ଆଫଗାନ ସେନା ଘାଟିକୁ ତାଲିବାନର ଟାର୍ଗେଟ

କାବୁଲ,୪ା୩(ଏଏଫ୍‌ପି): ଆଫଗାନିସ୍ତାନର ସେନା ଘାଟି ଉପରେ ତାଲିବାନ ପକ୍ଷରୁ ଏକାଧିକ ଆକ୍ରମଣ କରାଯାଇଛି। ଫଳରେ ଆମେରିକା-ଆଫଗାନିସ୍ତାନ ଶାନ୍ତି ଆଲୋଚନାର ସଫଳତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛି। ସୋମବାର ରାତିରେ ଆଫଗାନିସ୍ତାନର ୧୩ଟି ସ୍ଥାନରେ ଥିବା ସେନା ଘାଟି ଉପରେ ତାଲିବାନ ପକ୍ଷରୁ ଆକ୍ରମଣ ହୋଇଛି। କାନ୍ଦାହାର ପ୍ରଦେଶରେ ହୋଇଥିବା ଆକ୍ରମଣରେ ୨ ଜଣ ସୈନ୍ୟ ନିହତ ହୋଇଛନ୍ତି। ସେହିପରି କାବୁଲ ନିକଟବର୍ତ୍ତୀ ଲୋଗାର ପ୍ରଦେଶରେ ହୋଇଥିବା ଆକ୍ରମଣରେ ୫ ସୁରକ୍ଷା କର୍ମୀ ପ୍ରାଣ ହରାଇଛନ୍ତି।
କାତାର ରାଜଧାନୀ ଦୋହାରେ ଆମେରିକା ଓ ତାଲିବାନ ମଧ୍ୟରେ ଗତ ଶନିବାର ହୋଇଥିବା ଶାନ୍ତି ଚୁକ୍ତିନାମା ଅନୁଯାୟୀ ଉଗ୍ରପନ୍ଥୀ ଓ ଆଫଗାନ ସରକାରଙ୍କ ମଧ୍ୟରେ ମାର୍ଚ୍ଚ ୧୦ରୁ ବୁଝାମଣା ଆରମ୍ଭ ହୋଇଥାନ୍ତା। ତାହା ପୂର୍ବରୁ ତାଲିବାନ ପକ୍ଷରୁ ସେନା ଘାଟି ଉପରେ ଆକ୍ରମଣ ଫଳରେ ଆଲୋଚନାର ସଫଳତାକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି। ସେହିପରି ଆଲୋଚନା ପୂର୍ବରୁ ବନ୍ଦୀ ହସ୍ତାନ୍ତରକୁ ନେଇ ମଧ୍ୟ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ରାଜିନାମା ଅନୁଯାୟୀ ତାଲିବାନମାନେ ୧୦୦୦ ବନ୍ଦୀଙ୍କୁ ମୁକ୍ତ କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଏହା ବଦଳରେ ଆଫଗାନ ସରକାର ପାଖାପାଖି ୫୦୦୦ ଆତଙ୍କବାଦୀଙ୍କୁ ମୁକ୍ତ କରିଥାନ୍ତେ। ଆଲୋଚନା ପୂର୍ବରୁ ଏହାକୁ ପ୍ରାକ୍‌ସର୍ତ୍ତ ରଖାଯାଇଥିଲା। ତେବେ ରାଷ୍ଟ୍ରପତି ଅଶ୍ରଫ ଗନି ବୁଝାମଣା ଆରମ୍ଭ ପୂର୍ବରୁ ବନ୍ଦୀ ହସ୍ତାନ୍ତର ଲାଗି ମନା କରିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri