୭ ଦଫା ଦାବି ନେଇ ଖଣି, କାରଖାନା ଘେରିଲେ

ଯୋଡ଼ା, ୨।୩(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ବ୍ଲକ ଅନ୍ତର୍ଗତ ଦେଓଝର ପଞ୍ଚାୟତବାସୀ ୭ ଦଫା ଦାବି କରି ସୋମବାର ଶାରଦା ଖଣି ଓ ଜିନ୍ଦଲ କାରଖାନାକୁ ଘେରିଛନ୍ତି। ସୋମବାର ପୂର୍ବାହ୍ନ ସାଢ଼େ ୧୧ଟାରେ ପଞ୍ଚାୟତର ପ୍ରାୟ ୭୦୦ରୁ ଊର୍ଦ୍ଧ୍ୱ ମହିଳାପୁରୁଷ ଏକ ଶୋଭାଯାତ୍ରାରେ ବାହାରି ଉଭୟ ଖଣି କର୍ତ୍ତୃପକ୍ଷଙ୍କୁ ବିଭିନ୍ନ ଦାବି କରି ଦସ୍ତଖତ ସମ୍ବଳିତ ଏକ ଦାବିପତ୍ର ପ୍ରଦାନ କରିଥିଲେ। ଏକ ବିରାଟ ପଟୁଆରରେ ଆଦିବାସୀମାନେ ପରମ୍ପାରିକ ଅସ୍ତ୍ରଶସ୍ତ୍ର ଧରି ଖଣି ଓ କାରଖାନା କାର୍ଯ୍ୟାଳୟକୁ ଯାଇଥିଲେ। ଅତୀତରେ ଖଣି ଏବଂ ଶିଳ୍ପ ଆରମ୍ଭ ହେବା ବେଳକୁ ଅଞ୍ଚଳବାସୀଙ୍କୁ ନିଯୁକ୍ତି, ପରିବହନ, ଅଞ୍ଚଳର ପାରିପାର୍ଶ୍ୱିକ ଉନ୍ନତି ପାଇଁ ଦିଆଯାଇଥିବା ପ୍ରତିଶ୍ରୁତିକୁ ଖିଲାପ କରିଥିବାରୁ ଅଞ୍ଚଳବାସୀ ବାରମ୍ବାର ଖଣି ଓ ଶିଳ୍ପ କାରଖାନାର କର୍ତ୍ତୃପକ୍ଷଙ୍କୁ ଲିଖିତ ଭାବେ ଜଣାଇଥିଲେ ା ମାତ୍ର ଖଣି ଓ କାରଖାନା କର୍ତ୍ତୃପକ୍ଷ ଏଦିଗରେ ଦୃଷ୍ଟି ଦେଉ ନ ଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ସେମାନେ କରିଥିବା ବିଭିନ୍ନ ଦାବି ଗୁଡିକର ଯଥାଶୀଘ୍ର ସମାଧାନ କରା ନ ଗଲେ ଆଗାମୀ ଦିନରେ ଧାରଣା ଓ ଆନ୍ଦୋଳନ କରାଯିବାର ନିଷ୍ପତ୍ତି ନିଆଯାଇଥିବା ପୂର୍ବତନ ଯୋଡା ବ୍ଲକ ଅଧ୍ୟକ୍ଷ ସୁବାଷ ନାଏକ, ପୂର୍ବତନ ଯୋଡା ବ୍ଲକ ଉପାଧ୍ୟକ୍ଷ ଯୋଗେନ୍ଦ୍ର କୁମାର ବେହେରା କହିଛନ୍ତି। ଏହି ରାଲିରେ ଗ୍ରାମର ଗୁରୁଚରଣ ମହାନ୍ତ, ଶିବ ଚରଣ ମହାନ୍ତ, ବିର୍ସି ମୁଣ୍ଡା, ଅଶାଢୁ ନାଏକ, ରତ୍ନା ଦାମୁ, ଲକ୍ଷ୍ମଣ ବାରିକ ପ୍ରମୁଖଙ୍କ ସହିତ ବହୁ ଗ୍ରାମବାସୀ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ସ୍ତ୍ରୀଙ୍କ ପୋଷ୍ୟ ପୁତ୍ରଙ୍କୁ ମିଳିପାରିବ ଅନୁକମ୍ପାମୂଳକ ନିଯୁକ୍ତି

କଟକ,୨ା୫ (କାର୍ତ୍ତିକ ସାହୁ): ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ସ୍ତ୍ରୀ ଗ୍ରହଣ କରିଥିବା ପୋଷ୍ୟପୁତ୍ରଙ୍କୁ ଅନୁକମ୍ପାମୂଳକ ନିଯୁକ୍ତି ମିଳିପାରିବ ବୋଲି ହାଇକୋର୍ଟ ରାୟ ପ୍ରଦାନ କରିଛନ୍ତି।...

ବୀରମିତ୍ରପୁରରେ ପହଞ୍ଚିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତଙ୍କ ଭଉଣୀ

କୁଆଁରମୁଣ୍ଡା,୨।୫(ମହେନ୍ଦ୍ର କୁମାର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ ତଥା ଜେଏମ୍‌ଏମ ନେତ୍ରୀ ଅଞ୍ଜନୀ ସୋରେନ ଗୁରୁବାର ରାତିରେ ଓଡ଼ିଶାର ବୀରମିତ୍ରପୁରରେ ପହଞ୍ଚିଛନ୍ତି। ଏହି...

ଟ୍ରେନ୍‌ ଉପରେ ଚଢ଼ି ପାରା ମାରୁଥିଲେ: ଲାଗିଲା ବିଦ୍ୟୁତ୍‌ ଆଘାତ

ରାୟଗଡ଼ା,୨।୫(ଆଶିଷ ରଞ୍ଜନ ପଣ୍ଡା)- ଟ୍ରେନ୍‌ ଉପରେ ଚଢ଼ି ପାରା ମାରିବାକୁ ଯାଇ ବିଦ୍ୟୁତ ଆଘାତରେ ୩ ଜଣ ଆହତ ହୋଇଥିବା ସୂଚନା ମିଳିଛି। ରାୟଗଡ଼ା ସହରସ୍ଥିତ...

ଆଗ ରକ୍ତଦାନ, ପରେ ନାମାଙ୍କନ

ବରଗଡ଼,୨।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ନେଇ ପ୍ରାର୍ଥୀମାନେ ଚିରାଚରିତ ଢଙ୍ଗରେ ପ୍ରାର୍ଥିପତ୍ର ତଥା ନାମାଙ୍କନ ଦାଖଲ କରୁଛନ୍ତି । କିଏ ବିଶାଳ ଶୋଭାଯାତ୍ରା ତ’ ଆଉ...

ଧାର ଟଙ୍କା ମାଗିବାରୁ ଆକ୍ରମଣ

ବ୍ରହ୍ମପୁର,ତା୨ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସଦର ଥାନା ବାଳକୃଷ୍ଣପୁର ଗ୍ରାମରେ ଧାର ଟଙ୍କା ମାଗିବାରୁ ମମତା ପାତ୍ର ନାମ୍ନୀ ଜଣେ ମହିଳାଙ୍କୁ ଆକ୍ରମଣ କରାଯାଇଛି। ତାଙ୍କ...

ବଢୁଛି ଗ୍ରାମବାସୀଙ୍କ ଭୋଟ ବର୍ଜନ ନିଷ୍ପତ୍ତି

ଖଡ଼ିଆଳ,୨ା୫(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ତିଖାଲି ଡ୍ୟାମଠାରୁ ପ୍ରାୟ ୩ କି.ମି. ଦୂରରେ ଥିବା ଚାଷଜମିକୁ ପାଣି ଦିଆଯାଉ ନ ଥିବାରୁ ସାନମହେଶ୍ୱର ଗ୍ରାମବାସୀ...

ଏମ୍‌ପି, ବିଧାୟକ ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ପ୍ରଚାର କଲେ ପାଣ୍ଡିଆନ

ଜି.ଉଦୟଗିରି,୨।୫(ଶିଶିର ପଟ୍ଟନାୟକ): ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଗୁରୁବାର ଅପରାହ୍ନରେ ହେଲିକପ୍ଟର ଯୋଗେ ଜି.ଉଦୟଗିରି ଷ୍ଟାଡିୟମ ପଡ଼ିିଆରେ ଅବତରଣ କରି ସେଠାରେ ଅନୁଷ୍ଠିତ ନିର୍ବାଚନୀ ସଭାରେ...

ଆଇରନ୍‌ ଆଣ୍ଡ ଷ୍ଟିଲ କମ୍ପାନୀର ଆକାଉଣ୍ଟ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ: ମୂଲ୍ୟବାନ ସାମଗ୍ରୀ, ଗୁରତ୍ୱପୂର୍ଣ୍ଣ କାଗଜପତ୍ର ପୋଡ଼ି ଛାରଖାର

ବଡବିଲ,୨।୫(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡବିଲ ପୌରାଞ୍ଚଳ ଉପକଣ୍ଠରେ ଥିବା ଆରିୟା ଆଇରନ୍‌ ଆଣ୍ଡ ଷ୍ଟିଲ କମ୍ପାନୀ ପ୍ରାଇଭେଟ ଲିମିଟେଡ କମ୍ପାନୀର ପ୍ଲାଣ୍ଟ ସ୍ଥିତ ଆକାଉଣ୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri