Posted inଖେଳ

ପ୍ରଥମ ଥର ପିଏସ୍‌ଏଲ ଫାଇନାଲରେ ଲାହୋର

ଲାହୋର,୧୬।୩(ଏପି)- କ୍ରିସ୍‌ ଲିନ୍‌ଙ୍କ ୫୨ ବଲରେ ବିସ୍ଫୋରକ ଶତକ ଯୋଗୁ ଲାହୋର କ୍ୱାଲାଣ୍ଡର୍ସ ପ୍ରଥମ ଥର ପାଇଁ ପିଏସ୍‌ଏଲ ସେମିଫାଇନାଲରେ ପ୍ରବେଶ କରିଛି। ରବିବାର ଗଦ୍ଦାଫି ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚ୍‌ରେ ପଏଣ୍ଟ ଟେବୁଲ ଟପ୍ପର ମୁଲତାନ ସୁଲତାନକୁ ୯ ଉଇକେଟରେ ହରାଇ ଦେଇଛି ଲାହୋର ଦଳ। ଲିନ୍‌ଙ୍କ ଇନିଂସରେ ସାମିଲ ଥିଲା ୮ ଛକା ଓ ଡଜନ ଚୌକା। ସେ ୫୫ ବଲରେ ୧୧୩ ରନ୍‌ କରି ଅପରାଜିତ ଥିଲେ। ତାଙ୍କୁ ଫକର ଜାମନ (୫୭) ପୂର୍ଣ୍ଣ ସହଯୋଗ କରିଥିଲେ। ଏଥିଯୋଗୁ ଦଳ ୧୮.୫ ଓଭରରେ ଏକ ଉଇକେଟ କ୍ଷତିରେ ୧୯୧ ରନ୍‌ କରି ମ୍ୟାଚ୍‌ ଜିତି ନେଇଥିଲା। ପୂର୍ବରୁ ପ୍ରଥମେ ବ୍ୟାଟିଂ କରି ମୁଲତାନ ଦଳ ଧାର୍ଯ୍ୟ ୨୦ ଓଭରରେ ୬ ଉଇକେଟ ହରାଇ ୧୮୬ ରନ୍‌ କରିଥିଲା। ଦଳ ପାଇଁ ଖୁସଦିଲ ଶାହା ୨୯ ବଲରେ ୭୦ ରନ୍‌ର ଇନିଂସ ଖେଳିଥିଲେ। ଅଧିନାୟକ ଶାନ ମାସୁଦ ୪୨ ଓ ରବି ବେପାରା ୩୩ ରନ୍‌ କରିଥିଲେ। ଏହି ବିଜୟ ସହ ଲାହୋର ୧୦ ମ୍ୟାଚ୍‌ରୁ ୧୦ ପଏଣ୍ଟ ସହ ତୃତୀୟ ସ୍ଥାନରେ ରହି ସେମିଫାଇନାଲରେ ସ୍ଥାନ ପକ୍କା କରିଛି। ଦଳ ତା’ର ଅନ୍ତିମ ୩ ମ୍ୟାଚ୍‌ରେ ୧୮୦ରୁ ଅଧିକ ରନ୍‌ର ପିଛା କରି ବିଜୟ ହାସଲ କରିଛି। ସିଜନ ଆରମ୍ଭରୁ ଦଳ ହ୍ୟାଟ୍ରିକ ପରାଜୟ ବରଣ କରିଥିଲା। ୨୦୧୬ରେ ପିଏସ୍‌ଏଲ ଆରମ୍ଭ ହେବାଠାରୁ ଲାହୋର ଏପର୍ଯ୍ୟନ୍ତ ପଏଣ୍ଟ ଟେବୁଲର ଅନ୍ତିମ ସ୍ଥାନରେ ରହିଆସୁଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପ୍ଲେ ଅଫ୍‌ ଯାଇପାରିବ କି ଚେନ୍ନାଇ ସୁପର କିଙ୍ଗ୍ସ: କ’ଣ କହୁଛି ସମୀକରଣ ଜାଣନ୍ତୁ

ଧର୍ମଶାଳା,୫।୫:ଆଇପିଏଲ୍‌ ୨୦୨୪ରେ ପ୍ଲେ ଅଫ ର ସମୀକରଣ ସ୍ପଷ୍ଟ ହେବାରେ ଲାଗିଛି। ରବିବାର ଚେନ୍ନାଇ ସୁପର କିଙ୍ଗ୍ସ ପଞ୍ଜାବ କିଙ୍ଗସକୁ ୨୮ ରନରେ ପରାସ୍ତ କରିଛି,...

୪୨ ବର୍ଷ ବୟସରେ ଏମିତି କାରନାମା କଲେ ଧୋନୀ

ଧର୍ମଶାଳା,୫।୫: ଯଦିଓ ଚେନ୍ନାଇ ସୁପର କିଙ୍ଗ୍ସର ପୂର୍ବତନ ଖେଳାଳି ମହେନ୍ଦ୍ର ସିଂ ଧୋନୀ ପଞ୍ଜାବ କିଙ୍ଗ୍ସ ବିପକ୍ଷରେ ଶୂନ୍ୟରେ ଆଉଟ୍‌ ହୋଇଥିଲେ ମଧ୍ୟ ଏହି ୪୨...

ପାଖାପାଖି ୧୧୦୦ ଦିନ ପରେ ପଞ୍ଜାବକୁ ଧୂଳି ଚଟେଇଲା ଚେନ୍ନାଇ

ଚେନ୍ନାଇ,୫।୫: ଚେନ୍ନାଇ ସୁପର କିଙ୍ଗ୍ସ ପଞ୍ଜାବ କିଙ୍ଗସକୁ ୨୮ ରନରେ ପରାସ୍ତ କରିଛି। ଚେନ୍ନାଇର ବିଜୟରେ ରବିନ୍ଦ୍ର ଜାଡେଜାଙ୍କ ତୀକ୍ଷ୍ଣ ବୋଲିଂରେ ଅନେକ ଅବଦାନ ରହିଛି।...

ବିରାଟ କୋହଲିଙ୍କୁ ଅରେଞ୍ଜ କ୍ୟାପ ପିନ୍ଧାଇଲେ ଦିନେଶ କାର୍ତ୍ତିକ, ଭିଡିଓ ସୃଷ୍ଟି କରୁଛି ହଇଚଇ

ନୂଆଦିଲ୍ଲୀ,୫।୫: ଗୁଜରାଟ ଟାଇଟାନ୍ସ ବିପକ୍ଷ ମ୍ୟାଚ ପରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରର ବିରାଟ କୋହଲି ଏବଂ ଦୀନେଶ କାର୍ତ୍ତିକ ପ୍ରଶଂସକଙ୍କୁ ଖୁସିର ମୁହୂର୍ତ୍ତ ଦେଇଛନ୍ତି। କୋହଲି...

ସାଥ୍‌ ଦେଉନି ଋତୁରାଜଙ୍କ ଭାଗ୍ୟ: ଏଥର୍‌ ବି ଫେଲ୍‌

ନୂଆଦିଲ୍ଲୀ,୫।୫: ନୂଆ ଚେନ୍ନାଇ ସୁପର କିଙ୍ଗ୍ସ ଅଧିନାୟକ ଋତୁରାଜ ଗାଇକୱାଡଙ୍କ ଭାଗ୍ୟ ଆଇପିଏଲ ୨୦୨୪ ରେ ବହୁତ ଖରାପ ହୋଇଛି। ସେ ବର୍ତ୍ତମାନ ପଞ୍ଜାବ କିଙ୍ଗ୍ସ...

ଯିଏ ଆଉଟ୍‌ କରିଥିଲେ, ତାଙ୍କୁ ବଡ଼ ଗିଫ୍ଟ ଦେଲେ କୋହଲି

ନୂଆଦିଲ୍ଲୀ,୫।୫: ଜଣେ ମହାନ ବ୍ୟାଟ୍ସମ୍ୟାନ ହେବା ବ୍ୟତୀତ ବିରାଟ କୋହଲି ମଧ୍ୟ ଜଣେ ବଡ଼ ହୃଦୟର ବ୍ୟକ୍ତି ଅଟନ୍ତି। କୋହଲି ତାଙ୍କ ଜର୍ସି ନୁର ଅହମ୍ମଦଙ୍କୁ...

ଟି -୨୦ ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଜାରି: ଏହି ଦିନ ଖେଳାଯିବ ଭାରତ-ପାକିସ୍ତାନ ମ୍ୟାଚ୍‌

ନୂଆଦିଲ୍ଲୀ,୫।୫: ଆଇସିସି ମହିଳା ଟି -୨୦ ବିଶ୍ୱକପ ୨୦୨୪ର କାର୍ଯ୍ୟସୂଚୀ ପ୍ରକାଶ କରିଛି। ଏହି ଟୁର୍ନାମେଣ୍ଟ ବାଂଲାଦେଶରେ ଆୟୋଜିତ ହେବ। ଭାରତୀୟ ମହିଳା ଦଳକୁ ଗ୍ରୁପ...

ରେସଲର୍‌ ବଜରଙ୍ଗ ପୁନିଆଙ୍କୁ ବଡ଼ ଝଟ୍‌କା; ନିଲମ୍ବନ କଲା NADA

ନୂଆଦିଲ୍ଲୀ,୫।୫: ଭାରତୀୟ ରେସଲର୍‌ ବଜରଙ୍ଗ ପୁନିଆଙ୍କୁ ବଡ଼ ଝଟ୍‌କା ଲାଗିଛି। ନ୍ୟାଶନାଲ ଆଣ୍ଟିଂ ଡୋପିଂ ଏଜେନ୍ସି(ଏନ୍‌ଏଡିଏ) ଅସ୍ଥାୟୀ ଭାବେ ତାଙ୍କୁ ନିଲମ୍ବିତ କରିଛି। ସେ ମାର୍ଚ୍ଚରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri