ଦାୟିତ୍ୱ ନେଲେ ଯୋଜନା ବୋର୍ଡ ଉପାଧ୍ୟକ୍ଷ

ଭୁବନେଶ୍ୱର,୩ା୩(ବ୍ୟୁରୋ): ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଭାବେ ସଞ୍ଜୟ ଦାସବର୍ମା ସୋମବାର ଲୋକ ସେବା ଭବନରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ (ସିଏମ୍‌ଓ)ର ଅନୁମୋଦନକ୍ରମେ ଯୋଜନା ଓ ସଂଯୋଜନା ବିଭାଗ ପକ୍ଷରୁ ସଞ୍ଜୟଙ୍କ ନିଯୁକ୍ତି ସମ୍ପର୍କରେ ଏକ ବିଜ୍ଞପ୍ତି ରବିବାର ପ୍ରକାଶ ପାଇଥିଲା। ଏହି ପଦବୀ ସହ ସଞ୍ଜୟଙ୍କୁ କ୍ୟାବିନେଟ ପାହ୍ୟା ମଧ୍ୟ ମିଳିଛି। ସୋମବାର ପୂର୍ବାହ୍ନରେ ସଞ୍ଜୟ ଦାୟିତ୍ୱ ନେବା ପରେ ଅପରାହ୍ନରେ ସିଏମ୍‌ଓ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ।
ଏହି ସମୟରେ ଯୋଜନା ବୋର୍ଡର ରୂପରେଖ ପରିବର୍ତ୍ତନ ଏବଂ ଜନସାଧାରଣଙ୍କ ସେବାରେ ଏହାକୁ ସକ୍ରିୟଭାବରେ ଭାଗୀଦାରି କରିବା ନେଇ ଆଲୋଚନା ହୋଇଥିଲା। ଦାୟିତ୍ୱ ନେବା ସମୟରେ ଯୋଜନା ଓ ସଂଯୋଜନା ମନ୍ତ୍ରୀ ପଦ୍ମନାଭ ବେହେରା, ରାଜ୍ୟ ଯୁବ କଲ୍ୟାଣ ବୋର୍ଡ ଅଧ୍ୟକ୍ଷ ବିଜୟ ନାୟକ ପ୍ରମୁଖ ଉପସ୍ଥିତ ରହିଥିଲେ। ଏହାପରେ ଗଣମାଧ୍ୟମକୁ ମତାମତ ଦେଇ ଯୋଜନା ବୋର୍ଡକୁ ଅଧିକ ଫଳପ୍ରଦ କରାଯିବା ସହ ଜିଲା ଯୋଜନାକୁ ବୋର୍ଡ ମାଧ୍ୟମରେ ଅଧିକ ଗତିଶୀଳ କରାଯିବ। କେରଳ ଓ ତେଲେଙ୍ଗାନା ଭଳି ରାଜ୍ୟ ଯୋଜନା ବୋର୍ଡ ନୂଆ ରୂପ ପାଇବ ବୋଲି ସଞ୍ଜୟ କହିଛନ୍ତି। ଅପରପକ୍ଷରେ ବିରୋଧୀ କଂଗ୍ରେସ ଓ ଭାଜପା ଯୋଜନା ବୋର୍ଡ ଉପାଧ୍ୟକ୍ଷ ନିଯୁକ୍ତିକୁ ଶାସକ ଦଳର ଥଇଥାନ କେନ୍ଦ୍ର ବୋଲି ଅଭିହିତ କରିଛନ୍ତି। କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା କହିଛନ୍ତି ଯେ, ଯୋଜନା ବୋର୍ଡ ଅଫିସକୁ କୌଣସି ଫାଇଲ ଆସେ ନାହିଁ। ବର୍ଷ ବର୍ଷ ଧରି ଏହାର ବୈଠକ ବସି ନ ଥାଏ। ଉପାଧ୍ୟକ୍ଷଙ୍କୁ ସଚିବାଳୟରେ କେବଳ ଗୋଟିଏ ଚାମ୍ବର ମିଳିଥାଏ ବୋଲି ସାଲୁଜା କହିଛନ୍ତି। ଭାଜପା ମୁଖପାତ୍ର ଗୋଲକ ମହାପାତ୍ର କହିଛନ୍ତି ଯେ, ଯୋଜନା ବୋଡର୍ର୍ ଏକ ଥଇଥାନ ବୋର୍ଡ। ଅପରପକ୍ଷରେ ଏପରି ଅଭିଯୋଗକୁ ବିଭାଗୀୟ ମନ୍ତ୍ରୀ ଖଣ୍ଡନ କରିଛନ୍ତି। ଯୋଜନା ଓ ସଂଯୋଜନା ମନ୍ତ୍ରୀ ପଦ୍ମନାଭ କହିଛନ୍ତି ଯେ, କେନ୍ଦ୍ରରେ ଥିବା ନୀତି ଆୟୋଗ ଢାଞ୍ଚାରେ ରାଜ୍ୟ ଯୋଜନା ବୋର୍ଡର ପୁନର୍ଗଠନ କରାଯିବ। ବିରୋଧୀଙ୍କ ଅଭିଯୋଗର କୌଣସି ଆଧାର ନାହିଁ। ଏହାକୁ ଅଧିକ ଲୋକାଭିମୁଖୀ କରିବା ସମ୍ପର୍କିତ ନୀତିଗତ ନିଷ୍ପତ୍ତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri