ଖୁଣ୍ଟା,୧୨୦ା୩(ଡ଼ି.ଏନ୍.ଏ.)-ଖୁଣ୍ଟା ଥାନା ଅଧୀନ ବଡ଼ କରଞ୍ଜିଆ – ବାହାନଡା ରାସ୍ତାରେ ଦୁର୍ବୃତ୍ତମାନେ ବନ୍ଧୁକ ଦେଖାଇ ଜଣେ ଘରୋଇ ଫାଇନାନ୍ସ କମ୍ପାନୀର ମହିଳା କର୍ମଚାରୀଙ୍କଠାରୁ ସ୍କୁଟି ଓ ୬୫ ହଜାର ଟଙ୍କା ଲୁଟିନେଇଥିବା ସମ୍ପର୍କରେ ଖୁଣ୍ଟା ଥାନାରେ ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା(ନଂ.୩୪/୨୦୨୦) ରୁଜୁ କରି ତଦନ୍ତ ଜାରି ରଖିଛି। ଲୁଟର ଶିକାର ହୋଇଥିବା ମହିଳା କର୍ମଚାରୀ ଜଣକ ହେଲେ ବାଲେଶ୍ୱର ଅଞ୍ଚଳର। ସେ ବାରିପଦାସ୍ଥିତ ଏକ ଘରୋଇ ଫାଇନାନ୍ସ କମ୍ପାନୀର ଫିଲଡ଼ କ୍ରେଡିଟ ଅଫିସର ଭାବେ କାର୍ଯ୍ୟ କରୁଥିଲେ। ବୁଧବାର ବଡ କରଞ୍ଜିଆ ଗ୍ରାମର ବିଭିନ୍ନ ସ୍ବୟଂ ସହାୟକ ଗୋଷ୍ଠୀଗୁଡିକ ଠାରୁ କିସ୍ତି ଟଙ୍କା ଆଦାୟ ପାଇଁ ଯାଇଥିଲେ। ତେବେ ଅପରାହ୍ନ ପ୍ରାୟ ସାଢେ ୫ଟା ସମୟରେ ସେ ଆଦାୟ ଟଙ୍କା ଓ ଅଶ୍ୟକୀୟ କାଗଜପତ୍ର ନେଇ ସ୍କୁଟି ଯୋଗେ ଫେରୁଥିଲେ। ବାହାନଡା ରାସ୍ତାର ଏକ ନିଛାଟିଆ ସ୍ଥାନରେ ବାଇକ ଧରି ପୂର୍ବରୁ ଜଗି ରହିଥିବା ୩ ଯୁବକ ତାଙ୍କ ସ୍କୁଟିକୁ ଧକ୍କା ଦେବାରୁ ସେ ତଳେ ପଡ଼ି ଯାଇଥିଲେ। ଏହି ସୁଯୋଗରେ ଦୁର୍ବୃତ୍ତମାନେ ବନ୍ଧୁକ ଦେଖାଇ ତାଙ୍କଠାରୁ ସ୍କୁଟି, ଟଙ୍କା ଥିବା ଏକ ବ୍ୟାଗ ଓ ତାଙ୍କ ମୋବାଇଲ ଫୋନ ଲୁଟି ଚମ୍ପଟ ମାରିଥିବା ଅଭିଯୋଗ ହୋଇଛି।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…
ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...
ତୁଳସୀରେ ଅଛି ଅନେକ ଔଷଧୀୟ ଗୁଣ: ସକାରାତ୍ମକ ପରିବେଶ…
ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ରେ ତୁଳସୀ ପୂଜନ ଉତ୍ସବ ପାଈଁ ଅଞ୍ଚଳ ଉତ୍ସବ ମୁଖର ହୋଇଛି। ଏହି...
ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!
ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...
ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…
ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...
ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି
ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...
‘ଦେଶ ପାଇଁ ବାଜପେୟୀଙ୍କ ଅବଦାନ ଅବିସ୍ମରଣୀୟ’
ଛତ୍ରପୁର,୨୫ା୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଭାରତର ପ୍ରାକ୍ତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ସମାରୋହ ସୁଶାସନ ଦିବସ ପାଳିତ ହୋଇଯାଇଛି।...
ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି
ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...
ହିଲଭିୟୁ ପାର୍କରେ ଟ୍ରେନ ଦୁର୍ଘଟଣା: ଟ୍ରାକ ବାହାରକୁ ଚାଲିଗଲା ବଗି
ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ହିଲଭିୟୁ ପାର୍କରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ...
Archives


