ହରିରାଜପୁର ମେଳଣ ୧୪ରୁ: ଆତସବାଜି ପ୍ରଦର୍ଶନ ପାଇଁ ହେବ ୪୦ ବାଣ ପାଲି

ଜଟଣୀ, ୯।୩(ଡି.ଏନ.ଏ.): ଓଡ଼ିଶା ପ୍ରସିଦ୍ଧ ହରିରାଜପୁର ପଞ୍ଚୁଦୋଳ ମେଳଣ ପାଇଁ ଏହାର ପରିଚାଳନା କମିଟି ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଚାଲିଛି। ଜଟଣୀ ନିକଟବର୍ତ୍ତୀ ହରିରାଜପୁରସ୍ଥିତ ଶ୍ରୀପଶ୍ଚିମାଶମ୍ଭୁ ସୋମନାଥ ଦେବଙ୍କ ଏହି ମେଳଣର ଜମାଣ ଉତ୍ସବ ଆସନ୍ତା ୧୪ରୁ ୧୭ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ୮୦ ଏକର ବିଶିଷ୍ଟ ମେଳଣ ପଡିଆରେ ୪ ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଏହି ମେଳଣରେ ଲକ୍ଷାଧିକ ଜନସମାଗମ ହେବ। ଚଳିତବର୍ଷ ବିପଦ ସୃଷ୍ଟିକାରୀ ବାଣ ଉପରେ କଟକଣା କରାଯାଇ କେବଳ ଆକର୍ଷଣୀୟ ଆତସବାଜି ପ୍ରଦର୍ଶନ ଉପରେ ଏଥର ଗୁରୁତ୍ୱ ଦିଆଯାଇଛି। ପୂର୍ବବର୍ଷ ଭଳି ଚଳିତବର୍ଷ ଜମାଣ ଉତ୍ସବରେ ଏକ କୋଟିରୁ ଅଧିକ ଟଙ୍କାର ଆତସବାଜି ପ୍ରଦର୍ଶନ ହେବ ବୋଲି ମେଳଣ କମିଟିର ସଂଯୋଜକ ପ୍ରସନ୍ନ ମହାରଥୀ ରବିବାର କହିଛନ୍ତି। ଏଥିପାଇଁ ୪୦ଟି ବାଣ ପାଲି ପ୍ରସ୍ତୁତ କରାଯାଉଥିବା ସେ ସୂଚନା ଦେଇଥିଲେ। ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଥିଲେ ମଧ୍ୟ ଟ୍ରାଫିକ କଟକଣା, ଆଲୋକୀକରଣ, ରାସ୍ତା ପ୍ରଶସ୍ତୀକରଣ, ସୁରକ୍ଷା ଓ ଅନ୍ୟାନ୍ୟ ଆବଶ୍ୟକ ବ୍ୟବସ୍ଥା ଉପରେ ଅଧିକ ଗୁରୁତ୍ୱ ଦେବାକୁ ମେଳଣ କମିଟିର କର୍ମକର୍ତ୍ତାଙ୍କ ପକ୍ଷରୁ କୁହାଯାଇଛି। ଏହାଛଡ଼ା ୪ଦିନ ଧରି ଅନୁଷ୍ଠିତ ମେଳଣରେ ସ୍ବଚ୍ଛତା ବଜାୟ ରଖିବା ଓ ପଲିଥିନ୍‌ ବ୍ୟବହାର ନ କରିବାକୁ କମିଟି ପକ୍ଷରୁ ସଚେତନ କରାଯାଉଥିବା ସେ କହିଛନ୍ତି। ଏହାଛଡ଼ା ଅଧିକ ସଂଖ୍ୟାରେ ଭ୍ରାମ୍ୟମାଣ ସ୍ବାସ୍ଥ୍ୟକେନ୍ଦ୍ର, ପାନୀୟ ଜଳ, ପୋଲିସ ମୁତୟନ ଉପରେ ପ୍ରଶାସନ ଗୁରୁତ୍ୱ ଦେବା ଆବଶ୍ୟକ ବୋଲି ସଂଯୋଜକ ପ୍ରସନ୍ନ କହିଥିଲେ। ଏ ନେଇ ପ୍ରଶାସନକୁ କମିଟି ପକ୍ଷରୁ ପ୍ରସ୍ତାବ ଦିଆଯାଇଥିବା ସେ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri