ଲାଦ ଜେନା, ପ୍ରମୋଦ ସାହୁ, ଚିନ୍ମୟୀ ଜେନା, ଲୋକନାଥ ରାଉତ ଏହି ଅବସରରେ ବିଜେଡିରେ ଯୋଗଦେଇଥିବା ବେଳେ ତାଙ୍କୁ ଦଳ ପକ୍ଷରୁ ସ୍ବାଗତ କରାଯାଇଥିଲା। ବିଜେଡିରେ ମିଶିବା ପରେ ସରପଞ୍ଚ ବିଶ୍ୱାଳ କୁହନ୍ତି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ମଳ ଭାବମୂର୍ତ୍ତି ଓ ମନ୍ତ୍ରୀ ରଘୁନନ୍ଦନ ଦାସଙ୍କ ଆଦର୍ଶ ଓ ବିଚାରଧାରାରେ ଅନୁପ୍ରାଣିତ ହୋଇ ସେ ବିଜେଡିରେ ଯୋଗଦେଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ବଡଗାଁର ପୂର୍ବତନ ସମିତିସଭ୍ୟ ନବକିଶୋର ଜେନା, ପୂର୍ବତନ ସମିତିସଭ୍ୟ ହରତଶ୍ଚନ୍ଦ୍ର ଶତପଥୀ, ପ୍ରକାଶ ରାୟ, ନାଏବ ସରପଞ୍ଚ ବିଶ୍ୱନାଥ ଦାସ, ପୂର୍ବତନ ସରପଞ୍ଚ ହେମନ୍ତ ସେଠୀ, ସରୋଜ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri