କରୋନା ଭୟ: ଫିଲ୍ମ, ଧାରାବାହିକ ଶୁଟିଂ ବନ୍ଦ

ଭୁବନେଶ୍ୱର,୧୬।୩(ବ୍ୟୁରୋ): କରୋନା ଭୟାବହତାକୁ ଦୃଷ୍ଟିରେ ରଖି ଫିଲ୍ମ ଓ ଧାରାବାହିକ ଶୁଟିଂକୁ ବନ୍ଦ କରିବାକୁ ନିଷ୍ପତ୍ତି ହୋଇଛି। ଏଥିଲାଗି ହାତ ମିଳାଇଛନ୍ତି ଇଣ୍ଡିଆନ୍‌ ମୋଶନ ପିକ୍‌ଚର ପ୍ରଡ୍ୟୁସର୍ସ ଆସୋସିଏଶନ (ଆଇଏମ୍‌ପିପିଏ), ଓ୍ବେଷ୍ଟର୍ନ ଇଣ୍ଡିଆ ଫିଲ୍ମ ପ୍ରଡ୍ୟୁସର୍ସ ଆସୋସିଏଶନ (ଡବ୍ଲ୍ୟଆଇପିଏଫ୍‌ଏ), ଇଣ୍ଡିଆନ୍‌ ଫିଲ୍ମ ଆଣ୍ଡ୍‌ ଟିଭି ପ୍ରଡ୍ୟୁସର୍ସ କାଉନ୍‌ସିଲ (ଆଇଏଫ୍‌ଟିପିସି), ଇଣ୍ଡିଆନ୍‌ ଫିଲ୍ମ ଆଣ୍ଡ୍‌ ଟେଲିଭିଜନ ଡାଇରେକ୍ଟର୍ସ ଆସୋସିଏଶନ (ଆଇଏଫ୍‌ଟିଡିଏ) ଏବଂ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ ଇଣ୍ଡିଆ ସିନେ ଏମ୍ପ୍ଲଇଜ୍‌ (ଏଫ୍‌ଡବ୍ଲ୍ୟୁଆଇସିଇ)। ରବିବାର ଅନୁଷ୍ଠିତ ଏକ ମିଳିତ ବୈଠକରେ ଫିଲ୍ମ ସହ ସମସ୍ତ ଟେଲି ଧାରାବାହିକ, ଓ୍ବେବ୍‌ ସିରିଜ ଏବଂ ଡିଜିଟାଲ ପ୍ଲାଟ୍‌ଫର୍ମର ସମସ୍ତ ମନୋରଞ୍ଜନଧର୍ମୀ କାର୍ଯ୍ୟକ୍ରମର ଶୁଟିଂକୁ ଆସନ୍ତା ୧୯ ତାରିଖରୁ ୩୧ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ସ୍ଥିର କରାଯାଇଛି। ଏପଟେ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତିକ୍ରମେ ସମସ୍ତ ସିନେମା ହଲ୍‌, ଶିକ୍ଷାନୁଷ୍ଠାନ, ମହୋତ୍ସବକୁ ବନ୍ଦ କରାଯାଇଥିବାବେଳେ ପ୍ରଯୋଜକ ଆସୋସିଏଶନ ଏଥିରେ ସମସ୍ତ ପ୍ରକାର ସହାୟତା ଯୋଗାଇଦେବ ବୋଲି କହିଛି। ତେବେ ୧୯ ତାରିଖ ପର୍ଯ୍ୟନ୍ତ ଶୁୁଟିଂ କରୁଥିବା ସଂସ୍ଥା ସମସ୍ତ ପ୍ରକାର ପ୍ରାକ୍‌ ସଚେତନମୂଳକ ପଦକ୍ଷେପ ଗ୍ରହଣ କରିବାକୁ କୁହାଯାଇଛି। ୩୦ ତାରିଖରେ ଆଉ ଏକ ବୈଠକ ବସି ପରିସ୍ଥିତିକୁ ଦୃଷ୍ଟିରେ ରଖି ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ ବୋଲି ଇଣ୍ଡିଆନ୍‌ ମୋଶନ ପିକ୍‌ଚର ପ୍ରଡ୍ୟୁସର୍ସ ଆସୋସିଏଶନ କହିଛି।
ଏପଟେ ଓଡ଼ିଶାରେ ମଧ୍ୟ ସମସ୍ତ ଚଳଚ୍ଚିତ୍ର ଓ ଧାରାବାହିକର ଶୁଟିଂ ବନ୍ଦ କରିବାକୁ ଓଡ଼ିଶା ପ୍ରଡ୍ୟୁସର୍ସ ଆସୋସିଏଶନ ନିଷ୍ପତ୍ତି ନେଇଛି। ମନୋରଞ୍ଜନ ଶିଳ୍ପ ସହ ଜଡ଼ିତ ବ୍ୟକ୍ତିବିଶେଷଙ୍କ ସୁରକ୍ଷା ଲାଗି ଏପରି ନିଷ୍ପତ୍ତି ନିଆଯାଇଥିବାବେଳେ ୩୧ ତାରିଖ ପର୍ଯ୍ୟନ୍ତ ସମସ୍ତ ଶୁଟିଂ ବନ୍ଦ ରହିବ। ଧାରାବାହିକଗୁଡ଼ିକ ପୂର୍ବରୁ ଶୁଟିଂ ସରିଥିବା ଏପିସୋଡ୍‌ରେ ଚାଲିବ। ୧୫ଦିନ ପରେ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ ବୋଲି ପ୍ରଡ୍ୟୁସର୍‌ ଆସୋସିଏଶନ୍‌ର ଏକ୍‌ଜିକ୍ୟୁଟିଭ୍‌ ବଡି ସଦସ୍ୟ ଲୁଟୁ ମହାନ୍ତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ସ୍ବାଗତରେ ଇଥିଓପିଆ ସଂସଦରେ ୯୦ ସେକେଣ୍ଡ ପର୍ଯ୍ୟନ୍ତ ବାଜିଲା ତାଳି

ଅଦିସ ଅବାବା,୧୮।୧୨: ବୁଧବାର ଇଥିଓପିଆ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟ ୯୦ ସେକେଣ୍ଡ ଧରି ଠିଆ ହୋଇ...

କାଲି ବର୍ଷର ଶେଷ ଅମାବାସ୍ୟା, ଭୂଲରେ ବି ଏ କାମ ଜମା କରନ୍ତୁନି, ନ ହେଲେ…

ହିନ୍ଦୁ ଧର୍ମରେ, ଅମାବାସ୍ୟା ତିଥିର ବିଶେଷ ମହତ୍ତ୍ୱ ରହିଛି, ଏବଂ ଯେତେବେଳେ ବର୍ଷର ଶେଷ ଅମାବାସ୍ୟା ଆସେ, ଏହାର ଗୁରୁତ୍ୱ ଆହୁରି ବୃଦ୍ଧି ପାଏ। ଶାସ୍ତ୍ରରେ,...

ମାତ୍ର ୧୦୦ଟଙ୍କାରୁ ଆରମ୍ଭ ଟିକେଟ, ଇଡେନ ଗାର୍ଡେନରେ ଟି-୨୦ ବିଶ୍ୱକପ ଦେଖିବାକୁ ଚାହୁଁଥିଲେ ଜାଣିରଖନ୍ତୁ ପୂରା ପ୍ରାଇସ

ନୂଆଦିଲ୍ଲୀ,୧୮।୧୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ ସମୟରେ କୋଲକାତାର ଐତିହାସିକ ଇଡେନ ଗାର୍ଡେନ୍ସରେ ହେବାକୁ ଥିବା ମ୍ୟାଚ ପାଇଁ ଟିକେଟ ମୂଲ୍ୟ ପ୍ରକାଶ ପାଇଛି। କ୍ରିକେଟ...

ସଙ୍ଗୀତା ସିଂଦେଓ ସର୍ବୋତ୍ତମ ମହିଳା ଏମ୍‌ପି: ୮ ଏମ୍‌ପିଙ୍କୁ ଲୋକମତ ପାର୍ଲାମେଣ୍ଟାରି ପୁରସ୍କାର

ନୂଆଦିଲ୍ଲୀ,୧୮ା୧୨(ପି.ଟି.):ଲୋକ ସଭାରେ ବଲାଙ୍ଗୀର ସଂସଦୀୟ ଆସନରୁ ପ୍ରତିନିଧିତ୍ୱ କରୁଥିବା ସଙ୍ଗୀତା କୁମାରୀ ସିଂଦେଓଙ୍କୁ ବୁଧବାର ସର୍ବୋତ୍ତମ ମହିଳା ଏମ୍‌ପି ପୁରସ୍କାର ପ୍ରଦାନ କରାଯାଇଛି। ସେହିପରି ଦୋମାରିଅୟାଗଞ୍ଜର...

‘ଆପଣଙ୍କ ସହ ସାକ୍ଷାତ ପରେ ଲାଗିଲା ଯେମିତି ଭଗବାନଙ୍କ ଦର୍ଶନ ମିଳିଗଲା’, ଓମାନରେ ମୋଦିଙ୍କ ସହ ସାକ୍ଷାତ ପରେ…

ମସ୍କଟ,୧୮।୧୨: ବୁଧବାର ଓମାନର ମସ୍କଟରେ ଏକ ହୋଟେଲରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭାରତୀୟ ସମ୍ପ୍ରଦାୟର ସଦସ୍ୟମାନେ ଭବ୍ୟ ସ୍ବାଗତ କରିଥିଲେ। ଶହ ଶହ ଲୋକ ଭାରତୀୟ...

ପ୍ରବଳ ବର୍ଷା, ତୁଷାରପାତ ସହ ଶୀତଳ ଲହରୀ, ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହି ସବୁ ସ୍ଥାନରେ…

ନୂଆଦିଲ୍ଲୀ,୧୮।୧୨: ସାରା ଦେଶରେ ପାଗ ଦ୍ରୁତ ଗତିରେ ପରିବର୍ତ୍ତନ ହେଉଛି, ଏବଂ ଆଗାମୀ ୨୪ରୁ ୪୮ ଘଣ୍ଟା ଅନେକ ରାଜ୍ୟ ପାଇଁ ଚ୍ୟାଲେଞ୍ଜିଂ ସାବ୍ୟସ୍ତ ହୋଇପାରେ।...

୬,୧୧୭ ଷ୍ଟେଶନରେ ମାଗଣା ୱାଇ-ଫାଇ

ଭୁବନେଶ୍ୱର,୧୮।୧୨(ଅନୁରାଧା ମହାରଣା): ଭାରତୀୟ ରେଳପଥର ୬୧୧୭ ରେଳ ଷ୍ଟେଶନରେ ମାଗଣା ୱାଇ-ଫାଇ ସେବା ଯୋଗାଇ ଦିଆଯାଇଛି। ରେଳ ଷ୍ଟେଶନରେ ଏହି ସେବା ପାଇଁ ରେଳ ମନ୍ତ୍ରଣାଳୟ...

ବରଗଡ଼ ଧନୁଯାତ୍ରା ମହୋତ୍ସବ: ମନ ଜିଣୁଛି କଳାକାରଙ୍କ ପୂର୍ବାଭ୍ୟାସ

ବରଗଡ଼,୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉମାତ୍ର ଏକ ସପ୍ତାହ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପୀ ୨୦୨୬...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri