Posted inଖେଳ

ଜନ୍ମଦିନକୁ ସ୍ମରଣୀୟ ଲକ୍ଷ୍ୟରେ ହର୍‌ମନପ୍ରୀତ୍‌

ମେଲବୋର୍ନ, ୮।୩- ଆୟୋଜକ ଅଷ୍ଟ୍ରେଲିଆ ଓ ଭାରତ ମଧ୍ୟରେ ରବିବାର ସ୍ଥାନୀୟ ମେଲବୋର୍ନ କ୍ରିକେଟ୍‌ ଗ୍ରାଉଣ୍ଡ (ଏମ୍‌ସିଜି)ରେ ଆଇସିସି ମହିଳା ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଭାରତୀୟ ଦଳର ଅଧିନାୟିକା ହର୍‌ମନପ୍ରୀତ୍‌ କୌରଙ୍କ ୩୧ତମ ଜନ୍ମଦିନ ରବିବାର ପଡ଼ୁଥିବାରୁ ତାଙ୍କ ପାଇଁ ଏହି ମ୍ୟାଚ୍‌ ବେଶ୍‌ ସ୍ବତନ୍ତ୍ର ରହୁଛି। ଅଷ୍ଟ୍ରେଲିଆକୁ ହରାଇ ଭାରତକୁ ପ୍ରଥମଥର ଟି୨୦ ବିଶ୍ୱକପ୍‌ ଚାମ୍ପିୟନ କରାଇବା ସହ ଜନ୍ମଦିନକୁ ଅଧିକ ସ୍ମରଣୀୟ କରିବା ଲକ୍ଷ୍ୟରେ ସେ ରହିଛନ୍ତି। ଭାରତୀୟ ମହିଳା କ୍ରିକେଟ୍‌ ଦଳର ଏହି ପ୍ରମୁଖ ବ୍ୟାଟ୍ସଓମ୍ୟାନ ପଞ୍ଜାବର ମୋଗା ସହରରେ ୮ ମାର୍ଚ୍ଚ ୧୯୮୯ରେ ଜନ୍ମ ଗ୍ରହଣ କରିଥିଲେ। ପ୍ରଥମ ଭାରତୀୟ ଅଧିନାୟିକା ଭାବେ ହର୍‌ମନପ୍ରୀତ୍‌ ଭାରତୀୟ ଦଳକୁ ଆଇସିସି ମହିଳା ଟି୨୦ ବିଶ୍ୱକପ୍‌କୁ ଫାଇନାଲରେ ପ୍ରବେଶ କରିବାରେ ସଫଳ ହୋଇଛନ୍ତି। ହର୍‌ମନପ୍ରୀତ୍‌ଙ୍କ ପରିବାର ମଧ୍ୟ ଷ୍ଟାଡିୟମରେ ଉପସ୍ଥିତ ରହି ତାଙ୍କ ଖେଳକୁ ଉପଭୋଗ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହଠାତ୍ ଅବସର ଘୋଷଣା କଲେ ଏହି ବରିଷ୍ଠ କ୍ରିକେଟର, ପୂର୍ବତନ ଖେଳାଳିଙ୍କୁ କଲେ ଟାର୍ଗେଟ୍

ନୂଆଦିଲ୍ଲୀ,୨।୧: ଅଷ୍ଟ୍ରେଲିଆର ଭେଟେରାନ ବ୍ୟାଟ୍ସମ୍ୟାନ୍ ଉସମାନ ଖ୍ୱାଜା ଆସନ୍ତା ସିଡନୀ କ୍ରିକେଟ୍ ଗ୍ରାଉଣ୍ଡ (SCG)ରେ ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଆଶେସ୍...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ

ମେଲବୋର୍ନ,୧ା୧: ଶ୍ରୀଲଙ୍କା ଏବଂ ଭାରତରେ ହେବାକୁଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ଅଷ୍ଟ୍ରେଲିଆ ଚୟନକର୍ତ୍ତା ଏକ ୧୫ଜଣିଆ ଦଳ ଘୋଷଣା କରିଛନ୍ତି। ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ...

ଅବସର ନେବେ ଉସମାନ ଖ୍ବାଜା? ପଞ୍ଚମ ଟେଷ୍ଟ ପୂର୍ବରୁ କରିବେ ପ୍ରେସ କନଫରେନ୍ସ

ସିଡ଼ନୀ,୧।୧: ତାଙ୍କ ଟେଷ୍ଟ ଭବିଷ୍ୟତକୁ ନେଇ କଳ୍ପନାଜଳ୍ପନା ମଧ୍ୟରେ, ଅଷ୍ଟ୍ରେଲିୟ ଓପନର ଉସମାନ ଖ୍ବାଜା ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ପଞ୍ଚମ ଆଶେସ ଟେଷ୍ଟ ପୂର୍ବରୁ ଏକ...

ଏହିଦିନ ଫେରିବେ Shubman Gill, T-20 ବିଶ୍ୱକପରୁ ବାହାର ହେବା ପରେ ଏହି ଦଳ ବିପକ୍ଷରେ ଖେଳିବେ…

ନୂଆଦିଲ୍ଲୀ,୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ନିକଟରେ ଘୋଷଣା କରାଯାଇଥିଲା। ଖରାପ ଫର୍ମ ଏବଂ ଆଘାତ ସହିତ ସଂଘର୍ଷ କରୁଥିବା ଶୁବମନ ଗିଲଙ୍କୁ...

ନୂଆବର୍ଷରେ ଭାଇରାଲ ହେଲା ସ୍ମୃତି ମନ୍ଧାନାଙ୍କ ପୋଷ୍ଟ, ଗୋଟିଏ ଧାଡିରେ ଲେଖିଦେଲେ ମନର କଥା

ନୂଆଦିଲ୍ଲୀ,୧।୧: ଭାରତୀୟ ମହିଳା କ୍ରିକେଟ ଦଳର ତାରକା ସ୍ମୃତି ମନ୍ଧାନାଙ୍କ ପାଇଁ ୨୦୨୫ ବର୍ଷ ଏକ ରୋଲରକୋଷ୍ଟର ଯାତ୍ରାଠାରୁ କମ ନଥିଲା। କ୍ରିକେଟ କ୍ଷେତ୍ରରେ ମନ୍ଧାନା...

ଟି-୨୦ ବିଶ୍ୱକପ ପାଇଁ ଶକ୍ତିଶାଳୀ ଦଳ ଘୋଷଣା କଲା ଅଷ୍ଟ୍ରେଲିଆ: ଟିମରେ ଧୁରନ୍ଧର ଖେଳାଳିଙ୍କ ଏଣ୍ଟ୍ରି

ନୂଆଦିଲ୍ଲୀ,୧।୧: ଅଷ୍ଟ୍ରେଲିଆ ୨୦୨୬ର ଆଇସିସି ପୁରୁଷ ଟି୨୦ ବିଶ୍ୱକପ ପାଇଁ ମିଚେଲ ମାର୍ଶଙ୍କ ନେତୃତ୍ୱରେ ୧୫ ଜଣିଆ ଦଳ ଘୋଷଣା କରିଛି। ସ୍ପିନର ମାଥ୍ୟୁ କୁହନେମାନ,...

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri