Posted inଜାତୀୟ

ନିର୍ଭୟା ମାମଲା: ଖାରଜ ହେଲା ପବନଙ୍କ କ୍ୟୁରେଟିଭ ପିଟିଶନ

ନୂଆଦିଲ୍ଲୀ,୧୯।୩: ନିଭୟା ଗଣବଳାତ୍କାର ମାମଲାର ଅନ୍ୟତମ ଦୋଷୀ ପବନ ଗୁପ୍ତାଙ୍କ କ୍ୟୁରେଟିଭ ପିଟିଶନକୁ ସୁପ୍ରିମକୋର୍ଟ ଗୁରୁବାର ଖାରଜ କରି ଦେଇଛନ୍ତି। ଘଟଣା ସମୟରେ ସେ ନାବାଳକ ଥିବା ଦର୍ଶାଇ ସୁପ୍ରିମକୋର୍ଟରେ କ୍ୟୁରେଟିଭ ପିଟିଶନ ଦାଖଲ କରିଥିଲେ। ଏବେ ନିର୍ଭୟା ମାମଲାର ୪ଦୋଷୀଙ୍କ ସମସ୍ତ ନ୍ୟାୟିକ ବ୍ୟବସ୍ଥା ସମାପ୍ତ ହୋଇଥିବାରୁ ଶୁକ୍ରବାର ଅର୍ଥାତ୍‌ ୨୦ ତାରିଖ ଭୋର ୫ଟା ୩୦ରେ ଏମାନଙ୍କୁ ନିଶ୍ଚିତ ଭାବେ ଫାଶୀ ଦିଆଯିବ ବୋଲି ଅନୁମାନ କରାଯାଉଛି। ଏହାପରେ ନିର୍ଭୟାଙ୍କ ମାଆ ଆଶା ଦେବୀ କହିଛନ୍ତି ଫାଶୀ ଘୁଞ୍ଚାଇବାକୁ ଦୋଷୀ ଯେତେପ୍ରକାର ଚାଲ୍‌ କରିଥିଲେ ତାହା କୋର୍ଟ ବୁଝିପାରିଛନ୍ତି। ଏବେ ମାର୍ଚ୍ଚ ୨୦ରେ ନିର୍ଭୟାଙ୍କୁ ନିଶ୍ଚିତ ଭାବେ ନ୍ୟାୟ ମିଳିବ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ୨୦୧୨ ରାଜଧାନୀ ଦିଲ୍ଲୀରେ ହୋଇଥିବା ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାରେ ୪ ଜଣ ଦୋଷୀ ସାବ୍ୟସ୍ତ ହୋଇଥିବା ବେଳେ ଏମାନଙ୍କୁ ଫାଶୀ ଦଣ୍ଡ ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ହେଲେ ବିଭିନ୍ନ ପ୍ରକାର ଆଳ ଦେଖାଇ ଏମାନେ ଦୁଇଥର ଫାଶୀ ତାରିଖ ଘୁଞ୍ଚାଇ ଦେଇଥିବା ବେଳେ ତୃତୀୟ ଥରଲାଗି ମାର୍ଚ୍ଚ ୨୦ରେ ଏମାନଙ୍କୁ ଫାଶୀ ଦେବା ଲାଗି ଡେଥ୍‌ ଓ୍ବାରେଣ୍ଟ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଲିଉଡ୍‌ ପ୍ରଭାବରେ ଦେଶର ନିର୍ବାଚନ

ନୂଆଦିଲ୍ଲୀ,୫ା୫: ଭାରତୀୟ ହିନ୍ଦୀ ସିନେମା ଶିଳ୍ପ ନିକଟ ଅତୀତରେ ଅନେକ ଚଳଚ୍ଚିତ୍ର ନିର୍ମାଣ କରିଛି, ଯେଉଁଥିରେ ନିର୍ବାଚନକୁ ପ୍ରଭାବିତ କଲା ଭଳି ଜାତୀୟତାବାଦ, ଇସ୍‌ଲାମ ବିରୋଧୀ...

ସ୍ତ୍ରୀଙ୍କ ସହ ଅପ୍ରାକୃତ ଯୌନ ସମ୍ପର୍କ ବଳାତ୍କାର ନୁହେଁ: ହାଇକୋର୍ଟ

ନୂଆଦିଲ୍ଲୀ,୫ା୫: ସ୍ତ୍ରୀଙ୍କ ସହ ଅପ୍ରାକୃତ ଯୌନ ସମ୍ପର୍କକୁ ବଳାତ୍କାର କୁହାଯାଇପାରିବ ନାହିଁ ବୋଲି ମଧ୍ୟପ୍ରଦେଶ ହାଇକୋର୍ଟ ଏକ ରାୟରେ କହିଛନ୍ତି। ଏପରିକି ସ୍ତ୍ରୀଙ୍କର ସହମତି ନ...

ଆଜି ଆସିବେ ମୋଦି, ନଡ୍ଡା

ଭୁବନେଶ୍ୱର, ୫।୫(ସୁନିତ୍‌ ମିଶ୍ର)ନିର୍ବାଚନ ପ୍ରଚାର ପାଇଁ ଭାଜପା କେନ୍ଦ୍ରୀୟ ନେତାମାନଙ୍କ ଘନ ଘନ ଓଡ଼ିଶା ଗସ୍ତ କରୁଛନ୍ତି। ନିକଟରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ଭାଜପା...

ଏପଟେ ଧମକ, ସେପଟେ ଆକ୍ରମଣ

ପାଲାମ୍‌/ଭୁବନେଶ୍ୱର/ପୁଞ୍ଚ,୫ା୫ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲାରେ ଶନିବାର ସନ୍ଧ୍ୟାରେ ଆତଙ୍କବାଦୀମାନେ ବଡ଼ଧରଣର ଆକ୍ରମଣ କରିଛନ୍ତି। ଏଥିରେ ଭାରତୀୟ ବାୟୁସେନା (ଆଇଏଏଫ୍‌)ର ଜଣେ ଯବାନ ଶହୀଦ ଓ ୪ ଆହତ...

ଯୋଗକୁ ଆପଣାଇଲା ପାକିସ୍ତାନ

ଇସ୍‌ଲାମାବାଦ,୫ା୫ପ୍ରାଚୀନ ଭାରତୀୟ ଶାରୀରିକ, ମାନସିକ ତଥା ଆଧ୍ୟାତ୍ମିକ ଅଭ୍ୟାସ ‘ଯୋଗ’ ବିଶ୍ୱର ଅଧିକାଂଶ ଦେଶରେ ଆଦୃତ ହୋଇଥିବାବେଳେ ଏବେ ପଡ଼ୋଶୀ ଦେଶ ପାକିସ୍ତାନରେ ଏହା ଆନୁଷ୍ଠାନିକ...

କଂଗ୍ରେସ ନେତାଙ୍କ ମିଳିଲା ଦଗ୍ଧ ମୃତଦେହ

ଚେନ୍ନାଇ,୫ା୫ତାମିଲନାଡୁର କଂଗ୍ରେସ ନେତା କେ.ପି.କେ. ଜୟକୁମାର ଧନସିଂଙ୍କ ଦଗ୍ଧ ମୃତଦେହ ତିରୁନେଲଭେଲିସ୍ଥିତ ତାଙ୍କ ଫାର୍ମରୁ ଶନିବାର ମିଳିଛି। ତାଙ୍କ ଦୁଇଗୋଡ଼କୁ ତାରରେ ବନ୍ଧାଯାଇଥିବା ଦେଖାଯାଇଛି। ୨...

କର୍ନାଟକ ସେକ୍ସ ସ୍କାଣ୍ଡାଲରେ ଏଚ୍‌.ଡି ରେଭନ୍ନା ଗିରଫ

ବେଙ୍ଗାଲୁରୁ,୪ା୫: କର୍ନାଟକ ଯୌନ ନିର୍ଯାତନା ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଜେଡିଏସ୍‌ ବିଧାୟକ ଏଚ୍‌.ଡି. ରେଭନ୍ନାଙ୍କୁ ଏସ୍‌ଆଇଟି ଶନିବାର ଗିରଫ କରିଛି। ରେଭନ୍ନାଙ୍କ ଘରେ କାମ...

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ନୋ ଫ୍ଲାଇଂ ଜୋନ୍‌, ନିର୍ଦ୍ଦେଶ ଜାରି କଲେ ଜିଲାପାଳ

ପୁରୀ,୪ା୫: ପ୍ରଧାନମନ୍ତ୍ରୀଙ୍କ ନବରଙ୍ଗପୁର ଗସ୍ତ ପାଇଁ ନୋ ଫ୍ଲାଇଂ ଜୋନ୍‌ ଘୋଷଣା କରାଯାଇଛି। ଚିକିଲିରେ ପ୍ରଧାନମନ୍ତ୍ରୀଙ୍କ ସଭା ଥିବାରୁ ଡ୍ରୋନ ଉଡ଼ାଣ ଉପରେ ରୋକ୍‌ ଲଗାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri