Posted inଖେଳ

୨୪୨ ରନ୍‌ରେ ଅଲଆଉଟ୍‌ ଭାରତ

ଖୀଷ୍ଟଚର୍ଚ୍ଚ,୨୯ା୨- ଏଠାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ଶନିବାରଠାରୁ ଆରମ୍ଭ ହୋଇଯାଇଛି। ନ୍ୟୁଜିଲାଣ୍ଡ ଅଧିନାୟକ କେନ ଓ୍ବିଲିୟମସନ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଫଳରେ ପ୍ରଥମେ ବ୍ୟାଟିଂ କରିଥିବା ଟିମ୍‌ ଇଣ୍ଡିଆ ୬୩ ଓଭରରେ ୨୪୨ ରନ୍‌ରେ ଅଲଆଉଟ୍‌ ହୋଇଯାଇଛି। ପ୍ରଥମ ମ୍ୟାଚ୍‌ ଭଳି ଦ୍ୱିତୀୟ ମ୍ୟାଚ୍‌ର ମଧ୍ୟ ଅଧିନାୟକ ବିରାଟ କୋହଲି (୩) ଓ ରିଷବ ପନ୍ତ (୧୨) ଫ୍ଲପ ହୋଇଛନ୍ତି। କିନ୍ତୁ ପ୍ରଥମ ମ୍ୟାଚ୍‌ରେ ଭଲ ବ୍ୟାଟିଂ କରିଥିବା ଉପ ଅଧିନାୟକ ଅଜିଙ୍କ୍ୟ ରାହାନେ (୭) ଓ ମୟଙ୍କ ଅଗ୍ରଓ୍ବାଲ (୭) ବିଫଳ ହୋଇଥିଲେ। ପୃଥ୍ବୀ ଶ (୫୪), ଚେତେଶ୍ୱର ପୂଜାରା (୫୪) ଓ ହନୁମା ବିହାରୀ (୫୫) ଅର୍ଦ୍ଧଶତକୀୟ ଇନିଂସ ଖେଳିଥିଲେ। ଇନିଂସ ଶେଷ ଆଡ଼କୁ ରବୀନ୍ଦ୍ର ଜାଡେଜା ୯, ମହମ୍ମଦ ଶାମି ୧୬, ଯଶପ୍ରୀତ ବୁମରା (୧୦) ଆଟାକିଂ ବ୍ୟାଟିଂ କରିଥିଲେ। ଘରୋଇ ବୋଲରଙ୍କ ମଧ୍ୟରେ କ୍ୟାରିୟରର ଦ୍ୱିତୀୟ ଟେଷ୍ଟ ଖେଳୁଥିବା କାଇଲ ଜେମିଶନ ୫ ଉଇକେଟ ସଫଳତା ହାସଲ କରିଥିଲେ। ଟିମ ସୌଦି ଓ ଟ୍ରେଣ୍ଟ ବୋଲ୍ଟ ୨ ଲେଖାଏ ଉଇକେଟ ହାତେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

ଲକ୍ଷ୍ନୌରେ ଭୟଙ୍କର ବାୟୁ ପ୍ରଦୂଷଣ: ଟସ୍ ବିଳମ୍ବ, ମାସ୍କ ପିନ୍ଧି ହାର୍ଦ୍ଦିକଙ୍କ ଫଟୋ ଭାଇରାଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ର ଟସ୍ ଘନ କୁହୁଡ଼ି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri