ଅଧା ହେଲା ଆଇପିଏଲ ଚାମ୍ପିୟନ ପୁରସ୍କାର ରାଶି

ନୂଆଦିଲ୍ଲୀ,୪ା୩(ପି.ଟି.)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଚଳିତବର୍ଷର ଆଇପିଏଲ ଚାମ୍ପିୟନ ଓ ଉପବିଜେତାଙ୍କ ପୁରସ୍କାର ରାଶି ଅଧା କାଟ କରିବାକୁ ନିଷ୍ପତ୍ତି ନେଇଛି। ଏ ନେଇ ବିସିସିଆଇ ଏକ ସର୍କୁଲାର ଜରିଆରେ ସମସ୍ତ ଆଇପିଏଲ ଫ୍ରାଞ୍ଚାଇଜ ସୂଚନା ଦେଇଛି। ଆଇପିଏଲ ଚାମ୍ପିୟନ ଦଳକୁ ୨୦ କୋଟି ଟଙ୍କା ପରିବର୍ତ୍ତେ ୧୦ କୋଟି ଟଙ୍କା ପ୍ରଦାନ କରାଯିବ। ଆର୍ଥିକ ପୁରସ୍କାର ପୁନଃ ଧାର୍ଯ୍ୟ କରାଯାଇଛି। ଚାମ୍ପିୟନ ଦଳକୁ ୨୦ କୋଟି ବଦଳରେ ୧୦ କୋଟି ଟଙ୍କା ପ୍ରଦାନ କରାଯିବ। ଉପବିଜେତା ଦଳକୁ ୬.୨୫ କୋଟି ମିଳିବ। ପୂର୍ବରୁ ରନର୍ସଅପ୍‌ ଦଳକୁ ୧୨.୫ କୋଟି ଟଙ୍କା ଦିଆଯାଉଥିଲା ବୋଲି ବିସିସିଆଇ ସକ୍ୟୁଲାରରେ ପ୍ରକାଶ କରାଯାଇଛି। କ୍ୱାଲିଫାୟର୍ସରେ ପରାସ୍ତ ହୋଇଥିବା ଦୁଇ ଦଳକୁ ୪.୩ କୋଟି ଲେଖାଏ ଦିଆଯିବ। ସମସ୍ତ ଫ୍ରାଞ୍ଚାଇଜ ଭଲ ଆୟ କରୁଛନ୍ତି। ଆୟ କରିବା ପାଇଁ ସେମାନଙ୍କ ନିକଟରେ ସ୍ପନଶରଶିପ ଭଳି ଅନ୍ୟ ବାଟ ରହିଛି ବୋଲି ବିସିସିଆଇ ସୂତ୍ରରୁ ଜଣାପଡ଼ିଛି। ପ୍ରତ୍ୟେକ ଆଇପିଏଲ ମ୍ୟାଚ୍‌ ଆୟୋଜନ ଲାଗି ବିସିସିଆଇ ଓ ଫ୍ରାଞ୍ଚାଇଜ ରାଜ୍ୟ ଆସୋସିଏଶନ ୫୦ ଲକ୍ଷ ଲେଖାଏ ଏକ କୋଟି ଟଙ୍କା ପ୍ରଦାନ କରିବେ। ଏହା ବ୍ୟତୀତ ବିସିସିଆଇର ମଧ୍ୟ ସ୍ଥରୀୟ କର୍ମଚାରୀ ବିମାନ ଉଡାଣର ୮ ଘଣ୍ଟାରୁ କମ୍‌ ସମୟରେ ଏସିଆନ ଦେଶ (ବାଂଲାଦେଶ, ଶ୍ରୀଲଙ୍କା, ୟୁଏଇ) ପାଇଁ ଆଉ ବିମାନରେ ବିଜନେସ କ୍ଲାସରେ ଯାତ୍ରା କରିପାରିବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟର ହେବେ ଅବରାମ! ଦେଖାଇଲେ ପ୍ରଥମ ଝଲକ

ନୂଆଦିଲ୍ଲୀ,୨୯।୪: କୋଲକାତା ନାଇଟ ରାଇଡର୍ସ ଆଇପିଏଲ ୨୦୨୪ ର ୪୭ ତମ ମ୍ୟାଚ ରେ ଦିଲ୍ଲୀ କ୍ୟାପିଟାଲ୍ସକୁ ଭେଟିବ । ଏହି ମ୍ୟାଚ କୋଲକାତାର ଇଡେନ...

ଆଇପିଏଲ୍‌ ମଝିରେ ଆମେରିକା ଯିବ ଭାରତୀୟ ଟିମ୍‌!

ନୂଆଦିଲ୍ଲୀ,୨୯।୪: ଆଇପିଏଲ ୨୦୨୪ ପରେ ଟି-୨୦ ବିଶ୍ୱକପ ଆରମ୍ଭ ହେବ। ଆଇପିଏଲର ଫାଇନାଲ ମେ ୨୬ ଖେଳାଯିବ। ଏହାର ୫ ଦିନ ପରେ ଅର୍ଥାତ୍‌ ଜୁନ୍‌...

ଏହି ଦିନ ହୋଇପାରେ ଟି-୨୦ ବିଶ୍ୱକପ୍‌ ପାଇଁ ଭାରତୀୟ ଦଳ ଘୋଷଣା

ନୂଆଦିଲ୍ଲୀ,୨୯।୪: ଜୁନ ୧ ରୁ ଟି-୨୦ ବିଶ୍ୱକପ ଆରମ୍ଭ ହେବାକୁ ଯାଉଛି। ଟି-୨୦ ବିଶ୍ୱକପ ୨୦୨୪ ପାଇଁ ଦଳ ଘୋଷଣା କରିଥିବା ନ୍ୟୁଜିଲାଣ୍ଡ ହେଉଛି ପ୍ରଥମ...

ଏବି ଡି ଭିଲିୟର୍ସଙ୍କ ‘ମହାରେକର୍ଡ’ ଭାଙ୍ଗିଲେ କୋହଲି

ନୂଆଦିଲ୍ଲୀ,୨୦।୪: ଆଇପିଏଲ ୨୦୨୪ର ୪୫ତମ ମ୍ୟାଚରେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ବିରାଟ କୋହଲି ଏକ ଚମତ୍କାର ଇନିଂସ ଖେଳିଥିଲେ। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ପୂର୍ବତନ ଅଧିନାୟକ...

୨ କୁନି ଶିଶୁ କଲେ ଟି-୨୦ ବିଶ୍ୱକପ୍‌ ପାଇଁ ନ୍ୟୁଜିଲାଣ୍ଡ ଦଳ ଘୋଷଣା: ସମସ୍ତେ ହେଲେ ଆଶ୍ଚର୍ଯ୍ୟ, ଦେଖନ୍ତୁ ଭିଡିଓ

ଅକଲାଣ୍ଡ,୨୦।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଦ୍ୱାରା ଧାର୍ଯ୍ୟ ସମୟସୀମା ପୂର୍ବରୁ ଦୁଇ ଦିନ ପୂର୍ବରୁ ନ୍ୟୁଜିଲାଣ୍ଡ କ୍ରିକେଟ ବୋର୍ଡ ଟି-୨୦ ବିଶ୍ୱକପ ୨୦୨୪ ପାଇଁ...

ଭଲ ଥିଲା ମୁଁ ଛକା ମାରି ନ ଥିଲି: କାହିଁକି ଏମିତି କହିଲେ କୋହଲି

ବେଙ୍ଗାଲୁରୁ,୨୯।୪: ଆଇପିଏଲ ୨୦୨୪ର ୪୫ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଗୁଜରାଟ ଟାଇଟାନ୍ସକୁ ୯ ଉଇକେଟରେ ପରାସ୍ତ କରିଛି। ଏହି ବିଜୟ ଆରସିବି ପାଇଁ ମଧ୍ୟ...

ଅରେଞ୍ଜ-ପର୍ପଲ କ୍ୟାପ୍‌ ରେସ୍‌ ହେଉଛି ଆକର୍ଷଣୀୟ: କାହା ପାଖରେ ଏବେ କ୍ୟାପ୍‌ ଜାଣନ୍ତୁ

ଚେନ୍ନାଇ,୨୯।୪: ଆଇପିଏଲ ୨୦୨୪ର ୪୬ତମ ମ୍ୟାଚ ପରେ ଅରେଞ୍ଜ କ୍ୟାପ୍‌ ରେସ୍‌ ମଧ୍ୟ ଆକର୍ଷଣୀୟ ହୋଇପଡିଛି। ୪୬ତମ ମ୍ୟାଚରେ ଋତୁରାଜ ଗାଇକ୍ୱାଡ ୯୮ ରନର ଇନିଂସ...

ଚେନ୍ନାଇ ସୁପର କିଙ୍ଗ୍ସର ବିଜୟ ପରେ ପଏଣ୍ଟ ଟେବୁଲ୍‌ରେ ବଡ଼ ପରିବର୍ତ୍ତନ: ଜାଣନ୍ତୁ କିଏ କେଉଁ ସ୍ଥାନରେ ଅଛନ୍ତି

ଚେନ୍ନାଇ,୨୯।୪: ଆଇପିଏଲ ୨୦୨୪ର ୪୬ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ଖେଳାଯାଇଥିଲା। ଚେନ୍ନାଇର ଘରୋଇ ଗ୍ରାଉଣ୍ଡ ଏମ ଚିଦାମ୍ବରମ ଷ୍ଟାଡିୟମରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri