ଷଣ୍ଢ ଲଢେଇ ବେଳେ ଦୁର୍ଘଟଣା: ଯୁବକଙ୍କ ଉପରେ ଚଢିଗଲା ଟ୍ରକ

ସୋର, ୧୦ା୩(ଡି.ଏନ.ଏ.)-ବାଲେଶ୍ବର ଜିଲା ସୋର ଥାନା ଅନ୍ତର୍ଗତ ସୋର-ମଙ୍ଗଳପୁର ରାସ୍ତା ବାଗୁଡି ବଜାର ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ଟ୍ରକ ତଳେ ଚାପି ହୋଇ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି।
ମଙ୍ଗଳବାର ସକାଳେ ମହୁମୁହାଣ ଗ୍ରାମର ନରେନ୍ଦ୍ର ଜେନା ବାଇକ୍‌ରେ ସୋର ଅଭିମୁଖେ ଯାଉଥିବା ବେଳେ ହଠାତ୍‌ ଦୁଇଟି ଷଣ୍ଢ ଲଢେଇ କରି ରାସ୍ତା ଉପରକୁ ଉଠିଆସି ବାଇକ୍‌କୁ ଧକ୍କା ଦେଇଥିଲେ। ଫଳରେ ନରେନ୍ଦ୍ର ତଳେ ପଡିଯିବାରୁ ସମ୍ମୁଖରେ ବାଗୁଡି ଅଭିମୁଖେ ଆସୁଥିବା ଟ୍ରକ ତାଙ୍କ ଉପରେ ଚଢିଯାଇଥିଲା। ଘଟଣାସ୍ଥଳରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଥିଲା। ନରେନ୍ଦ୍ର ତାଙ୍କ ଝିଅକୁ ଆଣିବାକୁ କଲେଜଛକସ୍ଥିତ ମେସ୍‌କୁ ଯାଉଥିଲେ। ପୋଲିସ ଶବ ବ୍ୟବଚ୍ଛେଦ ପାଇଁ ପଠାଇ ଟ୍ରକକୁ ଅଟକ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

କଳିଙ୍ଗା ଘାଟିରେ ଡ୍ରେନକୁ ଖସିଲା ବସ: ଘନ କୁହୁଡି ଯୋଗୁ…

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଓ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ରେ ମାଟି ଓ ପଥର ଖସିବା ପରଠୁ ଘାଟିରେ କିଛି ଦିନ...

ରକ୍ତ ନେଇ HIV ସଂକ୍ରମିତ ହେଲେ ଥାଲାସେମିଆ ପୀଡିତ ୫ ଶିଶୁ: ୨ ଡାକ୍ତର ସସପେଣ୍ଡ

ନୂଆଦିଲ୍ଲୀ,୧୯ା୧୨: ମଧ୍ୟପ୍ରଦେଶର ସତନା ଜିଲାରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଥାଲାସେମିଆ ରୋଗରେ ପୀଡ଼ିତ ୫ ଜଣ ଶିଶୁଙ୍କୁ ସରକାରୀ ଡାକ୍ତରଖାନାରେ ରକ୍ତ ଦିଆଯିବା...

ପୌଷ ଅମବାସ୍ୟାରେ ଖୋଲିବ ଏହି 3 ରାଶିର ଭାଗ୍ୟ, ସବୁ କ୍ଷେତ୍ରରେ ମିଳିବ ସଫଳତା

ନୂଆଦିଲ୍ଲୀ,୧୯ା୧୨: ଆଜି ପବିତ୍ର ପୌଷ ଅମବାସ୍ୟା । ଆଜି ଭାବପ୍ରବଣ ଗଭୀରତା ଏବଂ ନବୀକରଣ ଶକ୍ତିର ଦିନ। ଆଜି ଶାନ୍ତ ଏବଂ ସଚ୍ଚୋଟ ଆଲୋଚନା, ଅତୀତର...

ଅଞ୍ଚଳ ପାଇଁ ଗୌରବ ଆଣିଲେ କଳାହାଣ୍ଡି ଛାତ୍ର ଟେକ: ଖେଳିଗଲା ଖୁସିର ଲହରୀ

କର୍ଲାମୁଣ୍ଡା, ୧୯।୧୨ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁର୍ଶୁଲାସ୍ଥିତ ଅମର ଡିଗ୍ରୀ କଲେଜର ଛାତ୍ର ଟେକ ବଗର୍ତ୍ତୀ ଆସନ୍ତା ଜାନୁଆରୀ ୨୬ରେ ନୂଆଦିଲ୍ଲୀ...

ବୃଦ୍ଧି ପାଉଛି ଶୀତ ପ୍ରକୋପ, ଏହି ଜିଲାରେ ଶନିବାର ସକାଳୁଆ ସ୍କୁଲ ହେବନି

ବ୍ରହ୍ମପୁର,୧୯ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଶିକ୍ଷାଧିକରୀଙ୍କ କାର୍ଯ୍ୟାଳୟର ଚିଠି ସଂଖ୍ୟା ୨୫୮୩୦ ଅନୁଯାୟୀ ଚଳିତ ସପ୍ତାହରୁ ଜିଲାର ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ...

ଚାଷୀଙ୍କ ଚେତାବନୀ: ୨୦ ସୁଦ୍ଧା ସମସ୍ତ ଟୋକନ ନ ଆସିଲେ ଆନ୍ଦୋଳନ ତୀବ୍ରତର

ଅତାବିରା/ଗୋଡ଼ଭଗା , ୧୯ା୧୨(ଯୁଧିଷ୍ଠିର ମହାପାତ୍ର/ସୁରେଶ ଦାସ):ଧାନର ଅଭାବୀ ବିକ୍ରି ସହ ୪ ଦଫା ଦାବି ନେଇ ରାଜ୍ୟ କୃଷକ ସଂଗଠନ ଗତ ୯ ତାରିଖ ଏନ୍‌ଏଚ୍‌...

ମଣ୍ଡିରୁ ଉଠୁନି ଧାନ, ଚାଷୀ ଅସନ୍ତୋଷ: ଦିନ ରାତି ଜଗି ବସିଛନ୍ତି ଚାଷୀ

ଅତାବିରା, ୧୯ା୧୨(ଯୁଧିଷ୍ଠିର ମହାପାତ୍ର):ବରଗଡ଼ ଜିଲାରେ ଗତ ମାସ ୨୮ ତାରିଖରୁ ମଣ୍ଡି ଖୋଲିଥିବା ବେଳେ ବର୍ତ୍ତମାନ ମଧ୍ୟ ଧାନ କିଣା ବିକା ସ୍ବାଭାବିକ ହୋଇପାରି ନାହିଁ...

ଡେଙ୍ଗୁ, ଚିକୁନଗୁନିଆରେ ପୀଡ଼ିତ ଅଛନ୍ତି କ୍ରିକେଟର ଚହଲ

ପୁଣେ,୧୮ା୧୨: ଲେଗ୍‌ ସ୍ପିନର ୟୁଜବେନ୍ଦ୍ର ଚହଲ ଡେଙ୍ଗୁ ଓ ଚିକନଗୁନିଆରେ ପୀଡ଼ିତ ଅଛନ୍ତି। ଏଥିଯୋଗୁ ସେ ଗୁରୁବାର ଝାଡ଼ଖଣ୍ଡ ଓ ହରିୟାଣା ମଧ୍ୟରେ ଖେଳାଯାଇଥିବା ସୟଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri