‘ଅଧିକାଂଶ ନାରୀ ନିର୍ଯାତନା ପ୍ରସଙ୍ଗରେ ବିଜେଡି ନେତା ସାମିଲ’

ଭୁବନେଶ୍ୱର,୩ା୩(ବ୍ୟୁରୋ): ରାଜ୍ୟରେ ମହିଳାମାନେ ସୁରକ୍ଷିତ ନାହାନ୍ତି। ପ୍ରତିଦିନ ମହିଳାଙ୍କ ସହ ବଳାତ୍କାର, ଅସଦାଚରଣ ବୃଦ୍ଧି ପାଇବାରେ ଲାଗିଛି। ବିଶେଷଭାବେ ଶାସକ ଦଳ ନେତା ଓ କର୍ମୀମାନେ ବିଭିନ୍ନ ବଳାତ୍କାର ଘଟଣାରେ ସାମିଲ ଥିବା ପ୍ରମାଣ ମିଳୁଛି। ଯାଜପୁର ଜିଲା କୁଆଖିଆ ରସୁଲପୁର ବ୍ଲକ ଅତଲପୁର ପଞ୍ଚାୟତର ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଛି। ଶାସକ ଦଳର ଜଣେ ସରପଞ୍ଚ ଏଭଳି କାଣ୍ଡ କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ଭାଜପା ରାଜ୍ୟ ସମ୍ପାଦିକା ଲେଖାଶ୍ରୀ ସାମନ୍ତସିଂହାର ଅଭିଯୋଗ କରିଛନ୍ତି।
ଦଳର ରାଜ୍ୟ କାର୍ଯ୍ୟାଳୟଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଲେଖାଶ୍ରୀ କହିଛନ୍ତି ଯେ, କ୍ଷମତାର ଅହଙ୍କାର ଓ ଔଦ୍ଧତ୍ୟତା ଶାସକ ଦଳର ପରିଚୟ। ଏହା ସମଗ୍ର ନାରୀ ସମାଜ ପ୍ରତି ଲଜ୍ଜାର ବିଷୟ। ପୀଡିତା ଜଣକ ଘରକୁ ଫେରିବା ପରେ ଘଟଣାକୁ ଥାନାରେ ଆପୋସ ବୁଝାମଣା କରି ରଫାଦଫା କରିବାକୁ ଶାସକ ଦଳ ନେତା ପ୍ରୟାସ ଚଳାଇଛନ୍ତି। ଏଥିଲାଗି ପୀଡିତାର ବାପାଙ୍କୁ ଧମକ ମିଳୁଛି। ଯାଜପୁର ଜିଲାରେ ବାରମ୍ବାର ଏଭଳି ସମ୍ବେଦନଶୀଳ ଘଟଣା ଘଟି ଚାଲିଛି। ଶାସକ ଦଳ ନେତା ଓ କର୍ମୀ ଏଭଳି କର୍ମରୁ ନିଜକୁ ଦୂରେଇ ନ ରଖିଲେ ଆଗାମୀ ଦିନରେ ଭାଜପା ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ ବୋଲି ଲେଖାଶ୍ରୀ କହିଛନ୍ତି। ଲେଖାଶ୍ରୀଙ୍କ ଅଭିଯୋଗ ଉପରେ ପ୍ରତିକ୍ରିୟା ରଖି ବିଜେଡି ମୁଖପାତ୍ର ସୁଲତା ଦେଓ କହିଛନ୍ତି ଯେ, ଭାଜପା ନେତ୍ରୀ ସବୁବେଳେ ନାରୀଙ୍କୁ ନେଇ ଭୁଲ୍‌ ତଥ୍ୟ ଏବଂ ସମ୍ବେଦନହୀନ ମନ୍ତବ୍ୟ ରଖୁଛନ୍ତି। ୨୦୧୯ ନିର୍ବାଚନ ପୂର୍ବରୁ ସେ ଏଭଳି ମନ୍ତବ୍ୟ ରଖି ଆସୁଥିଲେ। ଲୋକମାନେ ଏହାକୁ ବୁଝିପାରି ନିର୍ବାଚନ ଫଳାଫଳରେ ତାହା ଦେଖାଇ ଦେଲେ ବୋଲି ସୁଲତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବର୍ଷା, ବାପାଙ୍କ ସମାଧିପୀଠରେ ପୂଜାର୍ଚ୍ଚନା କରି ହେଲେ ଭାବବିହ୍ବଳ

ପଦ୍ମପୁର,୨୯ା୪(ପ୍ରଦୀପ୍ତ ଦାଶ): ସୋମବାର ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଧାୟିକା ବର୍ଷା ସିଂ ବରିହା ତାଙ୍କ ନାମାଙ୍କନପତ୍ର ଦାଖଲ କରିବା କାର୍ଯ୍ୟକ୍ରମ ରହିଥିବାବେଳେ ସକାଳୁ ସକାଳୁ ପଦ୍ମପୁରସ୍ଥିତ...

ଉପକୂଳ ଓଡ଼ିଶାରେ ବହିବ ସାମୁଦ୍ରିକ ଝଡ଼

ଭୁବନେଶ୍ୱର,୨୯ା୪: ସୋମବାର ସକାଳ ସାଢ଼େ ୮ଟା ସୁଦ୍ଧା ବିଭିନ୍ନ ସ୍ଥାନର ତାପମାତ୍ରା ରେକର୍ଡ କରାଯାଇଛି। ବାରିପଦାରେ ତାପମାତ୍ରା ୩୬ ଡିଗ୍ରୀ ଥିବା ବେଳେ ବାଲେଶ୍ୱରରେ ୩୬,...

ବେକାରିଙ୍କ ମଧ୍ୟରେ ୮୩% ଯୁବପିଢ଼ି

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା):ଦେଶରେ ବେକାରି ସମସ୍ୟା ଚିନ୍ତାର ବିଷୟ ପାଲଟିଛି। ମାତ୍ର ଅନ୍ତର୍ଜାତୀୟ ଶ୍ରମ ସଂଗଠନ (ଆଇଏଲଏ)ର ରିପୋର୍ଟ ଅନୁଯାୟୀ, ୨୦୨୨ରେ ଭାରତର ମୋଟ ବେକାରି ଜନସଂଖ୍ୟାରେ...

ଶସ୍ତା ହୋଇପାରେ ବିମାନ ଟିକେଟ୍‌

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା):ବେସାମରିକ ବିମାନ ଚଳାଚଳ କ୍ଷେତ୍ର ନିୟାମକ (ଡିଜିସିଏ) ବିମାନ ସେବା ପାଇଁ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛିି। ଏପ୍ରିଲ ୨୩ ରେ ଜାରି କରାଯାଇଥିବା...

ଭିକ୍ଷୁକମୁକ୍ତ ହୋଇପାରୁନି ସ୍ମାର୍ଟସିଟି

ଭୁବନେଶ୍ୱର,୨୯।୪ (ବନ୍ଦନା ସେଠୀ): ସ୍ମାର୍ଟସିଟି ଭୁବନେଶ୍ୱରକୁ ଭିକାରୀ ଏବଂ ଯାଯାବର (ବଞ୍ଜାରା)ମୁକ୍ତ କରିବାକୁ ଅଭିଯାନ ଆରମ୍ଭ କରିଥିଲା ବିଏମ୍‌ସି। ଯଦିଓ ପୂର୍ବଭଳି ସବୁ ମନ୍ଦିର ଆଗରେ...

ଅଲ୍‌ ନ୍ୟୁ ଇଣ୍ଟ୍ରା ଭି-୭୦ର ଅନାବରଣ

ଭୁବନେଶ୍ୱର,୨୯।୪:ଦେଶର ପ୍ରମୁଖ ବାଣିଜି୍ୟକ ଯାନ କମ୍ପାନୀ ତଥା ଟାଟା ମୋଟର୍ସ ଲିମିଟେଡ୍‌ର ଅଲ ନ୍ୟୁ ଇଣ୍ଟ୍ରା ଭି-୭୦ର ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି କମ୍ପାନୀର ଓଡ଼ିଶା...

ଚେକିଂବେଳେ ଥାନାଧିକାରୀଙ୍କୁ ଚାପୁଡ଼ା

ଭୁବନେଶ୍ୱର,୨୯।୪(ସୂର୍ଯ୍ୟକାନ୍ତ ବେହେରା): ମଦ୍ୟପ ଗାଡ଼ି ଚାଳକଙ୍କ ଉନ୍ମତ୍ତକାଣ୍ଡ। ଚେକିଂ ବେଳେ ପୋଲିସ କର୍ମଚାରୀଙ୍କୁ ଗାଳିଗୁଳଜ କରିବା ସହ ଥାନା ଅଧିକାରୀଙ୍କୁ ଚାପୁଡା ମାରିଲେ। ରାଜଧାନୀ ଭୁବନେଶ୍ୱରରେ...

ତନିସ୍କର ବିବାହ ସମ୍ଭାର ‘ରିଭା’

ଭୁବନେଶ୍ୱର,୨୯।୪:ତନିସ୍କର ବହୁ ପ୍ରତୀକ୍ଷିତ ତଥା ସୂକ୍ଷ୍ମ କାରିଗରିରେ ନିର୍ମିତ ବିବାହ ସମ୍ଭାର ‘ରିଭା’ ନିକଟରେ ଉନ୍ମୋଚିତ ହୋଇଯାଇଛି। ଏପରିକି ଏକ ଉତ୍ସର୍ଗୀକୃତ ବିବାହ ଅଳଙ୍କାର ଉପ-ବ୍ରାଣ୍ଡ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri