ଅନ୍ୟ ଟ୍ୟାଙ୍କରରେ ଭରାଗଲା ଗ୍ୟାସ୍‌

ବଇଣ୍ଡା, ୫ା୩(ଡି.ଏନ.ଏ.):  ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ଥାନା କମରେଇ ନିକଟ ୫୫ନଂ. ଜାତୀୟ ରାଜପଥରେ ମଙ୍ଗଳବାର ଦୁର୍ଘଟଣାଗ୍ରସ୍ତ ଏକ ପ୍ରୋପେନ ଗ୍ୟାସ୍‌ ବୋଝେଇ ଟ୍ୟାଙ୍କରରୁ ଗ୍ୟାସ୍‌ ଲିକ୍‌ ନେଇ ଯେଉଁ ଆତଙ୍କ ସୃଷ୍ଟି ହୋଇଥିଲା। ବୁଧବାର ଅପରାହ୍ନରେ ତାହାର ଅବସାନ ଘଟିଛି। ଓଲଟିପଡ଼ିଥିବା ଟ୍ୟାଙ୍କରରୁ ଗ୍ୟାସ୍‌ ଅନ୍ୟ ଏକ ଟ୍ୟାଙ୍କରରେ ଭରାଯିବା ପରେ କ୍ରେନ୍‌ ଯୋଗେ ଦୁର୍ଘଟଣାଗ୍ରସ୍ତ ଟ୍ୟାଙ୍କରକୁ ହଟାଯାଇଥିଲା। ଫଳରେ ଦୀର୍ଘ ୨୪ ଘଣ୍ଟା ପରେ ରାଜପଥରେ ଗାଡ଼ି ଚଳାଚଳ ସ୍ବାଭାବିକ ହୋଇଥିଲା।
ପୋଲିସ କହିଛି, ଟ୍ୟାଙ୍କରଟି ହଳଦିଆରୁ ଛତିଶଗଡର ରାୟଗଡ ଅଭିମୁଖେ ଯାଉଥିଲା। ଚାଳକ ମଦ ନିଶାରେ ଥିବାରୁ କମରେଇ ନିକଟରେ ଗାଡ଼ିଟି ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟି ପଡିବାରୁ ଗ୍ୟାସ୍‌ ଲିକ୍‌ ହୋଇ ଆଖପାଖ ଗ୍ରାମରେ ଆତଙ୍କ ଖେଳାଇ ଦେଇଥିଲା। ପ୍ରଶାସନ, ପୋଲିସ ଓ ୪ଟି ଅଗ୍ନିଶମ ଟିମ୍‌ ଉପସ୍ଥିତ ରହି ପରିସ୍ଥିତି ଉପରେ ନଜର ରଖିଥିବା ବେଳେ ରାତି ପ୍ରାୟ ୧୧ଟାରେ ବାଲେଶ୍ୱର, ହଳଦିଆ ଓ ଝାରସୁଗୁଡାରୁ ୩ଟି ବିଶେଷଜ୍ଞ ଦଳ ଘଟଣାସ୍ଥଳରେ ପହଞ୍ଚିଥିଲେ। ବୁଧବାର ସକାଳୁ ଦୁର୍ଘଟଣାଗ୍ରସ୍ତ ଟ୍ୟାଙ୍କରରୁ ଅନ୍ୟ ଏକ ଟ୍ୟାଙ୍କରରେ ଗ୍ୟାସ୍‌ ଫିଲିଙ୍ଗ କାମ ଆରମ୍ଭ ହୋଇଥିଲା। ପରେ ଜେଏସ୍‌ପିଏଲ୍‌ର ଏକ ହେଭି କ୍ରେନ୍‌ ଦ୍ୱାରା ଦୁର୍ଘଟଣାସ୍ତ ଟ୍ୟାଙ୍କରକୁ ରାଜପଥ ଉପରୁ ହଟାଯାଇଥିଲା। ଏହାପରେ ଗାଡ଼ି ଚଳାଚଳ ସ୍ବାଭାବିକ ହୋଇଥିଲା। ପୋଲିସ ମଦ୍ୟପାନ କରିଥିବା ଟ୍ୟାଙ୍କର ଚାଳକ ଉତ୍ତରପ୍ରଦେଶ ରସୁଲପୁର ଅଞ୍ଚଳର ରାଭରତନ ୟାଦବଙ୍କୁ ଗିରଫ କରିଛି। ଦୁର୍ଘଟଣା ଯୋଗୁ ମଙ୍ଗଳବାର ରାତିରୁ ଆଖପାଖ ଗ୍ରାମରେ ରୋଷେଇ ବନ୍ଦ ଥିବାବେଳେ ହଣ୍ଡପା, ବଇଶିଣା, ପାଗବନ୍ଧା, ନାକିଚି, କମରେଇ ଅଞ୍ଚଳବାସୀ ବସ୍‌ ସେବାରୁ ବଞ୍ଚିତ ହୋଇଥିଲେ। ସେହିପରି ଯୁକ୍ତ ୨ ପରୀକ୍ଷା ଦେଉଥିବା ଛାତ୍ରୀଛାତ୍ରମାନେ ବସ୍‌ ନ ପାଇ ଗାଡ଼ି ଭଡ଼ା କରି ବିଭିନ୍ନ ମହାବିଦ୍ୟାଳୟରେ ବିଳମ୍ବରେ ପହଞ୍ଚି ପରୀକ୍ଷା ଦେଇଥିଲେ। ପ୍ରଶାସନ ପକ୍ଷରୁ ମଙ୍ଗଳବାର ରାତିରେ କମରେଇ ଗ୍ରାମରେ ଚୁଡା, ଚିନି, କଦଳୀ, ବିସ୍କୁଟ ବଣ୍ଟନ କରାଯାଇଥିଲା। ବୁଧବାର ପଞ୍ଚାୟତ ପକ୍ଷରୁ ମଣ୍ଡାମ ପ୍ରାଥମିକ ବିଦ୍ୟାଳୟରେ ରୋଷେଇ କରି କମରେଇ ଓ ମଣ୍ଡାମ ଗ୍ରାମବାସୀଙ୍କୁ ଖାଦ୍ୟ ଯୋଗାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାର୍ଥୀପତ୍ର ଦାଖଲ କଲେ ପ୍ରଦୀପ ପୁରୋହିତ

ବରଗଡ଼,୧।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକ ସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତ ବୁଧବାର ନାମାଙ୍କନ ଦାଖଲ କରିଛନ୍ତି ।...

ନୟାଗଡ଼ ବଉଳସାହିରେ ଗୋଷ୍ଠୀ ସଂଘର୍ଷ: ବୋମାମାଡ଼-ଗୁଳିମାଡ଼ରେ ୨ ଗୁରୁତର

ନୟାଗଡ଼,୧।୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଇଟାମାଟି ଥାନାର ବଉଳସାହି ଗାଁରେ ବୁଧବାର ଗୋଷ୍ଠୀ ସଂଘର୍ଷ ଘଟିଛି। ବିଜେଡି ଓ ଭାଜପା ସମର୍ଥକଙ୍କ ମଧ୍ୟରେ ବୋମାମାଡ଼ ଏବଂ...

ନାମାଙ୍କନପତ୍ର ଦାଖଲ କଲେ ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ

ଜି.ଉଦୟଗିରି,୧।୫(ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲା ଜି. ଉଦୟଗିରି ବିଧାନସଭା ନିର୍ବାଚନମଣ୍ଡଳୀର ବିଜୁ ଜନତା ଦଳର ପ୍ରାର୍ଥୀ ଭାବେ ବର୍ତ୍ତମାନର ବିଧାୟକ ସାଲୁଗା ପ୍ରଧାନ ନାମାଙ୍କନପତ୍ର ଦାଖଲ...

ଭୁବନେଶ୍ୱର ବିମାନବନ୍ଦରରେ ଭିସ୍ତାରା ବିମାନର ଜରୁରୀ ଅବତରଣ, ନୂଆଦିଲ୍ଲୀ ଅଭିମୁଖେ ଯାଉଥିବା ବେଳେ…

ଭୁବନେଶ୍ୱର,୧।୫: ଭୁବନେଶ୍ୱର ବିମାନବନ୍ଦରରେ ଜରୁରୀ ଅବତରଣ କରିଛି ଭିସ୍ତାରାର ଏକ ବିମାନ। କୁଆପଥର ମାଡ଼ ଯୋଗୁ ବିମାନର ଓ୍ବିଣ୍ଡ ସିଲ୍‌ ଭାଙ୍ଗିଯାଇଥିଲା। ଏଣୁ ଟେକ୍‌ଅପ୍‌ କରିବାର...

ଖଲ୍ଲିକୋଟ ଆସନ ଲାଗି ବିଜେଡିରୁ ହଟିଲା ସସ୍‌ପେନ୍ସ: ସୂର୍ଯ୍ୟମଣିଙ୍କୁ ମିଳିଲା ଟିକେଟ

ପୁରୁଷୋତ୍ତମପୁର,୧।୫(ସୀମାଞ୍ଚଳ ମିଶ୍ର): ମେ’ ୨୦ରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷ ହେବାକୁ ଆଉ ମାତ୍ର ୨ଦିନ...

ନାମାଙ୍କନ ଭରିଲେ କହ୍ନାଇ, ସରୋଜ

ବୌଦ୍ଧ,୧।୫(ଅଜିତ କୁମାର ବାରିକ): ମେ’ ୨୦ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷ ହେବାକୁ ଆଉ ମାତ୍ର...

ଭାଜପା ପାଇଁ ପ୍ରଚାର କରି ଅଙ୍ଗନୱାଡି ସହାୟିକା ବହିଷ୍କୃତ

ନୟାଗଡ଼,୧।୫(ଲୋକନାଥ ମିଶ):ଭାଜପା ପାଇଁ ପ୍ରଚାର କରି ନୟାଗଡ଼ ଜିଲା ଓଡ଼ଗଁା ବ୍ଲକ୍‌ ରୋହିବାଙ୍କ ପଞ୍ଚାୟତ ଭଗବତୀପ୍ରସାଦ ଅଙ୍ଗନୱାଡ଼ି କେନ୍ଦ୍ରର ସହାୟିକାଙ୍କ ଚାକିରି ଯାଇଛି। ନିର୍ବାଚନ ଆଚରଣ...

ସମାଜ ଗଠନରେ ଶ୍ରମିକଙ୍କ ତ୍ୟାଗ ଅନୁଳନୀୟ

ଭଦ୍ରକ,୧।୫(ସନାତନ ରାଉତ): ଭଦ୍ରକ ବରପଦା ଇଞ୍ଜିନିୟରିଂ କଲେଜ କର୍ମଚାରୀମାନେ ବୁଧବାର ଶ୍ରମିକ ଦିବସ ପାଳନ କରିଛନ୍ତି l କର୍ମଚାରୀ ସଂଗଠନର ୪୧ତମ ଶ୍ରମିକ ଦିବସ ପାଳନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri