ଜଗନ୍ନାଥ ମନ୍ଦିରକୁ ନେଇ ରାଜନୀତି କରିବା ବିଜୟଙ୍କ ପୁରୁଣା ଅଭ୍ୟାସ: ବିଜେଡି

ଭୁବନେଶ୍ୱର,୯।୩(ବ୍ୟୁରୋ): ଜଗନ୍ନାଥ ମନ୍ଦିର ସହ ଜଡ଼ିତ ପ୍ରସଙ୍ଗକୁ ନେଇ ରାଜନୀତି କରିବା ଭାଜପା ନେତା ବିଜୟ ମହାପାତ୍ରଙ୍କର ପୁରୁଣା ଅଭ୍ୟାସ ବୋଲି ସୋମବାର ବିଜେଡି ମୁଖପାତ୍ର ସୁବାସ ସିଂହ କହିଛନ୍ତି । ୟେସ୍‌ ବ୍ୟାଙ୍କରେ ଶ୍ରୀମନ୍ଦିର ଅର୍ଥଜମା ନେଇ ବିଜୟ ଦେଇଥିବା ମନ୍ତବ୍ୟର ଜବାବ ଦେଇ ସିଂହ କହିଛନ୍ତି, ୟେସ୍‌ ବ୍ୟାଙ୍କକୁ ଭାରତୀୟ ରିଜର୍ଭ ବ୍ୟାଙ୍କ ନିୟନ୍ତ୍ରଣ କରୁଥିବାବେଳେ ରିଜର୍ଭ ବ୍ୟାଙ୍କ ଭାଜପା ଶାସିତ କେନ୍ଦ୍ର ସରକାରଙ୍କ ଅଧୀନରେ ରହିଛି । ଉଭୟ ଭାରତୀୟ ରିଜର୍ଭ ବ୍ୟାଙ୍କ ଓ କେନ୍ଦ୍ର ସରକାର ବାରମ୍ବାର କହି ଆସୁଛନ୍ତି ଯେ, ୟେସ୍‌ ବ୍ୟାଙ୍କରେ ଥିବା ସମସ୍ତ ଅର୍ଥ ସୁରକ୍ଷିତ ଅଛି । ମାତ୍ର ରାଜ୍ୟ ଭାଜପା କିଭଳି କହୁଛି ଯେ, ୟେସ୍‌ ବ୍ୟାଙ୍କରେ ଗଚ୍ଛିତ ଥିବା ଅର୍ଥ ଅସୁରକ୍ଷିତ। ଏ ନେଇ ସିଂହ ପ୍ରଶ୍ନ କରିଛନ୍ତି। ତେଣୁ ଏଥିରୁ ଗୋଟିଏ କଥା ସ୍ପଷ୍ଟ ହେଉଛି ଯେ, କେନ୍ଦ୍ର କିମ୍ବା ରାଜ୍ୟ ଭାଜପାଙ୍କ ମଧ୍ୟରୁ କେହି ଜଣେ ମିଛ କହୁଛି । ତେଣୁ ଏଭଳି ବିବୃତି ରଖିବା ପୂର୍ବରୁ ରାଜ୍ୟ ଭାଜପା ନେତାମାନେ କେନ୍ଦ୍ର ସହିତ ଯୋଗାଯୋଗ କରି କିଏ ମିଛ କହୁଛି ତାହା ଅବଗତ ହେବାକୁ ସିଂହ ପରାମର୍ଶ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସାଲେପୁର, ମାହାଙ୍ଗା ଓ ନିଆଳି ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜ୍ଞପ୍ତି ପ୍ରକାଶ: ପ୍ରଥମ ଦିନରେ କେହି ପ୍ରାର୍ଥିପତ୍ର କଲେନି ଦାଖଲ

କଟକ,୭ା୫ (କାର୍ତ୍ତିକ ସାହୁ) ରାଜ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସାଲେପୁର, ମାହାଙ୍ଗା ଓ ନିଆଳି ବିଧାନସଭା ନିର୍ବାଚନମଣ୍ଡଳୀର ୨୦୨୪ ସାଧାରଣ ନିର୍ବାଚନ ନିମନ୍ତେ ବିଧିବଦ୍ଧ...

ଭାଜପାର ଷ୍ଟାର ପ୍ରଚାରକ ତାଲିକା: ବାଦ୍‌ ପଡିଲେ ଅପରାଜିତା, ସମ୍ବିତ ପାତ୍ର

ଭୁବନେଶ୍ୱର,୭।୫: ରାଜ୍ୟର ବିଧାନସଭା ଓ ଲୋକ ସଭା ନିର୍ବାଚନ ପାଇଁ ଭାଜପା ଆଜି ତା’ର ସଂଶୋଧିତ ଷ୍ଟାର ପ୍ରଚାରକ ତାଲିକା ଜାରି କରିଛି । ଭୁବନେଶ୍ୱର...

ତାଣ୍ଡବ ରଚିଲା କାଳବୈଶାଖୀ

କୋକସରା,୭।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାଳବୈଶାଖୀ ଆଣିଛି ତାତିରୁ ଶାନ୍ତି, ହେଲେ ଏହାର ପ୍ରଭାବରେ ବଡ ବଡ ଗଛ ସହ ବିଦ୍ୟୁତ ଖୁଣ୍ଟ ଉପୁଡି ପଡି ଉପାନ୍ତ...

ଫୁଲ ଛାଡି ଶଙ୍ଖ ଫୁଙ୍ଖିଲେ ଭାଜପାର ବଡ଼ ନେତା

ଗଞ୍ଜାମ,୭।୫(ବିଦ୍ୟାଧର ସାହୁ ): ଆଉ ଦିନ କେଇଟା ପରେ ସାଧାରଣ ନିର୍ବାଚନ। ଆସନ୍ତା ମେ ୧୩ ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବାକୁ ଯାଉଛି l...

ଆସନ୍ତାକାଲି ମହାପ୍ରଭୁଙ୍କ ୬ଘଣ୍ଟା ଦର୍ଶନ ବନ୍ଦ

ପୁରୀ,୭।୫: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବୁଧବାର ବନକ ଲାଗି ନୀତି ଅନୁଷ୍ଠିତ ହେବ। ବନକ ଲାଗି ପାଇଁ ପ୍ରାୟ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ।...

ଦକ୍ଷିଣାଞ୍ଚଳ ଆଇଜିଙ୍କ ନିକଟରେ ଆତ୍ମସମର୍ପଣ କଲେ ମାଓବାଦୀ

ଫୁଲବାଣୀ,୭ା୫(ରାକେଶ କୁମାର ରାଉତ): କେକେବିଏନ୍‌ ମାଓବାଦୀ ସଂଗଠନର ଜଣେ କ୍ୟାଡର ମାଓବାଦୀ ଦକ୍ଷିଣାଞ୍ଚଳ ଆଇଜି ଜେ.ଏନ୍‌.ପଙ୍କଜଙ୍କ ନିକଟରେ ଆତ୍ମସମର୍ପଣ କରି ସମାଜର ମୁଖ୍ୟ ସ୍ରୋତରେ ସାମିଲ...

ଗଞ୍ଜାମରେ ଫ୍ଲାଇଂ ସ୍କ୍ବାଡର ଯାଞ୍ଚ କଡାକଡି

ଛତ୍ରପୁର ୭।୫(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲାରେ ଚଳିତ ମାସ ୧୩ରେ ଚତୁର୍ଥ ପର୍ଯ୍ୟାୟ ଏବଂ ୨୦ରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ ।...

ବଜ୍ରପାତରେ ଚାଲିଗଲା ୯ ଗୋରୁଙ୍କ ଜୀବନ

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ, ୭/୫ (ଅରୁଣ ସାହୁ /ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ଜନଜୀବନ ପ୍ରଭାବିତ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri