Posted inଖେଳ

ରୋଡ୍‌ ସେଫ୍‌ଟି ଓ୍ବାଲର୍‌ଡ ସିରିଜ: ଖାଲି ଷ୍ଟାଡିୟମରେ ଖେଳାଯିବ ବଳକା ମ୍ୟାଚ୍‌

ମୁମ୍ବାଇ, ୧୨।୩ (ପି.ଟି.)- ସଡ଼କ ସୁରକ୍ଷା ସଚେତନତା ଲାଗି ମୁମ୍ବାଇରେ ବର୍ତ୍ତମାନ ‘ରୋଡ୍‌ ସେଫ୍‌ଟି ଓ୍ବାଲର୍‌ଡ ସିରିଜ’ ଟି୨୦ କ୍ରିକେଟ୍‌ ଟୁର୍ନାମେଣ୍ଟ ଚାଲିଛି। ଏଥିରେ ସଚିନ ତେନ୍ଦୁଲକର, ଓ୍ବେଷ୍ଟଇଣ୍ଡିଜର ବ୍ରାଏନ ଲାରାଙ୍କ ପରି କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ଅଂଶଗ୍ରହଣ କରିଛନ୍ତି। ତେବେ ବର୍ତ୍ତମାନ ବିଶ୍ୱରେ ଆତଙ୍କ ଖେଳାଇଥିବା କରୋନା ଭାଇରସ ଲାଗି ଏହି ପ୍ରତିଯୋଗିତାର ବଳକା ମ୍ୟାଚ୍‌ ଖାଲି ଷ୍ଟାଡିୟମରେ ଖେଳାଯିବାକୁ ନେଇ ଆୟୋଜକଙ୍କ ପକ୍ଷରୁ ନିଷ୍ପତ୍ତି ହୋଇଛି। ଏଥିଲାଗି ନୂଆ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ପୁନେସ୍ଥିତ ଏମ୍‌ସିଏ ଷ୍ଟାଡିୟମରେ ଖେଳାଯିବାକୁ ଥିବା ଏହି ପ୍ରତିଯୋଗିତାର ମ୍ୟାଚ୍‌କୁ ଆୟୋଜକଙ୍କ ପକ୍ଷରୁ ନଭି ମୁମ୍ବାଇସ୍ଥିତ ଡିଓ୍ବାଇ ପାଟିଲ ଷ୍ଟାଡିୟମକୁ ସ୍ଥାନାନ୍ତରଣ କରାଯାଇଛି। ଫଳରେ ଦର୍ଶକଙ୍କ ବିନା ବଳକା ମ୍ୟାଚ୍‌ ଅନୁଷ୍ଠିତ ହେବ। ଦର୍ଶକ, କ୍ରିକେଟର୍‌, ସପୋର୍ଟ ଷ୍ଟାଫ୍‌ଙ୍କ ସୁରକ୍ଷାକୁ ନଜରରେ ରଖି ଆୟୋଜକ ଏହି ନିଷ୍ପତ୍ତି ନେଇଛନ୍ତି। ନୂଆ କାର୍ଯ୍ୟସୂଚୀ ଅନୁଯାୟୀ ମାର୍ଚ୍ଚ ୧୩ରେ ଡିଓ୍ବାଇ ପାଟିଲ ଷ୍ଟାଡିୟମରେ ଦକ୍ଷିଣ ଆଫ୍ରିକା ଲିଜେଣ୍ଡ୍ସ ଓ ଶ୍ରୀଲଙ୍କା ଲିଜେଣ୍ଡ୍ସ ପରସ୍ପରକୁ ଭେଟିବେ। ରିପୋର୍ଟ ମୁତାବକ ବୁଧବାର ସୁଦ୍ଧା ମହାରାଷ୍ଟ୍ରରେ ୧୦ଜଣ କରୋନା ଭାଇରସ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

ଲକ୍ଷ୍ନୌରେ ଭୟଙ୍କର ବାୟୁ ପ୍ରଦୂଷଣ: ଟସ୍ ବିଳମ୍ବ, ମାସ୍କ ପିନ୍ଧି ହାର୍ଦ୍ଦିକଙ୍କ ଫଟୋ ଭାଇରାଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ର ଟସ୍ ଘନ କୁହୁଡ଼ି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri