ବିଜୁଳି ବିଲ୍‌ ଆଦାୟ ବେଳେ ମାଡ଼

ଅନୁଗୋଳ ଅଫିସ୍‌, ୧୬।୩: ବକେୟା ବିଦ୍ୟୁତ୍‌ ବିଲ ଆଦାୟ କରିବାକୁ ଯାଇଥିବାବେଳେ ରବିବାର ଅନୁଗୋଳ ଏନଜେନ୍‌ କନିଷ୍ଠ ଯନ୍ତ୍ରୀ ଦୀପକ କୁମାର ପାତ୍ରଙ୍କୁ ମାଡ଼ ମରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଅଙ୍ଗାରବନ୍ଧ ଗ୍ରାମର ଜଣେ ଉପଭୋକ୍ତା ତାଙ୍କୁ ଆକ୍ରମଣ କରିଥିବା ଅଭିଯୋଗରେ ଦର୍ଶାଯାଇଛି। ପୋଲିସ ଏ ସଂକ୍ରାନ୍ତରେ ନଂ. ୩୧୫/୨୦ରେ ଏକ ମାମଲା ରୁଜୁ କରିଛି।
ଅଭିଯୋଗରୁ ଜଣାଯାଏ, ଅନୁଗୋଳ ଡିଭିଜନ୍‌ ଅଧୀନରେ କାର୍ଯ୍ୟ କରୁଥିବା ସେସୁ ଓ ଏନ୍‌ଜେନ କର୍ମଚାରୀମାନେ ଘର ଘର ବୁଲି ବିଜୁଳି ବକେୟା ଟଙ୍କା ଆଦାୟ କରୁଛନ୍ତି। ଅପରାହ୍ନରେ ଦୀପକ ବିଦ୍ୟୁତ୍‌ ବିଲ୍‌ ଆଦାୟ କରିବାକୁ ଅଙ୍ଗାରବନ୍ଧ ଗ୍ରାମକୁ ଯାଇଥିବାବେଳେ ଉପଭୋକ୍ତା ଜଣକ ତାଙ୍କୁ ଗାଳି କରିବା ସହ ମାଡ଼ ମାରିଥିଲେ। ଏ ନେଇ ଥାନାରେ ଅଭିଯୋଗ କରିବା ପରେ ପୋଲିସ ସେହି ଗ୍ରାମକୁ ଯାଇଥିଲା। ହେଲେ ଅଭିଯୁକ୍ତଙ୍କୁ ଗିରଫ କରି ନ ଥିବା ଦୀପକ ଅଭିଯୋଗ କରିଛନ୍ତି। ଏହାକୁ ନେଇ ବିଦ୍ୟୁତ୍‌ କର୍ମଚାରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା। ସେମାନେ ଥାନା ଘେରିବା ସହ ଧାରଣାରେ ବସିଥିଲେ। ଏହାପରେ ପୋଲିସ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚୁରା କରୁଛି।
ଘଟଣା ସମ୍ପର୍କରେ ଥାନା ଅଧିକାରୀ ରମେଶ ଚନ୍ଦ୍ର ବିଶୋଇ କହିଛନ୍ତି, ତଦନ୍ତ ଚାଲିଛି। ଏସ୍‌ଆଇ ପ୍ରକାଶ ଚନ୍ଦ୍ର ମାଝିଙ୍କୁ ଘଟଣାର ତଦନ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚୁରା କରାଯାଉଛି। ଏହାପରେ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ, ଗତ ୧୫ଦିନ ମଧ୍ୟରେ ଏଭଳି ୨ଟି ମାମଲା ରୁଜୁ ହୋଇଛି। ଗତ ମାସ ୨୯ ତାରିଖରେ ଶିକ୍ଷକପଡ଼ା ଛକରେ ଏନ୍‌ଜେନ୍‌ର ଲାଇନ୍‌ମ୍ୟାନ୍‌ ପ୍ରତ୍ୟୁଷ କୁମାର ସ୍ବାଇଁଙ୍କୁ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଥିଲା। ଏ ନେଇ ନଂ. ୨୪୭/୨୦ରେ ମାମଲା ରୁଜୁ ହୋଇଥିଲା। ଅଭିଯୁକ୍ତମାନଙ୍କୁ ଗିରଫ କରା ନ ଯିବା ପର୍ଯ୍ୟନ୍ତ ବକେୟା ବିଲ୍‌ ଆଦାୟ କରିବାକୁ ଯିବେନାହିଁ ବୋଲି ବିଦ୍ୟୁତ୍‌ କର୍ମଚାରୀମାନେ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ସାନଖେମୁଣ୍ଡି ତହସିଲ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଚାଷୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ଉନ୍ନୟନ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ  ମଙ୍ଗଳବାର ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri