ଉଚ୍ଛେଦ ପୂର୍ବରୁ ଦୋକାନ ହଟାଇଲେ ବ୍ୟବସାୟୀ, ଥଇଥାନ କରା ନ ଗଲେ ଆନ୍ଦୋଳନ ଚେତାବନୀ

ଗଞ୍ଜାମ,୧୨।୩(ଡି.ଏନ୍‌.ଏ.): ଗଞ୍ଜାମ ସହର ସାନବଜାରଠାରୁ ତ୍ରିବେଣୀ ମଠ ଛକ ଯାଏ ରାସ୍ତା ସମ୍ପ୍ରସାରଣ ପାଇଁ ଜବରଦଖଲ ଉଚ୍ଛେଦ କରାଯିବା ନେଇ ତହସିଲ ପ୍ରଶାସନ ପକ୍ଷରୁ ଗତ ଫେବୃୟାରୀ ୧୦ତାରିଖ ଉଭୟ ପାର୍ଶ୍ୱରେ ଥିବା କ୍ଷୁଦ୍ର ବ୍ୟବସାୟୀ ତଥା ଉଠା ଦୋକାନୀମାନଙ୍କୁ ନୋଟିସ ଜାରି କରିଥିଲା। ମାର୍ଚ୍ଚ ମାସରେ ଐତିହାସିକ ଦୋଳ ଯାତ୍ରା ଯୋଗୁ ବଣିକ ସଂଘ ଅନୁରୋଧ କ୍ରମେ ତାହା ଯାତ୍ରା ସରିବା ପରେ ଅର୍ଥାତ ମାର୍ଚ୍ଚ ୧୧କୁ ଧାର୍ଯ୍ୟ କରାଯାଇଥିଲା। ସେଥିଲାଗି ଉଚ୍ଛେଦ ପୂର୍ବରୁ ବ୍ୟବସାୟୀମାନେ ନିଜ ନିଜ କ୍ୟାବିନ୍‌ ହଟାଇବା ସହ ଦୋକାନ ଆଗରେ ଥିବା ଛାମୁଡ଼ିଆଗୁଡିକୁ ଭାଙ୍ଗୁଥିବା ଦେଖିବାକୁ ମିଳିଛି। ବ୍ୟବସାୟୀମାନେ ଦେଇଥିବା ପ୍ରତିଶ୍ରୁତି ପାଳନ କରିଥିବା ବେଳେ ପ୍ରଶାସନର ପ୍ରତିଶ୍ରୁତି କାର୍ଯ୍ୟକାରୀ ହୋଇ ନ ଥିବା ବଣିକ ସଂଘ ପକ୍ଷରୁ କୁହାଯାଇଛି। ଉଠା ଦୋକାନୀ ତଥା କ୍ଷୁଦ୍ର ବ୍ୟବସାୟୀଙ୍କୁ ଏନ୍‌ଏସି ପ୍ରଶାସନ ପକ୍ଷରୁ ଭେଣ୍ଡିଂ ଜୋନ୍‌ ନିର୍ମାଣ କରାଯାଇ ଥଇଥାନ କରାଯିବ ବୋଲି ପ୍ରତିଶ୍ରୁତି ଦିଆଯାଇଥିଲା। ଭେଣ୍ଡିଂ ଜୋନ୍‌ ନିର୍ମାଣ ତ ଦୂର ର କଥା ଏଯାଏ ସ୍ଥାନ ଚି଼ହ୍ନଟ କାର୍ଯ୍ୟ ସରିନି। ସେଥିପାଇଁ ଅଡୁଆରେ ଉଠାଦୋକାନୀ ଓ କ୍ଷୁଦ୍ର ବ୍ୟବସାୟୀ। ଖୁବ୍‌ଶୀଘ୍ର ଥଇଥାନ ବ୍ୟବସ୍ଥା କରା ନ ଗଲେ ବଣିକ ସଂଘ ଆନ୍ଦୋଳନକୁ ଓଲ୍ହାଇବ ବୋଲି ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

କେନ୍ଦ୍ରର କଣ୍ଟ ଜାନୁଆରୀ ୩୧: ସମ୍ପତ୍ତି ତାଲିକା ଦାଖଲ ନ କଲେ….

ନୂଆଦିଲ୍ଲୀ,୨୭ା୧୨ (ପି.ଟି.):ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀମାନେ ଉପଯୁକ୍ତ ସମୟ ମଧ୍ୟରେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ। ଏଥିରେ ବିଫଳ ହେଲେ ବାବୁମାନଙ୍କ ବିରୋଧରେ...

ଆଜି ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ କମିଶନର, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କରିବେ ଦର୍ଶନ

ଭୁବନେଶ୍ୱର, ୨୭|୧୨(ସୁନିତ୍‌ ମିଶ୍ର):  ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଶନିବାରଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଶନିବାର ସେ ପୁରୀରେ...

୩୦ ବ୍ଲକରୁ ଘୁଞ୍ଚିବ ଦାଦନ ଦୁଃଖ: ଶ୍ରମିକଙ୍କୁ ମିଳିବ ୯୮ ଟଙ୍କାର ଟପ୍‌ଅପ୍‌

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା):ରାଜ୍ୟକୁ ଦାଦନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯିବାକୁ ଯୋଜନା ରହିଛି। ରାଜ୍ୟ ସରକାର ବଲାଙ୍ଗୀର ଅଞ୍ଚଳର...

ଏହି ରାଶି ଉପରେ ଶନିଙ୍କ ପ୍ରକୋପ, ସାଢେ ସତୀ ଚାଲିରେ ବରବାଦ ହୋଇଯିବେ!

୨୦୨୬ରେ, ଶନି ସାରା ବର୍ଷ ପାଇଁ ମୀନ ରାଶିରେ ଭ୍ରମଣ କରିବେ, ଯାହା ଫଳରେ ମେଷ, ମୀନ ଏବଂ କୁମ୍ଭ ରାଶି ଶନିଙ୍କ ସାଡେ ସତୀ...

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri