୧୬ନଂ ଏନ୍‌ଏଚ୍‌ରେ ଦୁର୍ଘଟଣା ପରେ ଜଳିଗଲା ଟ୍ରକ୍‌, ବାଇକ: ଦମ୍ପତି ଗୁରୁତର

ଧର୍ମଶାଳା,୫ା ୩(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା ୧୬ ନଂ ଜାତୀୟ ରାଜପଥର ସାରୋଇ ଛକ ନିକଟରେ ଗୁରୁବାର ଏକ ବାଇକକୁ ଟ୍ରକ୍‌ ଧକ୍କା ଦେବା ପରେ ଉଭୟ ଗାଡ଼ି ଜଳିଯାଇଛି। ଏଥିରେ ବାଇକରେ ଯାଉଥିବା ଦମ୍ପତି ଗୁରୁତର ହୋଇଛନ୍ତି। ସେମାନେ ହେଲେ ଭଦ୍ରକ ଜିଲା ବନ୍ତ ଅଞ୍ଚଳର ତାପସ ତରେଇ(୩୨) ଓ ଶୁଭଲକ୍ଷ୍ମୀ ନାୟକ(୨୮)। ଉଭୟ ଏକ ବାଇକରେ ଭୁବନେଶ୍ୱରରୁ ଭଦ୍ରକ ଫେରୁଥିବା ବେଳେ ସକାଳ ୧୦ଟା ସମୟରେ ଏଭଳି ଦୁର୍ଘଟଣା ଘଟିଥିଲା। ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଆମ୍ବୁଲାନ୍ସ ଯୋଗେ ଦମ୍ପତିଙ୍କୁ ଉଦ୍ଧାର କରି ବଡଚଣା ମେଡିକାଲ ପଠାଇଥିବା ବେଳେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟପଟେ ଗାଡି ଜଳୁଥିବା ଖବର ପାଇ ଚଣ୍ଡିଖୋଲ ଦମକଳ ବାହିନୀ ପହଞ୍ଚି ନିଆକୁ ଆୟତ୍ତ କରିଥିଲା। ଏହି ସମୟରେ ଉକ୍ତ ରାସ୍ତାଦେଇ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ରାସ୍ତାର ଉଭୟ ପଟେ ଶହଶହ ଗାଡି ଅଟକି ରହିଥିଲା। ଧର୍ମଶାଳା ପୋଲିସ ୮୮/୨୦ରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁଙ୍କୁ ମିଳିଲା ଆଜୀବନ କାରାଦଣ୍ଡ: ଅଢେଇ ବର୍ଷ ତଳେ…

ବ୍ରହ୍ମପୁର, ୨୩/୧୨(ସୁବାସ ଚନ୍ଦ୍ର ପାଢ଼ୀ): ଜିଲା ଜଜ ଅଶାନ୍ତ କୁମାର ଦାସ ମଙ୍ଗଳବାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତଙ୍କୁ ଦୋଷୀ...

ଓଡ଼ିଶାରେ ବଢୁଛି ଶୀତର ପ୍ରକୋପ: ୩ ଦିନରେ ଏସବୁ ଜିଲାରେ ହ୍ରାସ ପାଇବ ପାରଦ

ଭୁବନେଶ୍ୱର,୨୩।୧୨: ରାଜ୍ୟରେ ଶୀତର ଲହରି ଜାରି ରହିଥିବା ବେଳେ ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ସହରର ତାପମାତ୍ରା ଗତ ୩ ଦିନ ମଧ୍ୟରେ ଗୁରୁତର ଭାବେ...

ବୁଧଙ୍କ ବିରଳ ଗୋଚର; ବର୍ଷ ଶେଷରେ ମାଲାମାଲ ହୋଇଯିବେ ଏହି ରାଶି…

ଆସନ୍ତା ୨୯ ତାରିଖରେ ବୁଦ୍ଧିର ଦାତା ବୁଧ ଗୁରୁ ରାଶି ଧନୁରେ ପ୍ରବେଶ କରିବାକୁ ଯାଉଛନ୍ତି । ବୁଧଙ୍କ ଏହି ଗୋଚର ୨୦୨୫ ବର୍ଷ ଶେଷରେ...

ଯାଜପୁରରେ ରୁଦ୍ଧଦ୍ୱାର ବୈଠକ ପରେ ମୁହଁ ଖୋଲିଲେ ମୋକିମ୍‌: କହିଲେ…

ଯାଜପୁର,୨୩।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ରସୁଲପୁର ବ୍ଲକ କୁଆଖିଆରେ ବନ୍ଧୁମିଳନ ପରେ ପ୍ରତିକ୍ରିୟା ରଖିଲେ ମୋକିମ। କହିଲେ, କଂଗ୍ରେସରେ ଅନେକ ନେତା ଓ କର୍ମୀ...

‘ଗରିବ ଯଦି ମହାପ୍ରଭୁଙ୍କ ସାମଗ୍ରୀ ବିକ୍ରି କର’, ପୁରୀରେ ସାନ୍ତା ଟୋପି ବିକ୍ରିକୁ ନେଇ ବିବାଦ

ଭୁବନେଶ୍ୱର: ବଡ଼ଦିନ ବା ଖ୍ରୀଷ୍ଟମାସ ଅବସରରେ ରାଜଧାନୀ ଭୁବନେଶ୍ୱରର ଏବଂ ଶ୍ରୀକ୍ଷେତ୍ର ପୁରୀର ରାସ୍ତା କଡ଼ରେ ସାନ୍ତା କ୍ଲଜ୍ ଟୋପି ଓ ଅନ୍ୟାନ୍ୟ ସାମଗ୍ରୀ ବିକ୍ରି...

ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଶେଷ: ଖୁବଶୀଘ୍ର ହେବ ଅଳଙ୍କାର ଗଣତି ମଣତି

କଟକ,୨୩।୧୨: ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଏବଂ ରତ୍ନ ଅଳଙ୍କାର ଗଣତି ମଣତି ସମ୍ପର୍କିତ ଜନସ୍ୱାର୍ଥ ମାମଲାର ଶୁଣାଣି କରି ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଭାରତୀୟ ପ୍ରତ୍ନତତ୍ତ୍ୱ...

ଚାଲିଗଲା ମା’ ଛେଉଣ୍ଡ ଛୁଆହାତୀ ଶମ୍ଭୁର ଜୀବନ

ବାରଙ୍ଗ,୨୩।୧୨(ଲିଙ୍ଗରାଜ ରାଉତ): ଚନ୍ଦକା ଜଙ୍ଗଲର କୁମାରଖୁଣ୍ଟିରେ ରହୁଥିବା ୬ମାସର ମା’ଛେଉଣ୍ଡ ହାତୀ ଛୁଆ ଶମ୍ଭୁ ମଙ୍ଗଳବାର ମୃତ୍ୟୁବରଣ କରିଛି। ମୃତ୍ୟୁର ପ୍ରକୃତ କାରଣ ଜଣାପଡି ନ...

ଚାଷୀଙ୍କୁ ଶୋଷଣ ଚଳିବ ନାହିଁ, ନଚେତ୍‌ ନିଆଁ ଜଳିବ: ପ୍ରଦୀପ ମାଝୀ

ଝରିଗାଁ, ୨୩।୧୨ (କିଶୋର ଚନ୍ଦ୍ର ମଣ୍ଡଳ):ନବରଙ୍ଗପୁର ଜିଲାର ଝରିଗାଁ, ଉମରକୋଟ ଓ ରାଇଘର, ଚନ୍ଦାହାଣ୍ଡି ବ୍ଲକ ଠାରେ ଚାଷୀ ମହାସଂଘ ପକ୍ଷରୁ ବ୍ଳକ ବନ୍ଦ କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri