Posted inଖେଳ

ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ା: ୧୦୦ ମିଟରରେ ଦୂତୀଙ୍କୁ ସ୍ବର୍ଣ୍ଣ

ଭୁବନେଶ୍ୱର,୨୯।୨(ସ୍ପୋଟର୍‌ସ ବ୍ୟୁରୋ): ଦେଶର ଦ୍ରୁତତମ ମହିଳା ଦୂତୀ ଚାନ୍ଦ ପୁଣିଥରେ ନିଜ ଖ୍ୟାତି ଅନୁରୂପ ପ୍ରଦର୍ଶନ କରିଛନ୍ତି। ଏଠାରେ ଚାଲିଥିବା ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାରେ ସେ କିଟ୍‌ ବିଶ୍ୱବିଦ୍ୟାଳୟ ତରଫରୁ ପ୍ରତିନିଧିତ୍ୱ କରି ୧୦୦ମିଟର ଫାଇନାଲ ଦୌଡ଼ରେ ପ୍ରଥମ ସ୍ଥାନ ଅଧିକାର କରି ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ଶନିବାର ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ଏହି ଏହି ରେସ୍‌ରେ ସେ ୧୧.୪୯ ସେକେଣ୍ଡ ନେଇ ଏହି ସଫଳତା ପାଇଛନ୍ତି। ସେହିପରି ମାଙ୍ଗାଲୋର ବିଶ୍ୱବିଦ୍ୟାଳୟର ଏସ. ଧନଲକ୍ଷ୍ମୀ ୧୧.୯୯ ସେକେଣ୍ଡ ସମୟ ନେଇ ଦ୍ୱିତୀୟ ସ୍ଥାନରେ ରହିବା ସହ ରୌପ୍ୟ ପଦକ ହାସଲ କରିଛନ୍ତି। ଅନ୍ୟପଟେ ମହାତ୍ମା ଗାନ୍ଧୀ ବିଶ୍ୱବିଦ୍ୟାଳୟର ଏସ୍‌.ଏସ୍‌. ସ୍ନେହା ୧୨.୦୮ ସେକେଣ୍ଡ ସମୟ ନେଇ ତୃତୀୟ ସ୍ଥାନରେ ରହି ବ୍ରୋଞ୍ଜ୍‌ ପଦକ ଜିତିଛନ୍ତି। ଆଚାର୍ଯ୍ୟ ନାଗାର୍ଜୁନ ବିଶ୍ୱବିଦ୍ୟାଳୟର ଜ୍ୟୋତି ୟାରାଜୀ ୧୨. ୩୧ ସେକେଣ୍ଡ ସମୟ ନେଇ ଚତୁର୍ଥ, ଉତ୍କଳ ବିଶ୍ୱବିଦ୍ୟାଳର ଦୀପାଳି ମହାପାତ୍ର ୧୨. ୩୫ ସେକେଣ୍ଡ ସମୟ ନେଇ ପଞ୍ଚମ ସ୍ଥାନରେ ରହିଛନ୍ତି। ଉତ୍କଳ ତରଫରୁ ଅଂଶଗ୍ରହଣ କରିଥିବା ଅନ୍ୟତମ ଧାବିକା ବିନତି ବେହେରା ୧୩.୨୪ ସେକେଣ୍ଡ ସମୟ ନେଇ ଅଷ୍ଟମ ସ୍ଥାନରେ ରହିଛନ୍ତି।
ଏଥି ସହିତ ୨୪ ବର୍ଷୀୟା ଦୂତୀ ନୂଆ ମିଟ୍‌ ରେକର୍ଡ ସ୍ଥାପନ କରିଛନ୍ତି। ପୂର୍ବର ରେକର୍ଡ ୧୧. ୫୬କୁ ଦୂତୀ ଅତିକ୍ରମ କରିଛନ୍ତି। ଏହା ପୂର୍ବରୁ ସକାଳେ ସେମିଫାଇନାଲରେ ଦୂତୀ ୧୧. ୬୧ ସେକେଣ୍ଡ ସମୟ ନେଇଥିଲେ। ଫାଇନାଲରେ ସେ ପ୍ରଦର୍ଶନରେ ଉନ୍ନତି ଆଣିଛନ୍ତି। ଦୂତୀଙ୍କର ବ୍ୟକ୍ତିଗତ ଶ୍ରେଷ୍ଠ ପ୍ରଦର୍ଶନ ଥିଲା ୧୧.୨୨ ସେକେଣ୍ଡ। ଗତବର୍ଷ ଜାତୀୟ ଓପନ୍‌ ଆଥଲେଟିକ୍ସରେ ସେ ଏହି ସଫଳତା ହାସଲ କରି ନିଜର ପୂର୍ବର ରେକର୍ଡରେ ସୁଧାର ଆଣିଥିଲେ। ଦୂତୀ ଏବେ ଏହି ମେଗା ଇଭେଣ୍ଟର ଅନ୍ତିମ ଦିବସରେ ରବିବାର ୨୦୦ମି. ଦୌଡ଼ରେ ଅଂଶଗ୍ରହଣ କରିବେ। ଏହି ଇଭେଣ୍ଟରେ ଦୂତୀ ଅବଶ୍ୟ ଫେଭରାଇଟ ବିବେଚିତ ହେଉଛନ୍ତି। ଉଲ୍ଲେଖଥାଉ କି, ଦୂତୀ ୨୦୧୯ ଜୁଲାଇ ୧୦ ତାରିଖରେ ଇଟାଲୀର ନାପୋଲିରେ ଅନୁଷ୍ଠିତ ଓ୍ବାଲର୍‌ଡ ୟୁନିଭର୍ସିଟି ଗେମ୍ସରେ ୧୦୦ମିଟର ଦୌଡ଼ରେ ୧୧.୩୨ ସେକେଣ୍ଡ ସମୟ ନେଇ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ। ସେ ପ୍ରଥମ ଭାରତୀୟ ଭାବେ ଏହି କ୍ରୀଡ଼ାରେ ୧୦୦ମି.ରେ ସ୍ବର୍ଣ୍ଣିମ ସଫଳତା ହାସଲ କରି ଇତିହାସ ସୃଷ୍ଟି କରିଥିଲେ। ପୂର୍ବରୁ କୌଣସି ଭାରତୀୟ ଓ୍ବାଲର୍‌ଡ ୟୁନିଭର୍ସିଟି ଗେମ୍ସ ଇତିହାସରେ ୧୦୦ମି. ଫାଇନାଲକୁ କ୍ୱାଲିଫାଏ କରିପାରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri