ହୋଲିକୁ ଫିକାକଲା କରୋନା

ଭୁବନେଶ୍ୱର,୧୨ା୩(ବ୍ୟୁରୋ): କରୋନା ଭୟରେ ଏଥର ଫିକା ପଡ଼ିଥିଲା ହୋଲି। ତେବେ ଓଡ଼ିଶାରେ ଏପର୍ଯ୍ୟନ୍ତ କରୋନା ସଂକ୍ରମିତ ଚିହ୍ନଟ ହୋଇ ନ ଥିବାରୁ ଲୋକେ ଧୁମ୍‌ଧାମରେ ରଙ୍ଗ ପର୍ବକୁ ସ୍ବାଗତ କରିଥିବାବେଳେ ଅଧିକାଂଶ ସ୍ବାସ୍ଥ୍ୟ ବିଭାଗର ପରାମର୍ଶକୁ ମାନି ଘରୁ ବାହାରକୁ ବାହାରି ନ ଥିଲେ କି ରଙ୍ଗ ଖେଳି ନ ଥିଲେ। ସେହିଭଳି କେତେକ ସ୍ଥଳେ କରୋନା ଭୟରେ ଏଥର ଲୋକେ ହର୍ବାଲ ହୋଲି ଖେଳିଥିବା ଦେଖିବାକୁ ମିଳିଥିଲା। ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଲୋକେ ହଳଦୀ ଓ ଚାଉଳ ଗୁଣ୍ଡ ଭଳି ପ୍ରାକୃତିକ ରଙ୍ଗରେ ହୋଲି ଖେଳିଥିଲେ।
ପ୍ରତିବର୍ଷ ଭଳି ଏଥର ମଧ୍ୟ କୋଣାର୍କ ଓ ପୁରୀରେ ବିଭିନ୍ନ ଦେଶରୁ ଆସିଥିବା ପର୍ଯ୍ୟଟକ ହୋଲି ଉତ୍ସବରେ ସାମିଲ ହୋଇଥିଲେ। ଭାରତର ଏହି ନିଆରା ପରମ୍ପରା ସମ୍ପର୍କରେ ଅବଗତ ହେବାସହ ରଙ୍ଗ ଖେଳି ପର୍ବ ପାଳନ କରିଥିଲେ। ବିଶ୍ୱର ବିଭିନ୍ନ ରାଷ୍ଟ୍ରରୁ ଆସିଥିବା ଏହି ବିଦେଶୀ ପର୍ଯ୍ୟଟକମାନେ ଭାରତୀୟ ବେଶଭୂଷାରେ ସଜେଇ ହୋଇ ଅବିର ଖେଳୁଥିବା ଦେଖିବାକୁ ମିଳିଥିଲା।
ସେହିଭଳି ବିଭିନ୍ନ ରାଜନୈତିକ ଦଳର ନେତାମାନେ ରଙ୍ଗ ଖେଳି ହୋଲି ପାଳନ କରିଥିଲେ। କଂଗ୍ରେସ ଭବନରେ ପିସିସି ସଭାପତି ନିରଞ୍ଜନନ ପଟ୍ଟନାୟକ ଓ ସୁର ରାଉତରାୟ ପ୍ରମୁଖ ହୋଲି ଖେଳିବା ସହ ରାଜ୍ୟବାସୀଙ୍କୁ ହୋଲିର ଅଭିନନ୍ଦନ ଜଣାଇଥିଲେ। ସେହିଭଳି ବିଭିନ୍ନ ମନ୍ତ୍ରୀ ନେତାମାନେ ନିଜ ନିଜ ସମର୍ଥକଙ୍କ ସହ ରଙ୍ଗ ଖେଳୁଥିବା ଦେଖିବାକୁ ମିଳିଥିଲା। ଏପଟେ ହୋଲି ରଙ୍ଗରୁ କରୋନା ବ୍ୟାପିବା ଏବଂ ଚାଇନା ଆସୁଥିବା ପିଚ୍‌କାରୀରୁ କରୋନା ଭୂତାଣୁ ବାହାରିବା ଭଳି ସୋସିଆଲ ମିଡ଼ିଆ ର୍ୟୁମର୍‌ରେ ବିଶ୍ୱାସ କରି ଅନେକ ହୋଲି ଖେଳୁ ନ ଥିବା ମଧ୍ୟ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri