ହୋଟେଲରେ ହେବ ଆଇସୋଲେଶନ୍‌ ୱାର୍ଡ

କଟକ ଅଫିସ,୧୯।୩: କରୋନା ଭୂତାରୁ ସଂକ୍ରମଣକୁ ରୋକିବା ପାଇଁ ଆବଶ୍ୟକ ସ୍ଥଳେ ହୋଟେଲ ରୁମ୍‌କୁଗୁଡ଼ିକୁ ଆଇସୋଲେଶନ୍‌ ୱାର୍ଡ ଭାବେ ବ୍ୟବହାର କରାଯିବ। ହୋଟେଲ ରୁମରେ ରହୁଥିବା ବ୍ୟକ୍ତିବିଶେଷ କରୋନାରେ ଆକ୍ରାନ୍ତ ହୋଇଛନ୍ତି ବୋଲି ସନ୍ଦେହ କରାଗଲେ ତାଙ୍କୁ ବାହାରକୁ ନିଆଯିବା ଅପେକ୍ଷା ସେଠାରେ ହିଁ ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯିବ। କଟକ ମହାନଗର ନିଗମ(ସିଏମ୍‌ସି) ଏଭଳି ନିଷ୍ପତ୍ତି ନେଇଥିବା ବିଶେଷସୂତ୍ରରୁ ଜଣାପଡ଼ିଛି। ବୁଧବାର ସହରର ହୋଟେଲ ମାଲିକଙ୍କୁ ନେଇ ଡକାଯାଇଥିବା ବୈଠକରେ ଏ ଆଲୋଚନା କରାଯାଇଛି। ସିଏମ୍‌ସି ପକ୍ଷରୁ ସହରର ୫୦ଟି ହୋଟେଲ ମାଲିକଙ୍କ ସହ ଯୋଗାଯୋଗ କରାଯାଇଥିଲା। ୩୫ହୋଟେଲ ମାଲିକ ଏବଂ ଅନେକ ବରିଷ୍ଠ ପଦାଧିକାରୀ ବୈଠକରେ ଯୋଗ ଦେଇଥିଲେ। ଅନ୍ୟପକ୍ଷରେ ସିଏମ୍‌ସି ପରିସରରୁ ଜଣେ ବ୍ୟକ୍ତିଙ୍କୁ କରୋନା ସନ୍ଦେହରେ ବୁଧବାର ଏସ୍‌ସିବିର ଆଇସୋଲେଶନ ୱାର୍ଡରେ ଭର୍ତ୍ତି କରାଯାଇଛି। ବ୍ୟକ୍ତିଙ୍କ ଘର କଟକରେ ଥିବାବେଳେ ସେ ସିଙ୍ଗାପୁରରୁ ଫେରିଥିଲେ। ବୁଧବାର ବ୍ୟକ୍ତିଗତ କାର୍ଯ୍ୟରେ ସେ ସିଏମ୍‌ସିକୁ ଆସିଥିବାବେଳେ ତାଙ୍କୁ ଅଟକ ରଖାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଚର୍ଚ୍ଚାରେ କଳାହାଣ୍ଡି ଛାତ୍ର ଅନିରୁଦ୍ଧ

ଭବାନୀପାଟଣା,୩ା୫(ଉତ୍ତମ କୁମାର ଦାଶ):ଆୟର୍ଲାଣ୍ଡ ଡବଲିନ୍‌ ସିଟି ବିଶ୍ୱବିଦ୍ୟାଳୟରେ ଗତ ସପ୍ତାହରେ ଅନୁଷ୍ଠିତ ସପ୍ତମ ବାର୍ଷିକ ଦକ୍ଷିଣ ଏସିଆ ସମ୍ମିଳନୀରେ ନିଜ ଶୀର୍ଷକ ଉପସ୍ଥାପନ କରି ଚର୍ଚ୍ଚାକୁ...

କେନାଲରେ ଆସିଲା ପାଣି: ଉପକୃତ ହେବେ ଚାଷୀ

ଡେଲାଙ୍ଗ,୩।୫(ରଶ୍ମିରଞ୍ଜନ ପ୍ରଧାନ): କେନାଲ ପାଣି ପାଇଁ ବହୁ ପ୍ରତୀକ୍ଷା ପରେ ଏବେ ତା’ର ଅନ୍ତ ଘଟିଛି। ମାଛପଡ଼ା ମାଇନରରେ କେନାଲ ପାଣି ଛଡ଼ାଯିବାରୁ ତାହା ଶେଷମୁଣ୍ଡରେ...

୩ ମାସ ପାଇଁ ବନ୍ଦ ରହିବ ଭିତରକନିକା

ରାଜନଗର,୩ା୫(ଭାସ୍କର ରାଉତରାୟ):ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀ ନାଳରେ ବସବାସ କରୁଥିବା ବଉଳା କୁମ୍ଭୀରମାନଙ୍କର ପ୍ରଜନନ ଋତୁ ପାଖେଇ ଆସୁଛି। ଏହାକୁ ଆଖି ଆଗରେ ରଖି...

କଂଗ୍ରେସ ଭୋଟ ସୁରକ୍ଷା ପ୍ରତିମାଙ୍କ ପାଇଁ ବଡ଼ ଚ୍ୟାଲେଞ୍ଜ

ଜଗତ୍‌ସିଂହପୁର,୩ା୫ (ପ୍ରମୋଦ କୁମାର ନାୟକ): ୨୦୨୪ ନିର୍ବାଚନ ନେଇ ପ୍ରମୁଖ ରାଜନୈତିକ ଦଳ ଯଥା ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ରଣନୀତି ପ୍ରସ୍ତୁତ ଚାଲିଛି।...

ପ୍ରାକୃତିକ ବିପର୍ଯ୍ୟୟ କ୍ଷତି ଆଶଙ୍କାରେ ଜିଲାବାସୀ

କେନ୍ଦ୍ରାପଡ଼ା,୩ା୫(ଜଗନ୍ନାଥ ଧଳ): ସମୁଦ୍ର ତଟବର୍ତ୍ତୀ କେନ୍ଦ୍ରାପଡ଼ା ଜିଲା ପ୍ରାକୃତିକ ବିପର୍ଯ୍ୟୟପ୍ରବଣ ବୋଲି ରାଜ୍ୟ ଓ କେନ୍ଦ୍ର ସରକାର ଚିହ୍ନଟ କରିଛନ୍ତି। ଜିଲାକୁ ବନ୍ୟା, ବାତ୍ୟା ସହ...

ବାଘ, ଭାଲୁଙ୍କ ପାଇଁ କୁଲର

ସମ୍ବଲପୁର,୩ା୫(ପ୍ରମୋଦ ବହିଦାର):ବନ୍ୟପ୍ରାଣୀଙ୍କୁ ପ୍ରବଳ ଗ୍ରୀଷ୍ମ ପ୍ରବାହରୁ ରକ୍ଷା କରିବା ପାଇଁ ସମ୍ବଲପୁର ପ୍ରାଣୀ ଉଦ୍ୟାନରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଗତ ଏକ ସପ୍ତାହ ଧରି ସମ୍ବଲପୁରରେ...

୨ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ଫେଲ୍‌

ଝୁମ୍ପୁରୀ,୩ା୫(ସରୋଜ ନାୟକ): ଦଶରଥପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ମଙ୍ଗଳପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ଫେଲ୍‌ ମାରିଥିବା ଜଣାପଡ଼ିଛି। ଏହି ଦୁଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ...

ବଦଳିଲେ ମିଶନଶକ୍ତି ସଚିବ

ଭୁବନେଶ୍ୱର,୩।୫(ସୁନିତ୍‌ ମିଶ୍ର):ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସର ତଥା ମିଶନଶକ୍ତି ସଚିବ ସୁଜାତା କାର୍ତ୍ତିକେୟନ୍‌ ପାଣ୍ଡିଆନ୍‌ଙ୍କୁ ଗୁରୁବାର ବଦଳି କରାଯାଇଛି। ଭାଜପା ଅଭିଯୋଗକ୍ରମେ ଭାରତର ନିର୍ବାଚନ କମିଶନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri