ବାଳକାଟୀ,୧୨ା୩(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ବାଲିଅନ୍ତା ବ୍ଲକରେ ଗୋଟିଏ ସାଦା କାଗଜରେ ହୋଇଥିବା ୨୦ ଶିକ୍ଷକଙ୍କ ବଦଳି ମୌଖିକ ଭାବେ ପ୍ରତ୍ୟାହାର ହୋଇଛି। ଦୋଳପୂର୍ଣ୍ଣିମା ତଥା ଛୁଟି ପୂର୍ବଦିନ ଫୋନ ଯୋଗେ ସମ୍ପୃକ୍ତ ଶିକ୍ଷକମାନଙ୍କୁ ମୂଳ ସ୍କୁଲକୁ ଫେରିଯିବାକୁ ନିର୍ଦ୍ଦେଶ ଆସିବା ପରେ ବୁଧବାର ସ୍କୁଲ ଖୋଲିଥିବାବେଳେ କେତେଜଣ ଶିକ୍ଷକ କାର୍ଯ୍ୟରେ ଯୋଗଦେଇଥିବା ଜଣାପଡିଛି। ତେବେ ଏଭଳି ଏକ ଦୁର୍ନୀତି ଘଟଣା ଜଣାପଡ଼ିବା ପରେ କିଭଳି ମୌଖିକ ଆଦେଶରେ ପୁଣି ମୂଳ ସ୍କୁଲରେ ଶିକ୍ଷକମାନେ ଯୋଗଦେଲେ ତାହା ପ୍ରଶ୍ନବାଚୀ ସୃଷ୍ଟି କରୁଛି। ଏ ସମ୍ପର୍କରେ ଖୋର୍ଦ୍ଧା ଜିଲା ଶିକ୍ଷା ଅଧିକାରୀ(ଡିଇଓ) ବନ୍ଦନା ମହାପାତ୍ରଙ୍କୁ ପଚାରିବାରେ ଏପରି ହେବା କଥା ନୁହେଁ, ଘଟଣାର ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି। ସୂଚନା ମୁତାବକ, ସ୍ଥାନୀୟ ବ୍ଲକର ୨୦ଜଣ ଶିକ୍ଷକ ବଦଳି ପାଇଁ ବ୍ଲକ ଶିକ୍ଷାଧିକାରୀ(ବିଇଓ)ଙ୍କ ଉଦ୍ଦେଶ୍ୟରେ ସାଦା କାଗଜରେ ଆବେଦନ କରିଥିଲେ। କିନ୍ତୁ ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ(ବିଆରସିସି) ସୁରେନ୍ଦ୍ର କୁମାର ସାହୁ ଗତ ଜାନୁୟାରୀ ୩୧ରେ ଅବସର ନେବାର ପୂର୍ବଦିନ ଶିକ୍ଷକଙ୍କ ବଦଳିକୁ ଅସ୍ଥାୟୀ ଭାବେ ପ୍ରଧାନଶିକ୍ଷକଙ୍କୁ ଜଣାଇଥିବାରୁ ଶିକ୍ଷକମାନେ ନିଜ ମନମୁତାବକ ସ୍କୁଲରେ ଯୋଗଦେଇଥିଲେ। ତେବେ ବିନା ସରକାରୀ ନିର୍ଦ୍ଦେଶାନାମାରେ ଏହା ହୋଇଥିବାରୁ ଗତ ୭ତାରିଖରେ ଧରିତ୍ରୀରେ ‘ସାଦା କାଗଜରେ ୨୦ଶିକ୍ଷକଙ୍କ ବଦଳି’ ଶୀର୍ଷକ ଖବର ପ୍ରକାଶ ପାଇଥିଲା। ଏହାପରେ ବ୍ଲକ ସ୍ତରରେ ତତ୍ପରତା ଦେଖାଇ ବିଇଓଙ୍କ କାର୍ଯ୍ୟାଳୟରୁ ଉକ୍ତ ଶିକ୍ଷକମାନଙ୍କୁ ମୂଳ ସ୍କୁଲରେ ଯୋଗଦେବା ପାଇଁ ନିର୍ଦ୍ଦେଶ ରହିଥିଲା। ଏହି ନିର୍ଦ୍ଦେଶ ଅନୁଯାୟୀ କେତେଜଣ ଶିକ୍ଷକ ବୁଧବାର ମୂଳ ସ୍କୁଲରେ ଯୋଗଦେଇଥିବାର ଜଣାପଡ଼ିଛି। ସାଧାରଣରେ ଶିକ୍ଷା ବ୍ୟବସ୍ଥାରେ ସାମୟିକ ବଦଳି ବ୍ୟବସ୍ଥା ନ ଥିବାବେଳେ ଏହା କିପରି ତାହା ତଦନ୍ତ ସାପେକ୍ଷ।
Posted inଆମ ଜିଲା ଖବର, ଖୋର୍ଦ୍ଧା, ରାଜ୍ୟ View All
ଟ୍ରକ୍ରେ ପିଟି ହୋଇ ଦୁଇ ବାଇକ୍ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର
ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...
ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର
ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...
ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…
ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...
ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…
ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...
ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ
ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...
ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି
ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...
ବାଇକ୍ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ
ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...
ଟ୍ରକ୍କୁ ସାଇଡ୍ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍, ଚାଲିଗଲା ଜଣଙ୍କ ଜୀବନ
ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...
Archives


