ଆବାସ ଘରେ ବନ୍ଧା ହେଉଛନ୍ତି ଗୋରୁ, ଛେଳି

ଦଶମନ୍ତପୁର,୪ା୩(ଡି.ଏନ୍‌.ଏ.) – ଗୃହପାଳିତ ପଶୁଙ୍କ ଗୁହାଳ ପାଲଟିଛି ପ୍ରଧାନମନ୍ତ୍ରୀ ଆବାସ। ଦୀର୍ଘ ବର୍ଷ ବିତିଯାଇଥିଲେ ହେଁ ଆବାସ ନିର୍ମାଣ ଶେଷ ନ ହେବାରୁ ବାଧ୍ୟହୋଇ ହିତାଧିକାରୀ ଗୋରୁ, ଛେଳିଙ୍କୁ ସେଠାରେ ବାନ୍ଧୁଛନ୍ତି। ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଏ ହେଉଛି ନିଚ୍ଛକ ଚିତ୍ର।
କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ଗାଦିଆଗୁଡ଼ା ପଞ୍ଚାୟତ ଅଧୀନରେ ରହିଛି ଟି.ବାରିଗୁଡ଼ା ଗ୍ରାମ। ଏଠାରେ ୪୦ଟି ପରିବାର ରହୁଛନ୍ତି। ପ୍ରାୟ ପରିବାର ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ ହୋଇଛନ୍ତି। ହିତାଧିକାରୀ ବିଳମ୍ବ କରିବା ଆଶଙ୍କାରେ ପଞ୍ଚାୟତ ନିର୍ବାହୀ ଅଧିକାରୀ, ସରପଞ୍ଚ ଆଲୋଚନା କରି ଜଣେ ଠିକାଦାରଙ୍କୁ ଆବାସ ନିର୍ମାଣ କାମ ଦେଇଛନ୍ତି। କିନ୍ତୁ କେତେକ ହିତାଧିକାରୀଙ୍କ ଗୃହ ଦୀର୍ଘ ୩ରୁ ୪ ବର୍ଷ ହେଲାଣି ଶେଷ ହୋଇପାରୁ ନାହିଁ। କାହା ଘର ବାହାରେ ଚୂନ ମାରି ଶେଷ ବିଲ ଉଠାଯାଇଥିବା ବେଳେ ଆଉ କାହାର ଗୃହ ଭିତରେ ପ୍ଲାଷ୍ଟର, କବାଟ, ଝରକା ଲଗା ନ ଯାଇ ଅଧାରେ ପକାଯାଇଛି। କିଛି ଦିନରେ ଆବାସ କାମ ଶେଷ କରିଦେବି ବୋଲି ଠିକାଦାର ଜଣକ ହିତାଧିକାରୀଙ୍କୁ ଭୂଆଁ ବୁଲାଉଛନ୍ତି। ତେଣୁ ବାଧ୍ୟହୋଇ ହିତାଧିକାରୀ ନିଜ ଅର୍ଦ୍ଧନିର୍ମିତ ଆବାସ ଘରେ ଜାଳେଣୀ କାଠ, ଗୃହପାଳିତ ପଶୁଙ୍କୁ ରଖିବାକୁ ବାଧ୍ୟ ହେଉଥିବା ହିତାଧିକାରୀ ଲୁବ୍ରୁ ଜାନୀ, ସ୍ତ୍ରୀ ଅଅଁଲା ଜାନୀ, ବାନାଇ ଜାନୀ, ଅଅଁଲା ସାଉନ୍ତା ଅଭିଯୋଗ ଜଣାଇଛନ୍ତି। ଏଭଳି ଅର୍ଦ୍ଧନିର୍ମିତ ଗୃହଗୁଡ଼ିକୁ ପଞ୍ଚାୟତ ନିର୍ବାହୀ ଅଧିକାରୀ ଓ ଗ୍ରାମ ରୋଜଗାର ସେବକ କିପରି ଠିକାଦାରଙ୍କୁ ବିଲ ପୈଠ କରୁଛନ୍ତି, ତାହା ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଆଗାମୀ ଦିନରେ ସେମାନେ ଜିଲାପାଳ ଓ ଭିଜିଲାନ୍ସର ଦ୍ବାରସ୍ଥ ହେବେ ବୋଲି ଚେତାବନୀ ଦେଇଛନ୍ତି। ଏ ସଂପର୍କରେ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ ଫୋନ ଉଠାଇ ନ ଥିବାରୁ ପ୍ରତିକ୍ରିୟା ମିଳିପାରି ନାହିଁ। ଦଶମନ୍ତପୁର ବିଡିଓ ଡମ୍ବରୁଧର ମଲ୍ଲିକ କହିଛନ୍ତି, ଘଟଣାର ତଦନ୍ତ କରି ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

କୋଳି ଖାଇବାକୁ ଡାକି ନେଇ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା: ପ୍ରତିବାଦରେ ରାସ୍ତାରେ ବସିଲେ ବିଭିନ୍ନ ରାଜନୈତିକ ଦଳ

ଭଦ୍ରକ/ଚାନ୍ଦବାଲି,୨୫ା୧୨(ସନାତନ ରାଉତ/ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ଏନ୍‌ଏସି ଅନ୍ତର୍ଗତ ବାଲିଗାଁଠାରେ ୨ ଦିନ ତଳେ ଘଟିଥିବା ନାବାଳିକା ବଳାତ୍କାର ଓ ହତ୍ୟା ଘଟଣା ଚାନ୍ଦବାଲି...

କମେଡିଆନ୍ ଗୁଲୁଆଙ୍କୁ ହତ୍ୟା ଧମକ, ଭିଡିଓ କରି କହିଲେ ଜୀବନ ପ୍ରତି ବିପଦ…

ଭୁବନେଶ୍ବର, ୨୫।୧୨: କମେଡିଆନ୍‌ ଗୁଲୁଆଙ୍କୁ ହତ୍ୟା ଧମକ । ସେ ନିଜେ ଏଭଳି ଚାଞ୍ଚଲ୍ୟକର ଅଭିଯୋଗ ଆଣିଛନ୍ତି । ଏନେଇ ସେ ଆଜି ସୋସିଆଲ ମିଡିଆରେ...

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡ଼ିଲେ ଏହି ଦୁଇ କୁଖ୍ୟାତ ମାଓବାଦୀ, ଏବେ ବି ଜାରି ରହିଛି…

ଫୁଲବାଣୀ/ତୁମୁଡ଼ିବନ୍ଧ,୨୫ା୧୨(ରାକେଶ କୁମାର ରାଉତ/ଦୀପକ ପରାସେଠ): କନ୍ଧମାଳ ଜିଲାରେ ମାଓବାଦୀ ମୂଳୋତ୍ପାଟନ ପାଇଁ ଜୋର୍‌ଦାର କୋମ୍ବିଂ ଅପରେଶନ ଚାଲିଛି । ବୁଧବାର ରାତିରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨...

ପାରିବାରିକ କଳହର କରୁଣ ପରିଣତି, ଶ୍ୱଶୁର ଆଗରେ ସ୍ତ୍ରୀକୁ ହତ୍ୟା କରିଲେ ସ୍ବାମୀ

ବଲାଙ୍ଗୀର, ୨୫/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଜୁର୍ଲାକାନି ଗାଁରେବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି ।...

ବିଜେଡି ପ୍ରତିଷ୍ଠା ଦିବସ ପୂର୍ବରୁ ଭୂପିନ୍ଦରଙ୍କ ବଡ଼ ବୟାନ, କିଛି ନୂଆ ଲୋକଙ୍କୁ ଅଣାଗଲେ ବିଜେଡ଼ି…

ଭୁବନେଶ୍ବର,୨୫।୧୨: ବିଭିନ୍ନ ସ୍ଥାନରେ ମେଳି କରି ଲୋକଙ୍କୁ ଏକଜୁଟ କରିଆସୁଛି ବିଜୁ ଜନତା ଦଳ । ଆସନ୍ତା ୨୬ରେ ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନବକଳେବର...

ମାଙ୍କଡ଼କୁ ଝାମ୍ପିନେଲା କୁମ୍ଭୀର, ପଛେ ପଛେ ନଦୀରେ ପହଁରି ପହଁରି ଗଲେ ମାଙ୍କଡ଼ ପଲ, ଆଉ ତା’ ପରେ…

ମହାକାଳପଡ଼ା,୨୫ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ମହାନଦୀ ଶାଖା ଖରିନାସୀ ନାଳରେ କୁମ୍ଭୀର ଏକ ମାଙ୍କଡ଼କୁ ଝାମ୍ପି ନଦୀ ଆରପାରିକୁ ନେଉଥିବା ବେଳେ ସାଥୀ ମାଙ୍କଡ଼...

କେମିତି ପାଇବେ ପ୍ରଦୂଷଣ ସାର୍ଟିଫିକେଟ? ଜାଣନ୍ତୁ ଷ୍ଟେପ ବାଏ ଷ୍ଟେପ…

ଜୋରଦାର ହେବ ଟ୍ରାଫିକ ଧରପଗଡ଼ । ଗାଡ଼ିରେ ଯଦି ଆପଣ ସବୁଜ ଷ୍ଟିକର ଲଗାଇ ନ ଥିବେ, ତେବେ ମୋଟା ଅଙ୍କର ଫାଇନ ଦେବାକୁ ପଡ଼ିବ...

କରଡା ଘାଟିରେ ଗାର୍ଡ ୱାଲ ନାହିଁ, କାମରେ ବିଳମ୍ବ କରୁଛି ଠିକା ସଂସ୍ଥା

ରାଇକିଆ,୨୫।୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ଚାରୋଟି ପ୍ରମୁଖ ପଞ୍ଚାୟତ କରଡ଼ା, ଇନ୍ଦ୍ରଗଡ଼, ବଡ଼ ବରବା ଏବଂ ରଣବା ରହିଛି ଘାଟି ତଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri