Posted inଖେଳ

ସେମିରେ ଅଷ୍ଟ୍ରେଲିଆ

ମେଲବୋର୍ନ,୨ା୩- ଚଳିତ ମହିଳା ଟି୨୦ ବିଶ୍ୱକପ୍‌ରେ ଆୟୋଜକ ତଥା ଡିଫେଣ୍ଡିଂ ଚାମ୍ପିୟନ ଅଷ୍ଟ୍ରେଲିଆ ସେମିଫାଇନାଲରେ ପ୍ରବେଶ କରିଛି। ପଡ଼ୋଶୀ ନ୍ୟୁଜିଲାଣ୍ଡକୁ ୪ ରନ୍‌ରେ ହରାଇ ଅଷ୍ଟ୍ରେଲିଆ ବିଶ୍ୱକପ୍‌ ହାତେଇବା ଆଶା ଉଜ୍ଜୀବିତ ରଖିଛି। ଅଷ୍ଟ୍ରେଲିଆ ସହ ଭାରତ, ଇଂଲଣ୍ଡ ଓ ଦକ୍ଷିଣ ଆଫ୍ରିକା ଅନ୍ତିମ ୪ ପର୍ଯ୍ୟାୟରେ ଖେଳିବେ। ମାତ୍ର ଏପର୍ଯ୍ୟନ୍ତ କେଉଁ ଦଳ କାହାକୁ ଭେଟିବ ତାହା ଜଣାପଡ଼ିନାହିଁ। ମଙ୍ଗଳବାର ଲିଗ୍‌ ପର୍ଯ୍ୟାୟ ଶେଷ ହେବା ପରେ ଏହା ସ୍ପଷ୍ଟ ହେବ।
ସ୍ଥାନୀୟ ଜଙ୍କଶନ ଓଭାଲ ଗ୍ରାଉଣ୍ଡରେ ଅନୁଷ୍ଠିତ ରୋମାଞ୍ଚପୂର୍ଣ୍ଣ ମ୍ୟାଚ୍‌ରେ ଦୁଇ ଦଳ ମଧ୍ୟରେ ଜୋର୍‌ଦାର ଲଢ଼େଇ ହୋଇଥିଲା। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଅଷ୍ଟ୍ରେଲିଆ ବେଥ୍‌ ମୁନି(୬୦)ଙ୍କ ଅର୍ଦ୍ଧଶତକ ବଳରେ ଧାର୍ଯ୍ୟ ୨୦ ଓଭରରେ ୫ ଉଇକେଟ ହରାଇ ୧୫୫ ରନ୍‌ କରିଥିଲା। ଅନ୍ୟମାନଙ୍କ ମଧ୍ୟରେ ଅଧିନାୟିକା ମେଗ ଲାନ୍ନିଂ ୨୧, ଆଶ୍‌ଲେ ଗାର୍ଡନର ୨୦, ଇଲିସେ ପେରି ୨୧ ଓ ରାଚେଲ ହାଇନେସ ୧୯ ରନ୍‌ କରିଥିଲେ। ନ୍ୟୁଜିଲାଣ୍ଡ ପାଇଁ ବୋଲିଂରେ ଆନ୍ନା ପିଟରସନ ଦୁଇ ଉଇକେଟ ନେଇଥିବାବେଳେ ହେଲି ଜନ୍‌ସନ ଓ ଆମେଲି କେରଙ୍କୁ ଗୋଟିଏ ଲେଖାଏ ଉଇକେଟ ମିଳିିଥିଲା। ଜବାବରେ ବ୍ୟାଟ୍ସଓମେନଙ୍କ ମିଳିତ ଉଦ୍ୟମ ସତ୍ତ୍ୱେ ନ୍ୟୁଜିଲାଣ୍ଡ ବିଜୟ ଲକ୍ଷ୍ୟଠାରୁ ୫ ରନ୍‌ ଦୂରରେ ରହିଯାଇଥିଲା। ନ୍ୟୁଜିଲାଣ୍ଡ ଶେଷ ପର୍ଯ୍ୟନ୍ତ ଖେଳି ୭ ଉଇକେଟ କ୍ଷତିରେ ୧୫୧ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ଅଧିନାୟିକା ସୋଫି ଡେଭିନ ୩୧, କାଟେ ମାର୍ଟିନ ୩୭, ମାଡି ଗ୍ରୀନ୍‌ ୨୮ ଓ ରାଚେଲ ପ୍ରିଷ୍ଟ ୧୭ ରନ୍‌ କରିଥିଲେ। ଅନ୍ତିମ ଓଭରରେ ଦଳକୁ ଜିତିବା ଲାଗି ୨୦ ରନ୍‌ ଦରକାର ଥିଲା। କିନ୍ତୁ କାସ୍‌ପର୍କେ ଓ ମାର୍ଟିନଙ୍କ ଯୋଡ଼ି ପ୍ରଥମ ୫ ବଲରେ ମାତ୍ର ୯ ରନ୍‌ କରିପାରିଥିଲେ। ଅନ୍ତିମ ବଲରେ ମାର୍ଟିନ ଛକା ଲଗାଇଥିଲେ, ହେଲେ ତାହା ଯଥେଷ୍ଟ ନ ଥିଲା। ବିଜୟୀ ଦଳ ପକ୍ଷରୁ ମେଗାନ ସ୍କଟ୍‌ ଓ ଜର୍ଜିଆ ଓ୍ବାରହାମ୍‌ ୩ଟି ଲେଖାଏ ସଫଳତା ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri