ନାବାଳିକାଙ୍କୁ ପ୍ରେମ ମହଙ୍ଗା ପଡ଼ିଲା:ଜେଲ ଗଲେ ୩ ଯୁବକ

ବିଞ୍ଝାରପୁର,୧୫।୩(ଡିଏନଏ): ବିଞ୍ଝାରପୁର ବ୍ଲକ ବାଙ୍ଗରା ପଞ୍ଚାୟତର ଜଣେ ନାବାଳିକାଙ୍କୁ ପ୍ରେମ ଜାଲରେ ଫସାଇ ବିବାହ କରିବା ଅଭିଯୋଗରେ ୩ଜଣ ଯୁବକଙ୍କୁ ଜେଲ ଯିବାକୁ ପଡ଼ିଛି। ଗିରଫ ଯୁବକମାନେ ହେଲେ ବାଙ୍ଗରା ପଞ୍ଚାୟତର ରବୀଦ୍ର ବିଶ୍ୱାଳ(୨୫), ମଳୟ ଜେନା(୨୫) ଓ ଭୁବନେଶ୍ୱର ଅଞ୍ଚଳର ତାପସ ରାଉତରାୟ (୨୬)।

ନାବାଳିକାଙ୍କର ସେହି ଗ୍ରାମର ରବୀନ୍ଦ୍ରଙ୍କ ସହ ପ୍ରେମ ସମ୍ପର୍କ ଥିଲା। ଏହାପରେ ୨୦୧୯ ଜୁଲାଇ ୧୫ରେ ଉଭୟ ଘରୁ ପଳାଇ ଯାଇଥିଲେ। ନାବାଳିକାଙ୍କ ପରିବାର ଅତ୍ୟନ୍ତ ଗରିବ ହୋଇଥିବାରୁ ଓ ନାବାଳିକା ନିଜ ଜାତିର ପୁଅ ସହିତ ଚାଲିଯାଇଥିବାରୁ ଏହି ଘଟଣାକୁ ନେଇ ଥାନାରେ ଅଭିଯୋଗ ହୋଇ ନ ଥିଲା। ହେଲେ ୬ମାସ ପରେ ଉକ୍ତ ନାବାଳିକା ଅନ୍ୟଜଣେ ଦଳିତ ଯୁବକଙ୍କ ସହିତ ଫେରାର ହୋଇଯିବାରୁ ନାବାଳିକାଙ୍କ ପରିବାର ଲୋକେ ରବୀନ୍ଦ୍ର ତାଙ୍କୁ ପ୍ରେମ ଜାଲରେ ଫସାଇ ଫେରାର କରି ନେଇଯାଇଥିବା ବିଞ୍ଝାରପୁର ଥାନାରେ ଅଭିଯୋଗ କରିଥିଲେ। ଏହି ଘଟଣାରେ ପୋଲିସ ଏକ ମାମଲା (ନଂ.୫୭/୨୦) ରୁଜୁ କରି ରବୀନ୍ଦ୍ରଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା। ନାବାଳିକାଙ୍କୁ ସେହି ପଞ୍ଚାୟତର ମଳୟ ଯେନା ନେଇ ଯାଇଥିବା ବିଞ୍ଝାରପୁର ପୋଲିସ ସୁରାକ ପାଇଥିଲା। ହେଲେ ମଳୟଙ୍କୁ ବିଞ୍ଝାରପୁର ପୋଲିସ ହାଇଦ୍ରାବାଦରୁ ଗିରଫ କରିଥିଲେ ମଧ୍ୟ ନାବାଳିକାଙ୍କ ପତ୍ତା ପାଇ ନ ଥିଲା। ପଚରାଉଚରା ପରେ ନାବାଳିକା ଜଣକ ଭୁବନେଶ୍ୱରରେ ତାପସ ନାମକ ଯୁବକଙ୍କୁ କୋର୍ଟରେ ବିବାହ କରିବାକୁ ସଜବାଜ ହେଉଥିଲାବେଳେ ଶୁକ୍ରବାର ଅପରାହ୍ନରେ ବିଞ୍ଝାରପୁର ପୋଲିସ ତାଙ୍କୁ ଗିରଫ କରିବା ସହିତ ନାବାଳିକାଙ୍କୁ ଉଦ୍ଧାର କରିଥିଲା। ଶନିବାର ପୂର୍ବାହ୍ନରେ ପୋଲିସ ମଳୟ ଓ ତାପସଙ୍କୁ କୋର୍ଟଚାଲାଣ କରିଥିବା ଜଣାପଡିଛି। ଜଣେ ନାବାଳିକାଙ୍କ ପ୍ରେମରେ ୩ଜଣ ଜଣ ଯୁବକ ଉବୁଟୁବୁ ହୋଇ ଶେଷରେ ଜେଲଯିବା ଘଟଣା ସମଗ୍ର ବିଞ୍ଝାରପୁର ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ନାବାଳିକା ଗତ ୧୦ରେ ସାବାଳିକା ହୋଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ

କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

ଅଙ୍ଗନଓ୍ବାଡିି ପଛରେ ଗୋମାଂସ କଟାନେଇ ଅସନ୍ତୋଷ

ଉଦଳା, ୨୪ା୧୨(ସନ୍ତୋଷ କୁମାର ବାଚ୍ଛିନୀ): କପ୍ତିପଦା ଥାନା ଭୁଳାଘାଟି ଗ୍ରାମର ଏକ ଅଙ୍ଗନଓ୍ବାଡି କେନ୍ଦ୍ର ପଛରେ ଗୋମାଂସ କଟାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ମଙ୍ଗଳବାର...

ବରଗଡ଼ ଧନୁଯାତ୍ରା: ସାଂସ୍କୃତିକ ଶୋଭାଯାତ୍ରାରେ ଦୁଲୁକିଲା ବରଗଡ଼

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଯାଜପୁର ରୋଡ଼ ନୂତନ ଏସ୍‌ଡିପି ଶରତ ଚନ୍ଦ୍ର ପାତ୍ର

ଧର୍ମଶାଳା,୨୪।୧୨: ଯାଜପୁର ରୋଡ଼ ନୂତନ ଏସ୍‌ଡିପିଓ ଭାବେ ଶରତ ଚନ୍ଦ୍ର ପାତ୍ର ଯୋଗଦେବେ। ଏ ନେଇ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବରୁ ଯାଜପୁର ରୋଡ...

ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri