ରାଜ୍ୟର ସମସ୍ତ ଜେଲ୍‌କୁ ଆଡଭାଇଜରି

ଭୁବନେଶ୍ୱର,୧୯।୩ (ବ୍ୟୁରୋ): ଜେଲ୍‌କୁ କରୋନା ଭୁତାଣୁ ସଂକ୍ରମଣରୁ ରୋକିବା ପାଇଁ କାରାଗାର ମହାନିର୍ଦ୍ଦେଶକ ବୁଧବାର ସ୍ବତନ୍ତ୍ର ଆଡଭାଇଜାରି ଜାରି କରିଛନ୍ତି। କାରାଗାରରେ ରହୁଥିବା ବନ୍ଦୀ ଏବଂ ବିଚାରାଧୀନ ଅଭିଯୁକ୍ତଙ୍କୁ କିପରି ଏହି ସଂକ୍ରମଣରୁ ଦୂରେଇ ରଖାଯାଇପାରିବ ସେନେଇ ଆବଶ୍ୟକ ପଦକ୍ଷେପ ନେବାକୁ କୁହାଯାଇଛି। ବିଶେଷକରି ବିଚାର ବିଭାଗୀୟ ହାଜତକୁ ପ୍ରଥମ କରି ଆସୁଥିବା ଅଭିଯୁକ୍ତଙ୍କୁ ଅନ୍ତତଃ ଗୋଟିଏ ସପ୍ତାହ ପର୍ଯ୍ୟନ୍ତ ଡାକ୍ତରଙ୍କ ତତ୍ତ୍ୱାବଧାନରେ କ୍ୱାରାଣ୍ଟାଇନରେ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଜେଲ୍‌ରେ ବନ୍ଦୀଙ୍କୁ ସମ୍ପର୍କୀୟ କିମ୍ବା ଓକିଲମାନେ ଭେଟି ପାରିବେ ନାହିଁ। ଏନ୍‌ଜିଓ କିମ୍ବା ଅନ୍ୟ କୌଣସି ସଂସ୍ଥା ସାମାଜିକ ସଂସ୍ଥା ଜେଲ୍‌ ଭିତରେ କେଣସି ପ୍ରକାରର କାର୍ଯ୍ୟକ୍ରମ କରିପାରିବେ ନାହିଁ। ଗୋଟିଏ ମାସ ପର୍ଯ୍ୟନ୍ତ ଏହିସବୁ କାର୍ଯ୍ୟକ୍ରମକୁ ବାତିଲ କରାଯାଇଛି। ମୁଖ୍ୟ ଫାଟକରେ ସାନିଟାଇଜର ରହିବା ସହ କରୋନା ସମ୍ପର୍କରେ ଲୋକଙ୍କୁ ସଚେତନା କରାଯିବାକୁ ସ୍ଥିର ହୋଇଛି। ବନ୍ଦୀଙ୍କ ସମ୍ପର୍କୀୟମାନେ ଜେଲ୍‌ ନ ଆସି ଘରେ ଥାଇ ଇ-ମୁଲାକାତ ବ୍ୟବସ୍ଥାରେ ଭେଟି ପାରିବେ। ଅତ୍ୟାବଶ୍ୟକସ୍ଥଳେ ଭେଟିବାକୁ ଆସିଲେ ଉପଯୁକ୍ତ ଦୂରତା ରକ୍ଷା କରିବେ। ଭିଡିଓ କନଫରେନ୍ସିଂ ଜରିଆରେ କୋର୍ଟରେ ବନ୍ଦୀଙ୍କୁ ହାଜର କରାଯିବା ସହ ଥଣ୍ଡା, ଗଳାରେ ଯନ୍ତ୍ରଣା, ନିଶ୍ବାସ ନେବାରେ କଷ୍ଟ ହେଲେ ସେମାନଙ୍କ ତୁରନ୍ତ ଚିକିତ୍ସା କରାଯିବ। ଜେଲ୍‌ ମେଡିକାଲରେ ଆଇସୋଲେଶନ ୱାର୍ଡ ବ୍ୟବସ୍ଥା କରାଯିବ। ଏଥିସହ ଜେଲ୍‌ରେ ଥିବା ରୋଷେୟାଙ୍କୁ କର୍ତ୍ତୃପକ୍ଷ ମାସ୍କ ଯୋଗାଇ ଦେବେ। ବିନା ମାସ୍କରେ ରୋଷେଇ ହେବ ନାହିଁ ବୋଲି ଜେଲର ନିଶ୍ଚିତ କରିବେ। ଡ୍ୟୁଟି କରୁଥିବା କର୍ମଚାରୀ ମଧ୍ୟ ମାସ୍କ ବ୍ୟବହାର କରିବା ବାଧ୍ୟତାମୂଳକ। ଯେଉଁ ବନ୍ଦୀମାନେ ଛୁଟିରୁ ଫେରିବେ ସେମାନଙ୍କ ଉପଯୁକ୍ତ ସ୍କ୍ରିନିଂ କରାଯିବାପରେ ଜେଲ୍‌ରେ ପ୍ରବେଶ ଅନୁମତି ଦିଆଯିବ। ଅନ୍ୟ ରାଜ୍ୟରେ ଥିବା କୋର୍ଟରେ ହାଜର ହୋଇ ଫେରୁଥିବା ବନ୍ଦୀଙ୍କ କ୍ଷେତ୍ରରେ ଯାଞ୍ଚ ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବ। ସର୍ବୋପରି ଜେଲ୍‌ ପରିସର ଓ ହସ୍ପିଟାଲକୁ ପରିସ୍କାର ରଖିବାକୁ କାରାଗାର ମହାନିର୍ଦ୍ଦେଶକ ସନ୍ତୋଷ ଉପାଧ୍ୟାୟ ରାଜ୍ୟର ସମସ୍ତ ଜେଲ୍‌ ସୁପରିଣ୍ଟେଣ୍ଡେଣ୍ଟଙ୍କୁ ପତ୍ର ମାଧ୍ୟମରେ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଞ୍ଚଳ ପାଇଁ ଗୌରବ ଆଣିଲେ କଳାହାଣ୍ଡି ଛାତ୍ର ଟେକ: ଖେଳିଗଲା ଖୁସିର ଲହରୀ

କର୍ଲାମୁଣ୍ଡା, ୧୯।୧୨ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁର୍ଶୁଲାସ୍ଥିତ ଅମର ଡିଗ୍ରୀ କଲେଜର ଛାତ୍ର ଟେକ ବଗର୍ତ୍ତୀ ଆସନ୍ତା ଜାନୁଆରୀ ୨୬ରେ ନୂଆଦିଲ୍ଲୀ...

ବୃଦ୍ଧି ପାଉଛି ଶୀତ ପ୍ରକୋପ, ଏହି ଜିଲାରେ ଶନିବାର ସକାଳୁଆ ସ୍କୁଲ ହେବନି

ବ୍ରହ୍ମପୁର,୧୯ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଶିକ୍ଷାଧିକରୀଙ୍କ କାର୍ଯ୍ୟାଳୟର ଚିଠି ସଂଖ୍ୟା ୨୫୮୩୦ ଅନୁଯାୟୀ ଚଳିତ ସପ୍ତାହରୁ ଜିଲାର ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ...

ଉସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ହିଂସା, ଢାକା ସମେତ ଅନେକ ସହରରେ ହଙ୍ଗାମା

ନୂଆଦିଲ୍ଲୀ,୧୯ା୧୨: ବାଂଲାଦେଶରେ ଜୁଲାଇ ବିଦ୍ରୋହର ଜଣେ ପ୍ରମୁଖ ନେତା ଏବଂ ଇନକିଲାବ ମଞ୍ଚର ମୁଖପାତ୍ର ସରିଫ ଓସମାନ ହାଦି ଛଅ ଦିନ ଧରି ଜୀବନ ସହିତ...

ଚାଷୀଙ୍କ ଚେତାବନୀ: ୨୦ ସୁଦ୍ଧା ସମସ୍ତ ଟୋକନ ନ ଆସିଲେ ଆନ୍ଦୋଳନ ତୀବ୍ରତର

ଅତାବିରା/ଗୋଡ଼ଭଗା , ୧୯ା୧୨(ଯୁଧିଷ୍ଠିର ମହାପାତ୍ର/ସୁରେଶ ଦାସ):ଧାନର ଅଭାବୀ ବିକ୍ରି ସହ ୪ ଦଫା ଦାବି ନେଇ ରାଜ୍ୟ କୃଷକ ସଂଗଠନ ଗତ ୯ ତାରିଖ ଏନ୍‌ଏଚ୍‌...

ମଣ୍ଡିରୁ ଉଠୁନି ଧାନ, ଚାଷୀ ଅସନ୍ତୋଷ: ଦିନ ରାତି ଜଗି ବସିଛନ୍ତି ଚାଷୀ

ଅତାବିରା, ୧୯ା୧୨(ଯୁଧିଷ୍ଠିର ମହାପାତ୍ର):ବରଗଡ଼ ଜିଲାରେ ଗତ ମାସ ୨୮ ତାରିଖରୁ ମଣ୍ଡି ଖୋଲିଥିବା ବେଳେ ବର୍ତ୍ତମାନ ମଧ୍ୟ ଧାନ କିଣା ବିକା ସ୍ବାଭାବିକ ହୋଇପାରି ନାହିଁ...

ଡେଙ୍ଗୁ, ଚିକୁନଗୁନିଆରେ ପୀଡ଼ିତ ଅଛନ୍ତି କ୍ରିକେଟର ଚହଲ

ପୁଣେ,୧୮ା୧୨: ଲେଗ୍‌ ସ୍ପିନର ୟୁଜବେନ୍ଦ୍ର ଚହଲ ଡେଙ୍ଗୁ ଓ ଚିକନଗୁନିଆରେ ପୀଡ଼ିତ ଅଛନ୍ତି। ଏଥିଯୋଗୁ ସେ ଗୁରୁବାର ଝାଡ଼ଖଣ୍ଡ ଓ ହରିୟାଣା ମଧ୍ୟରେ ଖେଳାଯାଇଥିବା ସୟଦ...

୨୮ ତମ ପରବ ମୁଖ୍ୟ ସମାରୋହ ଉଦଘାଟିତ, ମନ ମୋହିଲା…

କୋରାପୁଟ,୧୮/୧୨(ଅମିତାଭ ବେହେରା ): ଜାତୀୟସ୍ତରୀୟ ଲୋକ ମହୋତ୍ସବ ପରବ-୨୦୨୫ର ମୁଖ୍ୟ ସମାରୋହ ସ୍ଥାୟୀ ପରବ ପଡ଼ିଆରେ ଗୁରୁବାର ସନ୍ଧ୍ୟାରେ ଉଦଘାଟିତ ହୋଇଛି । ନଗର ଉନ୍ନୟନ...

ଡିଜିଟାଲ ଆରେଷ୍ଟ ଜାଲରେ ଫସିଲେ ମହିଳା ଡାକ୍ତର, ୧୨ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହରାଇଲେ

ରାୟଗଡା,୧୮।୧୨(ଆଶିଷ ରଞ୍ଜନ ପଣ୍ଡା)- ଡିଜିଟାଲ ଆରେଷ୍ଟ ହୋଇ ସାଇବର କ୍ରାଇମରେ ଫସିଛନ୍ତି ରାୟଗଡାର ଜଣେ ମହିଳା ଡାକ୍ତର। ରାୟଗଡା ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri