Posted inଜାତୀୟ

ନିର୍ଭୟା ମାମଲା: ରାଷ୍ଟ୍ରପତିଙ୍କୁ ଇଛାମୃତ୍ୟୁ ପାଇଁ ଅନୁମତି ମାଗିଲେ ଦୋଷୀଙ୍କ ପରିବାର

ନୂଆଦିଲ୍ଲୀ,୧୬।୩: ନିର୍ଭୟା ଗଣବଳାତ୍କାର ମାମଲାରେ ଏବେ ନୂଆ ମୋଡ ଆସିଛି। ଫାଶୀ ଖୁଣ୍ଟରେ ଝୁଲିବାକୁ ଥିବା ୪ଦୋଷୀଙ୍କ ପରିବାରଲୋକ ଇଛାମୃତ୍ୟୁ ପାଇଁ ରାଷ୍ଟ୍ରପତିଙ୍କୁ ଏକ ଚିଠି ଲେଖି ଅନୁମତି ମାଗିଛନ୍ତି। ଇଛାମୃତ୍ୟୁ ମାଗିଥିବା ବ୍ୟକ୍ତିଙ୍କ ମଧ୍ୟରେ ରହିଛନ୍ତି ଦୋଷୀଙ୍କ ମା’-ବାପା, ଭାଇ-ଭଉଣୀ ଓ ପିଲାମାନେ। ଏହି ଚିଠିପତ୍ର ହିନ୍ଦୀରେ ଲେଖାଯାଇଥିବା ଜଣାପଡ଼ିଛି। ଏଥିରେ ପରିବାରଲୋକେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପୀଡିତାଙ୍କ ମା’ ବାପାଙ୍କୁ ଇଛାମୃତ୍ୟୁ ପାଇଁ ଅନୁମତି ଦେବାକୁ ଅନୁରୋଧ କରିଛନ୍ତି। ଇଛାମୃତ୍ୟୁ ଦ୍ୱାରା ଭବିଷ୍ୟତରେ ହେବାକୁ ଥିବା କୌଣସି ଅପରାଧ ବା ନିର୍ଭୟା ଭଳି ଦ୍ୱିତୀୟ ଘଟଣାକୁ ଅଟକାଇଯାଇପାରିବ। ବିଶ୍ୱରେ ଏଭଳି କୌଣସି ପାପ ନାହିଁ ଯାହାର କ୍ଷମା ନାହିଁ। ପୂର୍ବରୁ ବି ଦେଶରେ ମହାପାପିଙ୍କୁ କ୍ଷମା କରାଯାଇଛି। ତେବେ ପ୍ରତିଶୋଧର ପରିଭାଷା ଶକ୍ତି ନୁହେଁ, କ୍ଷମା ହିଁ ସବୁଠାରୁ ବଡ଼ ଶକ୍ତିର ଉଦାହରଣ ବୋଲି ଦୋଷୀଙ୍କ ପରିବାରଲୋକେ କହିଛନ୍ତି। ସୂଚନା ମୁତାବକ ନିର୍ଭୟା ଦୋଷୀ ବିନୟ ଶର୍ମା, ଅକ୍ଷୟ ସିଂହ ଠାକୁର, ପବନ ଗୁପ୍ତା ଓ ମୁକେଶ ସିଂହଙ୍କୁ ମାର୍ଚ୍ଚ ୨୦ ତାରିଖରେ ସକାଳ ସାଢ଼େ ୫ଟାରେ ଫାଶୀ ଦିଆଯିବାକୁ ଦିଲ୍ଲୀ ପଟିଆଲା ହାଉସ୍‌ କୋର୍ଟ ଡେଥ୍‌ ଓ୍ବାରେଣ୍ଟ ଜାରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁଜିସି ନେଟ୍‌ ପରୀକ୍ଷା ତାରିଖ ପରିବର୍ତ୍ତନ, ଏବେ ଏହି ଦିନ ହେବ ପରୀକ୍ଷା

ନୂଆଦିଲ୍ଲୀ,୨୯।୪: ଚଳିତ ବର୍ଷ ହେବାକୁ ଥିବା ୟୁଜିସି ନେଟ୍‌ ପରୀକ୍ଷା ତାରିଖ ପରିବର୍ତ୍ତନ କରାଯାଇଛି । ଏହି ପରୀକ୍ଷା ବର୍ତ୍ତମାନ ଜୁନ ୧୮ରେ ହେବ। ଏନେଇ...

ହେଟ ସ୍ପିଚ ମାମଲାରେ ତାମିଲନାଡୁ ଭାଜପା ମୁଖ୍ୟଙ୍କୁ ସପ୍ରିମକୋର୍ଟରୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୪: ସୋମବାର (ଏପ୍ରିଲ ୨୯, ୨୦୨୪) ସୁପ୍ରିମକୋର୍ଟ ହେଟ ସ୍ପିଚ ମାମଲାରେ ତାମିଲନାଡୁ ଭାଜପା ମୁଖ୍ୟ କେ ଅନ୍ନାମଲାଇଙ୍କୁ ଆଶ୍ୱସ୍ତି ପ୍ରଦାନ କରଛନ୍ତି। କୋର୍ଟ କହିଛନ୍ତି...

ମୁଁ କଂଗ୍ରେସର ଉଦ୍ଦେଶ୍ୟ ପୂରଣ ହେବାକୁ ଦେବି ନାହିଁ: କର୍ନାଟକରେ ଗର୍ଜିଲେ ମୋଦି

ବେଙ୍ଗାଲୁରୁ,୨୯।୪: ସଂରକ୍ଷଣ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। କର୍ନାଟକରେ ଏକ ରାଲିକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ...

ପୁଣିଥରେ ଠପ ହେଲା ଏକ୍ସ, ୫ ଦିନରେ ଦୁଇଥର

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୯।୪: ପୂର୍ବରୁ ଟୁଇଟର ଭାବରେ ଜଣାଶୁଣା ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ପୁଣିଥରେ ବନ୍ଦ ହେବାର ଖବର ଆସିଛି। ବ୍ୟବହାରକାରୀମାନେ ଲଗାତାର ସୋସିଆଲ ମିଡିଆରେ ଅଭିଯୋଗ...

ଟ୍ରାଫିକ ବ୍ୟବସ୍ଥା ସମ୍ଭାଳିଲେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଭିଡିଓ ଭାଇରାଲ

ଲକ୍ଷ୍ନୌ,୨୯।୪: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଉତ୍ତରପ୍ରଦେଶର ଲକ୍ଷ୍ନୌ ଆସନରୁ ଭାଜପା ପ୍ରାର୍ଥୀ ଭାବରେ ପୁନଃ ମନୋନୀତ ହୋଇଛନ୍ତି। ସୋମବାର ସେ ଏଠାରୁ ପ୍ରାର୍ଥିପତ୍ର ଦାଖଲ...

ଫସିଗଲେ କହ୍ନେୟା କୁମାର, ଉଦିତ ରାଜ

ନୂଆଦିଲ୍ଲୀ,୨୯।୪: କହ୍ନେୟା କୁମାର ଏବଂ ଉଦିତ ରାଜଙ୍କୁ ଲୋକ ସଭା ପ୍ରାର୍ଥୀ କରାଯିବା ପରେ ଦିଲ୍ଲୀ କଂଗ୍ରେସରେ ଯେଉଁ ଆଲୋଡ଼ନ ସୃଷ୍ଟି ହୋଇଛି, ତାହା ଏପର୍ଯ୍ୟନ୍ତ...

କଂଗ୍ରେସକୁ ବଡ ଝଟ୍‌କା, ନାମାଙ୍କନ ଫେରାଇ ନେଲେ ପ୍ରାର୍ଥୀ

ଇନ୍ଦୋର,୨୯।୪: ଲୋକ ସଭା ନିର୍ବାଚନ ପୂର୍ବରୁ ଇନ୍ଦୋରରେ କଂଗ୍ରେସକୁ ବଡ ଝଟ୍‌କା ଲାଗିଛି। କଂଗ୍ରେସ ପ୍ରାର୍ଥୀ ଅକ୍ଷୟ କାନ୍ତି ବାମ ଆଜି ଦଳକୁ ଚକିତ କରି...

ମମତା ସରକାରଙ୍କୁ ସୁପ୍ରିମକୋର୍ଟରୁ ଲାଗିଲା ବଡ ଝଟ୍‌କା

ନୂଆଦିଲ୍ଲୀ,୨୯।୪: ପଶ୍ଚିମବଙ୍ଗର ମମତା ବାନାର୍ଜୀ ସରକାର ସନ୍ଦେଶଖାଲି ମାମଲାରେ ସୁପ୍ରିମକୋର୍ଟଙ୍କଠାରୁ କୌଣସି ଆଶ୍ୱସ୍ତି ପାଇନାହାଁନ୍ତି। ଏହି ମାମଲାର ଶୁଣାଣି ବେଳେ ସୁପ୍ରିମକୋର୍ଟ କହିଛନ୍ତି ଯେ ସନ୍ଦେଶଖାଲି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri