ଗଞ୍ଜାମ ଐତିହାସିକ ଦୋଳଯାତ୍ରା: ବଜାର ଯାତ୍ରା ଶେଷ, କଳାକାରଙ୍କୁ ମାନପତ୍ର ବଣ୍ଟନ

ଗଞ୍ଜାମ, ୯ା୩(ଡି.ଏନ୍‌.ଏ.)- ଗଞ୍ଜାମ ଐତିହାସିକ ଦୋଳ ଯାତ୍ରାରେ ସୋମବାର ବଜାର ଯାତ୍ରା ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ରବିବାର ରାତି ୧୦ଟାରେ ସମସ୍ତ ସାହି ଠାକୁର ବଜାରରେ ପହଞ୍ଚତ୍ବା ପରେ ଯାତ୍ରା ଆରମ୍ଭ ହୋଇଥିଲା। ପରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ତଥା ରାମାୟଣ, ଭାରତଲୀଳା, ରାଧା ପ୍ରେମଲୀଳା ଆଦି ପରିବେଷଣ ହୋଇଥିଲା। ଏହାକୁ ଦେଖିବାକୁ ଲକ୍ଷାଧିକ ଲୋକଙ୍କ ଭିଡ଼ ଜମିଥିଲା। ପୂର୍ବାହ୍ନରେ ବିଧାୟକ ସୁବାସ ଚନ୍ଦ୍ର ବେହେରା, ପୂର୍ବତନ ଏମ୍‌ପି ପ୍ରତିନିଧି ସୁଧୀର କୁମାର ପାଢ଼ୀ, ପୂର୍ବତନ କାଉନ୍‌ସିଲର ଦଣ୍ଡପାଣି ପରିଡ଼ା, ଗଞ୍ଜାମ ଏନ୍‌ଏସି ନିର୍ବାଚନ ଅଧିକାରୀ ରାକେଶ ରଞ୍ଜନ ଦାସ, ବିଡିଓ ଜ୍ୟୋତି ଶଙ୍କର ରାଏ, ଥାନାଧିକାରୀ ଦିଲୀପ କୁମାର ସାହୁ, ବଣିକ ସଂଘ ସଭାପତି ଗୌରୀ ଶଙ୍କର ବାରିକ ପ୍ରମୁଖ ଉପସ୍ଥିତ ଥିଲେ। ଆଇନଶୃଙ୍ଖଳା ପାଇଁ ୩ ପ୍ଲାଟୁନ ପୋଲିସ ଫୋସର୍ର୍ ମୁତୟନ ହୋଇଥିଲେ। ଅପରାହ୍ନରେ ସମସ୍ତ ଠାକୁର ଦୋଳ ବିମାନରେ ନିଜ ନିଜ ମନ୍ଦିରକୁ ଫେରିଥିଲେ। ଏହି ଅବସରରେ ସାନ ବଜାର ଓ ବଡ଼ ବଜାରଠାରେ ସ୍ବେଚ୍ଛାସେବୀ ସଂଗଠନ ପକ୍ଷରୁ ପାନୀୟ ଜଳ ବଣ୍ଟନ କରାଯାଇଥିଲା। ଏଥିସହ ଦୋଳପୂର୍ଣ୍ଣିମା ଯାତ୍ରା ଅବସରରେ ବିଞ୍ଚଣାପଲି ଗ୍ରାମ ପକ୍ଷରୁ ଗଞ୍ଜାମ ବ୍ଲକର ବିଭିନ୍ନ ଗ୍ରାମର ସଂକୀର୍ତ୍ତନ ମଣ୍ଡଳୀ କଳାକାରଙ୍କୁ ମାନପତ୍ର ବଣ୍ଟନ କରାଯାଇଥିଲା। ମୁଖ୍ୟଅତିଥି ଭାବେ ବିଡିଓ ରାଏ ଓ ଥାନାଧିକାରୀ କଳାକାରମାନଙ୍କୁ ମାନପତ୍ର ପ୍ରଦାନ କରିଥିଲେ। ଏହାକୁ ବିଞ୍ଚଣାପଲି ଗ୍ରାମର ସଭାପତି କେ.ସିରାମୁଲୁ ରାଓ, ଉପସଭାପତି ବି. ମଧୁସୂଦନ, କେ.ଶଙ୍କର ରାଓ ପ୍ରମୁଖ ପରିଚାଳନା କରିଥିଲେ। ଯାତ୍ରାରେ ବିଭିନ୍ନ ଘରକରଣା ସାମଗ୍ରୀ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri