ନାଉଗଁ।, ୭।୩ (ସ୍ବ.ପ୍ର.): ପଞ୍ଚାୟତର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତିବର୍ଷ ଅନୁଦାନ ଅର୍ଥ ଯୋଗାଇ ଦିଆଯାଉଥିବା ବେଳେ ଠିକ୍ ସମୟରେ ଅନୁଦାନ ଖର୍ଚ୍ଚ କରା ନ ଗଲେ ତାହା ଫେରିଯିବା ନିୟମ ମଧ୍ୟ ରହିଛି। ତେବେ ନାଉଗାଁ ବ୍ଲକ ଅଧୀନ ୧୬ଟି ପଞ୍ଚାୟତକୁ ଆସିଥିବା ଅନୁଦାନ ଅର୍ଥ ବିନିଯୋଗ ହୋଇଥିବା ବେଳେ କେବଳ ରୋହିଆ ପଞ୍ଚାୟତକୁ ଆସିଥିବା ୧ କୋଟି ୬୦ ଲକ୍ଷ ଟଙ୍କାର ଅନୁଦାନ ରାଶି କୌଣସି କାର୍ଯ୍ୟରେ ଖର୍ଚ୍ଚ ହୋଇପାରିନାହିଁ। ଇତିମଧ୍ୟରେ ଆର୍ଥିକ ବର୍ଷ ଶେଷ ହେବାକୁ ବସିଥିବା ବେଳେ ଅନୁଦାନ ଅର୍ଥ ଖର୍ଚ୍ଚ ହୋଇପାରି ନ ଥିବାରୁ ଏହା ଫେରିଯିବାର ଆଶଙ୍କା ରହିଛି। ଦୁଇ ଦଳ ମଧ୍ୟରେ ଭାଗବଣ୍ଟା ନ ଛିଣ୍ଡିବା ଯୋଗୁ ପଞ୍ଚାୟତରେ ଉନ୍ନତୀକରଣ କାର୍ଯ୍ୟ ଆଗେଇପାରୁ ନ ଥିବା ବେଳେ ଅନୁଦାନ ଖର୍ଚ୍ଚ ହୋଇପାରୁନାହିଁ ବୋଲି ବରିଷ୍ଠ ନାଗରିକ ଓ ବୁଦ୍ଧିଜୀବୀମାନେ ଉଦ୍ବେଗ ପ୍ରକାଶ କରିଛନ୍ତି। ପଞ୍ଚାୟତର ପାଣ୍ଠି ବାବଦରେ ୫୪ ଲକ୍ଷ, ବ୍ଲକ ଶେୟାର ୮୧ ଲକ୍ଷ ଓ ଆମ ଗଁା ଆମ ବିକାଶ ଯୋଜନାରେ ୨୫ ଲକ୍ଷ ଟଙ୍କା ସର୍ବମୋଟ ୧ କୋଟି ୬୦ ଲକ୍ଷ ଟଙ୍କା ଅନୁଦାନ ପଡ଼ି ରହିଥିବା ଜଣାଯାଇଛି।
ପ୍ରକାଶ ଯେ, ଗତ ପଞ୍ଚାୟତ ନିର୍ବାଚନରେ ଉକ୍ତ ପଞ୍ଚାୟତରେ କଂଗ୍ରେସ ସମର୍ଥିତ ପ୍ରାର୍ଥୀ ସରପଞ୍ଚ ଓ ସମିତିସଭ୍ୟ ଭାବେ ନିର୍ବାଚିତ ହୋଇଛନ୍ତି। ଅନ୍ୟପଟେ ଗତ ସାଧାରଣ ନିର୍ବାଚନରେ ଜଗତ୍ସିଂହପୁର ବିଧାନସଭା ଆସନରୁ ବିଜେଡିର ପ୍ରଶାନ୍ତ କୁମାର ମୁଦୁଲି ବହୁମତ ପାଇ ନିର୍ବାଚନ ଜିତିଛନ୍ତି। ତେଣୁ ରୋହିଆ ପଞ୍ଚାୟତରେ ଉଭୟ ବିଜେଡି ଓ କଂଗ୍ରେସ ସମର୍ଥତ୍ତଙ୍କ ମଧ୍ୟରେ ମତପାର୍ଥକ୍ୟ ଯୋଗୁ ଦେଢ଼କୋଟିରୁ ଊର୍ଦ୍ଧ୍ୱ ଟଙ୍କା ପଞ୍ଚାୟତବାସୀଙ୍କ ହିତରେ ଲାଗିପାରୁନି ବୋଲି ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ତେବେ ପଡ଼ି ରହିଥିବା ଅନୁଦାନ ଖର୍ଚ୍ଚ କରିବା ପାଇଁ ସମସ୍ତ ପ୍ରକାର ସହଯୋଗ କରାଯିବ ବୋଲି ୩ ମାସ ପୂର୍ବେ ହୋଇଥିବା ପଞ୍ଚାୟତ ସମିତି ବୈଠକ ଓ ଗତ କିଛି ଦିନ ତଳେ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଯୋଗଦେବା ଅବସରରେ ବିଧାୟକ ମୁଦୁଲି ପ୍ରତିଶ୍ରୁତି ଦେଇଥିଲେ। ମାତ୍ର ଚଳିତ ଆର୍ଥିକ ବର୍ଷ ଶେଷ ହେବାକୁ ଦିନ କେଇଟା ବାକି ଥିଲେ ହେଁ ସେ ଦିଗରେ କୌଣସି ପଦକ୍ଷେପ ନିଆଯାଇନାହିଁ। ଏ ସମ୍ପର୍କରେ ସ୍ଥାନୀୟ ସରପଞ୍ଚ ଶିବବ୍ରତ ନାୟକଙ୍କର କୌଣସି ପ୍ରତିକ୍ରିୟା ମିଳିପାରିନାହିଁ। ସମିତିସଭ୍ୟ ପଦ୍ମଚରଣ ରାଉତ ଏ ସମ୍ପର୍କରେ କୁହନ୍ତି, ପଡ଼ି ରହିଥିବା ଅନୁଦାନ କେଉଁ ଉପାୟରେ ଖର୍ଚ୍ଚ କରାଯିବ, ସେ ନେଇ ବ୍ଲକ ବିଜେଡି ସଭାପତି, ବ୍ଲକ ଅଧ୍ୟକ୍ଷ, ସହକାରୀ ଯନ୍ତ୍ରୀ, ସରପଞ୍ଚ ଓ ସମିତିସଭ୍ୟଙ୍କ ଉପସ୍ଥିତିରେ ଏକ ବୈଠକରେ ଆଲୋଚନା କରାଯାଇଛି। ଖୁବ୍ଶୀଘ୍ର ସବୁ କାର୍ଯ୍ୟ ଆରମ୍ଭ କରାଯିବ ବୋଲି ସେ କହିଛନ୍ତି। ବ୍ଲକ ବିଜେଡି ସଭାପତି ସୁଜିତ ମଲ୍ଲିକଙ୍କୁ ପଚାରିବାରେ ଅନୁଦାନ ଖର୍ଚ୍ଚ ନେଇ ବୈଠକରେ ଆଲୋଚନା ସରିଛି। ଖୁବ୍ଶୀଘ୍ର ବିଭିନ୍ନ ପ୍ରକଳ୍ପର କାର୍ଯ୍ୟ ଆରମ୍ଭ ହେବ।
Posted inଆମ ଜିଲା ଖବର, ଜଗତ୍ସିଂହପୁର, ରାଜ୍ୟ View All
ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ
ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...
ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ
ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...
ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…
ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...
ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ
ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...
ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…
ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...
ଓଡ଼ିଶା ପୋଲିସ ପ୍ରଗତି ଡ୍ୟାସବୋର୍ଡ ରାଙ୍କିଙ୍ଗ୍: ପୁରୁଷୋତ୍ତମପୁର ଏସ୍ଡିପିଓ, ଗଞ୍ଜାମ ଥାନା ପ୍ରଥମ
ଗଞ୍ଜାମ/ଛତ୍ରପୁର, ୧ା୧ (ଅନାଥ ତରାଇ/ଦିଲୀପ ସାମଲ)- ଓଡ଼ିଶା ପୋଲିସର କ୍ରାଇମ ଆଣ୍ଡ କ୍ରିମିନାଲ ଟ୍ରାକିଙ୍ଗ୍ ନେଟ୍ୱର୍କ ଆଣ୍ଡ ସିଷ୍ଟମ (ସିସିଟିଏନ୍ଏସ୍) ଅଧୀନରେ ପ୍ରଗତି ଡ୍ୟାସବୋର୍ଡର ର଼୍ୟାକିଙ୍ଗ୍...
ଅବ୍ୟବସ୍ଥା ଘେରରେ ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଡାକ୍ତରଙ୍କ ମରୁଡି, କାମରେ ଆସୁନି …
ମୋହନା,୧। ୧(ମନ୍ମଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ସ୍ୱାସ୍ଥ୍ୟ ସେବା ପାଇଁ କୋଟି କୋଟି ଟଙ୍କା ପାଣି ଭଳିଆ ଖର୍ଚ୍ଚ କରି ଚାଲିଛନ୍ତି। କିନ୍ତୁ...
ଗଞ୍ଜାମ ଜିଲା ଭାଜପା ସମ୍ପାଦକ ଭାବେ ମନୋନୀତ ହେଲେ ଦୁର୍ଯ୍ୟୋଧନ ରେଡ୍ଡି, ଗୁରୁ ଦାୟିତ୍ୱ ମିଳିବା ପରେ…
ଗଞ୍ଜାମ,୧।୧(ବିଦ୍ୟାଧର ସାହୁ /ଦିଲ୍ଲୀପ ସାମଲ): ଭାରତୀୟ ଜନତା ପାର୍ଟି(ଭାଜପା) ଗଞ୍ଜାମ ଜିଲା ସମ୍ପାଦକ ଭାବେ ଏନ୍ ଦୁର୍ଯ୍ୟୋଧନ ରେଡ୍ଡି (ପିତୁ ଭାଇ)ଙ୍କୁ ମନୋନୀତ କରିଛି ।...
Archives


