୫ ଜଣିଆ ଡକାୟତ ଦଳ ଗିରଫ

ତାଳଚେର,୧୩ା୩(ନି.ପ୍ର.) – ତାଳଚେର ବ୍ଲକ ଡେରା ନିକଟସ୍ଥ ସୁଭଦ୍ରା ପେଟ୍ରୋଲ ପମ୍ପରୁ ଲୁଟ୍‌ ଯୋଜନା କରୁଥିବାବେଳେ ଏକ ୫ ଜଣିଆ ଡକାୟତ ଦଳକୁ ମଙ୍ଗଳବାର ସନ୍ଧ୍ୟାରେ କୋଲିୟରୀ ପୋଲିସ ଗିରଫ କରିଛି। ତେବେ ଅନ୍ୟ ଜଣେ ଡକାୟତ ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ଗିରଫମାନେ ହେଲେ ସମଲ ଥାନା ଚନ୍ଦ୍ରବିଲ ଅଞ୍ଚଳର ଦୀପକ ପ୍ରଧାନ ଓରଫ ଦିପୁ(୨୮), ଦେଉଳବେଡ଼ା କଲୋନୀ ଅଞ୍ଚଳର ଆଶୁତୋଷ ବାରିକ ଓରଫ ହାପି(୨୩), ଦେଉଳବେଡ଼ା କଲୋନୀ ଅଞ୍ଚଳର ଜମ୍ବେଶ୍ୱର ନାଏକ ଓରଫ ବାବୁ (୩୦), ତାରିଣୀସେନ୍‌ ନାଏକ ଓରଫ ବବୁଲୁ(୨୫), ଟାଉନ ମହାରଣା ସାହିର ଭଗବାନ ସାହୁ(୫୦)। ସେମାନଙ୍କ ନିକଟରୁ ଏକ ବୋଲେରୋ, ୨ଟି ମୋବାଇଲ, ଗୋଟିଏ ଦେଶୀ ପିସ୍ତଲ, ୬ଟି କଳା ରଙ୍ଗର ମୁଖା, ଏକ ଲୁହା ରଡ, ୪ଟି ଖାଲି ମଦ ବୋତଲ, ୧୦ଟି ପ୍ଲାଷ୍ଟିକ ଗ୍ଲାସ, ଏକ ପ୍ୟାକେଟ୍‌ ଲଙ୍କା ଗୁଣ୍ଡ ଜବତ କରାଯାଇଛି। ଏ ନେଇ ନଂ. ୭୩/୨୦ରେ ଏକ ମାମଲା ରୁଜୁ ହୋଇଛି। ଗୁରୁବାର ସମସ୍ତ ଅଭିଯୁକ୍ତଙ୍କୁ ତାଳଚେର ଏସଡିଜେଏମ୍‌ କୋର୍ଟରେ ହାଜର କରାଯିବା ପରେ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ: ଗର୍ଜନ ଶୁଣି…

ଅନୁଗୋଳ,୯।୧୨(ମାନସ ବିଶ୍ୱାଳ): ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ, ଅନୁଗୋଳ ରେଞ୍ଜ ପୁରୁଣା ଗଡ଼ ସେକ୍ସନ କରତପଟା ବିଟ ଅନ୍ତର୍ଗତ ଜଙ୍ଗଲରେ ଫାଶରେ ପଡିଛି କଲରାପତରିଆ...

ବାୟୁ ପ୍ରଦୂଷଣ: ଦେଶର ୬ଷ୍ଠ ସ୍ଥାନରେ ଅନୁଗୋଳ

ଅନୁଗୋଳ,୨୭।୧୧(ଦିବ୍ୟଶାନ୍ତନୁ ନାଥ): ଅନୁଗୋଳ ଜିଲାରେ ବାୟୁର ମାନ ୩ଦିନ ହେବ ଲଗାତର ବିପଦସଂକେତ ଉପରେ ରହିଛି। ବାୟୁମଣ୍ଡଳରେ ଦିନକୁ ଦିନ ପ୍ରଦୂଷଣର ମାତ୍ରା ବୃଦ୍ଧି ହେଉଥିବା...

ପରକୀୟା ପ୍ରୀତିରୁ ଯୁବକଙ୍କୁ ଠେଙ୍ଗାରେ ପିଟି ହତ୍ୟା

ବନ୍ତଳା,୨୩।୧୧ (ସୁଶିତ ସାହୁ): ପରକୀୟା ପ୍ରୀତିରୁ ଘଟିଛି ହତ୍ୟାକାଣ୍ଡ। ଜଣେ ଯୁବକଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କରାଯାଇଛି । ଅନୁଗୋଳ ବ୍ଲକ ବନ୍ତଳା ଥାନା...

ଆଉଘରକୁ  ଫେରିଲେନି ଡେଲିଭରି ବୟ ବୟ: ଲକ୍ଷ୍ମୀବସ୍‌ ସହ ହେଲା…

ବଇଣ୍ଡା,୨୦।୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ ଥାନା ଦିନବନ୍ଧୁପୁର ନିକଟରେ ଗୁରୁବାର ସକାଳେ ଲକ୍ଷ୍ମୀ ବସ୍‌ ସହ ଏକ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଏହି...

ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ବଇଣ୍ଡା,୧୬ା୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ଼ ଥାନା ଚିନ୍ତାମଣିପୁର ନିକଟରେ ରବିବାର ସନ୍ଧ୍ୟାରେ ଏକ ବାଇକ୍‌ ଗଛରେ ପିଟି ହୋଇଯିବାରୁ ଜଣଙ୍କର ଜୀବନ ଯାଇଛି। ମୃତକ...

ଅପରାଧୀଙ୍କୁ ଗିରଫ ଦାବିରେ ଜିଲାପାଳ ଅଫିସ ସମ୍ମୁଖରେ ବିକ୍ଷୋପ

ଅନୁଗୋଳ, ୧୧।୧୧ ( ମାନସ ବିଶ୍ୱାଳ): ଅଲ ଇଣ୍ଡିଆ ମୂଳନିବାସୀ ସଂଘ ପକ୍ଷରୁ ଘର ପୋଡିଥିବା ଅପରାଧୀଙ୍କୁ ଗିରଫ ଦାବିରେ ମଙ୍ଗଳବାର ଜିଲାପାଳ ଅଫିସ ସମ୍ମୁଖରେ...

ଡିଭାଇଡରରେ ପିଟିହେଲା ତୀର୍ଥଯାତ୍ରୀ ଗାଡ଼ି

ବଇଣ୍ଡା,୭ା୧୧(ପରୀକ୍ଷିତ ସାହୁ): କଟକ ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜ ପଥର ହଣ୍ଡପା ଥାନା ଲୁହାମୁଣ୍ଡାଠାରେ ଶୁକ୍ରବାର ଭୋର୍‌ ସମୟରେ ଏକ ତୀର୍ଥଯାତ୍ରୀ ଗାଡ଼ି ଡିଭାଇଡରରେ...

ଅନୁଗୋଳରେ ଲଜ୍ଜା: ନାବାଳିକା ଭଉଣୀକୁ ବଳତ୍କାର କଲା ଭାଇ

ଛେଣ୍ଡିପଦା,୩।୧୧: ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଅଞ୍ଚଳରେ ନିଜ ନାବାଳିକା ଭଉଣୀକୁ ବଡ଼ ଭାଇ ବଳତ୍କାର କରିଥିବା ଅଭିଯୋଗ ହୋଇଛି। ଘରେ କେହି ନଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri