ବସ୍‌ରେ ପାଣି, ହ୍ୟାଣ୍ଡୱାଶ୍‌ ବ୍ୟବସ୍ଥା ଉପରେ ଗୁରୁତ୍ୱ

ବ୍ରହ୍ମପୁର ଅଫିସ,୨୦ା୩ – କରୋନା ମହାମାରୀର ମୁକାବିଲା ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି ଘରୋଇ, ସରକାରୀ, ସିଟି ବସ୍‌ କର୍ତ୍ତୃପକ୍ଷ । କରୋନା ସଂକ୍ରମଣକୁ ରୋକିବାକୁ ନେଇ ରହିଥିବା ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ବସ୍‌ଗୁଡିକରେ ସଚେତନତାମୂଳକ ପଦକ୍ଷେପ ନେବା ଆରମ୍ଭ ହୋଇଛି । ଯାତ୍ରୀଙ୍କୁ ସଚେତନ କରିବାକୁ ନେଇ ସରକାରୀ, ସିଟିବସ୍‌, ଓଏସ୍‌ଆରଟିସି ବସ୍‌କୁ ପରିସ୍କାର ରଖିବା ସହ ଯାତ୍ରୀଙ୍କ ସୁରକ୍ଷା ଉପରେ ଗୁରୁତ୍ୱ ଦିଆଯାଇଛି ।
ଡ୍ରପୁରରୁ ଗଞ୍ଜାମ ଜିଲାର ବିଭିନ୍ନ ଅଞ୍ଚଳକୁ ଯାତ୍ରା କରୁଥିବା ସମସ୍ତ ସରକାରୀ, ବେସରକାରୀ ଓ ସିଟିବସ୍‌ରେ ଯାତ୍ରୀଙ୍କ ହାତଧୋଇବା ବ୍ୟବସ୍ଥା କରାଯାଇଥିବା ଦେଖିବାକୁ ମିଳିଛି। ମିଳିଥିବା ସୂଚନା ପ୍ରକାରେ, ଓଏସ୍‌ଆରଟିସି ବସ୍‌ଗୁଡିକରେ ସଚେତନତାମୂଳକ ପୋଷ୍ଟର ଲଗାଯାଇଛି। ନିୟମିତ ପ୍ରତ୍ୟେକ ଟ୍ରିପ୍‌ରେ ବସ୍‌କୁ ବ୍ଲିଚିଂ ଦ୍ୱାରା ସଫା କରାଯାଉଛି। କର୍ମଚାରୀଙ୍କୁ ମାସ୍କ ବ୍ୟବହାର କରିବାକୁ ବାଧ୍ୟ କରାଯାଇଥିବା ବେଳେ ଯାତ୍ରା ପୂର୍ବରୁ ଯାତ୍ରୀଙ୍କୁ ହାତ ଧୋଇବା ପାଇଁ ବସ୍‌ରେ ଡେଟଲ ତଥା ହ୍ୟାଣ୍ଡୱାଶ୍‌ ରଖାଯାଇଛି ।
ଏହାବ୍ୟତୀତ ସମ୍ପୂର୍ଣ୍ଣ ବସ୍‌କୁ ବାରମ୍ବାର ଧୋଇବା ସହ ଯାତ୍ରା କରୁଥିବା ସମସ୍ତ ଯାତ୍ରୀଙ୍କ ହ୍ୟାଣ୍ଡୱାଶ୍‌ରେ ହାତ ଧୋଇବା ପରେ ବସ୍‌ରେ ପ୍ରବେଶ ପାଇଁ ଅନୁମତି ଦିଆଯାଉଛି। ଏହାବ୍ୟତୀତ ଓଏସ୍‌ଆରଟିସି ପକ୍ଷରୁ ନୂଆ ବସ୍‌ଷ୍ଟାଣ୍ଡରେ କରୋନା ପାଇଁ ଡାକବାଜି ଯନ୍ତ୍ର ମାଧ୍ୟମରେ ସଚେତନ କରାଯାଉଥିବା କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। ସେହିପରି ସିଟି ବସ୍‌ଗୁଡିକରେ ମଧ୍ୟ ଗୁରୁବାର ସକାଳୁ ଯାତ୍ରୀଙ୍କ ସୁରକ୍ଷା ପାଇଁ ସଚେତନତାମୂଳକ ପଦକ୍ଷେପ ଗ୍ରହଣ କରାଯାଉଥିବା ଦେଖିବାକୁ ମିଳିଛି। ଅନ୍ୟପକ୍ଷରେ ଗଞ୍ଜାମ ଜିଲା ଘରୋଇ ବସ୍‌ମାଲିକ ସଂଘ ସମ୍ପାଦକ ସୁବାସ ଚନ୍ଦ୍ର ପଟ୍ଟନାୟଙ୍କ ସୂଚନା ପ୍ରକାରେ, ରାଜ୍ୟ ସରକାରଙ୍କ ନିଷ୍ପତ୍ତି ପ୍ରକାରେ ସମସ୍ତ ଘରୋଇ ବସ୍‌ରେ ଯାତ୍ରୀଙ୍କ ହାତ ଧୋଇବା ପାଇଁ ସାବୁନ୍‌, ପାଣି ଓ ହ୍ୟାଣ୍ଡୱାଶ ରଖାଯାଇଛି । ନିର୍ଦ୍ଧାରିତ ସିଟ୍‌ଠାରୁ ଅଧିକ ଯାତ୍ରୀ ପରିବହନ ଉପରେ କଟକଣା ଲଗାଯାଇଛି। ଏଥିସହ କର୍ମଚାରୀଙ୍କୁ ମଧ୍ୟ ମୁହଁ ଢାଙ୍କିବା ପାଇଁ କୁହାଯାଇଛି। ବସ୍‌ରେ ସଚେତନତା ସୃଷ୍ଟି ସହ ନୂଆବସ୍‌ଷ୍ଟାଣ୍ଡରେ ପ୍ରଶାସନ ପକ୍ଷରୁ ହାତ ଧୋଇବା ବ୍ୟବସ୍ଥା ସହ ଯାତ୍ରୀଙ୍କ ସୁରକ୍ଷା ପାଇଁ ସ୍କାନିଂ କ୍ୟାମ୍ପର ବ୍ୟବସ୍ଥା କରାଯିବା ଉପରେ ପ୍ରଶାସନ ଗୁରୁତ୍ୱ ଦେବାର ଆବଶ୍ୟକତା ଥିବା ସମ୍ପାଦକ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କୋହଲିଙ୍କ ପ୍ରଶଂସକଙ୍କୁ ଲାଗିଲା ବଡ଼ ଝଟ୍‌କା: ଆଉ ଦେଖିପାରିବେନି…

ବେଙ୍ଗାଲୁରୁ,୨୩।୧୨: ବିଜୟ ହଜାରେ ଟ୍ରଫି ପୂର୍ବରୁ ବେଙ୍ଗାଲୁରୁର କ୍ରିକେଟ ପ୍ରେମୀଙ୍କ ପାଇଁ ନିରାଶାଜନକ ଖବର ଆସିଛି। ଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲି ଆଉ ଏମ. ଚିନ୍ନାସ୍ବାମୀ...

ମୋକିମଙ୍କ ରୁଦ୍ଧଦ୍ୱାର ବୈଠକ: ରାଜନୀତିରେ ହଲଚଲ, ଆସିପାରେ ନୂଆ…

ଧର୍ମଶାଳା,୨୩ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ରସୁଲପୁର ବ୍ଲକ କୁଆଖିଆ ସତ୍‌ସଙ୍ଗ ବିହାର ପରିସରରେ ଏକ ବନ୍ଧୁମିଳନ ଉତ୍ସବରେ କଟକ ବାରବାଟୀର ପୂର୍ବତନ ବିଧାୟକ ମହମ୍ମଦ...

ବିଶ୍ୱ ଆଗରେ ଏମିତି ମିଛ କହିଦେଲେ ଅସୀମ ମୁନିର: ନିଆଁବାଣ ଚାଇନା

ଇସଲାମାବାଦ୍‌,୨୩।୧୨:ପାକିସ୍ତାନର ପ୍ରତିରକ୍ଷା ବାହିନୀର ମୁଖ୍ୟ ଏବଂ ସେନା ମୁଖ୍ୟ ଅସୀମ ମୁନିର ଅପରେଶନ ସିନ୍ଦୂର ବିଷୟରେ ଚାଇନାକୁ ନେଇ ଏକ ବଡ଼ ଦାବି କରିଛନ୍ତି। ବିଶ୍ୱ...

ରାଇକଲା ଜଙ୍ଗଲରେ ୧୩ ଟିକିଆ ହାତୀପଲ: ଭୟରେ ଆତଙ୍କିତ ଗ୍ରାମବାସୀ

ଜି.ଉଦୟଗିରି,୨୩।୧୨(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ରେଞ୍ଜ ଲିଙ୍ଗାଗଡ଼ ବନାଞ୍ଚଳ ଅନ୍ତର୍ଗତ ରାଇକଲା ଜଙ୍ଗଲକୁ ୧୩ ଟିକିଆ ହାତୀପଲ ମଙ୍ଗଳବାର ଭୋର ସକାଳୁ ଆସିଥିବା...

ଏପ୍ରିଲ ପରେ ବନ୍ଦ ହୋଇଯିବ ଏହି ୬ଟି ବଡ଼ ବ୍ୟାଙ୍କ? ଆକାଉଣ୍ଟ ଥିଲେ କଣ କରିବେ…

ନୂଆଦିଲ୍ଲୀ,୨୩।୧୨: କେନ୍ଦ୍ର ସରକାର ପୁଣିଥରେ ବ୍ୟାଙ୍କିଙ୍ଗ କ୍ଷେତ୍ରରେ ବଡ଼ ପରିବର୍ତ୍ତନ ପାଇଁ ପ୍ରସ୍ତୁତି କରୁଛନ୍ତି। ରିପୋର୍ଟ ଅନୁଯାୟୀ ସରକାର ଛଅଟି ବଡ଼ ସରକାରୀ ବ୍ୟାଙ୍କକୁ ପରସ୍ପର...

କଥା ଦେଲେ ମୁଖ୍ୟମନ୍ତ୍ରୀ, ଦାରିଙ୍ଗବାଡ଼ି ଶୀତ ମହୋତ୍ସବକୁ ଆସିବେ କହିବା ପରେ…

ଦାରିଙ୍ଗବାଡ଼ି,୨୩ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡ଼ିରେ ଶୀତ ମହୋତ୍ସବ ପାଳନ ପାଇଁ ଦିନ ଯେତେ ନିକଟତର ହେଉଛି ସେତିକି ଉତ୍ସାହ ଦେଖାଯାଉଛି। ଆସନ୍ତା ୮ରୁ ୧୧...

ଖ୍ରୀଷ୍ଟମାସ, ନୂଆବର୍ଷ ସେଲିବ୍ରେଶନ ପାଳନରେ ସାବଧାନ! ଏଥର ସାଦା ପୋଷାକରେ…

ଭୁବନେଶ୍ୱର,୨୩ା୧୨: ଖ୍ରୀଷ୍ଟମାସ ଓ ନୂଆବର୍ଷ ପାଇଁ ସହରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯିବ। ଖ୍ରୀଷ୍ଟମାସ ଓ ନୂଆ ବର୍ଷ ପାଇଁ ଅଧିକ ୧୫ ପ୍ଲାଟୁନ ଫୋର୍ସ...

ନାବାଳିକା ବଳାତ୍କାର-ହତ୍ୟା ମାମଲାରେ ଟିଏମସି ନେତାଙ୍କୁ ୫ ବର୍ଷ ଜେଲ, ପୁଅଙ୍କୁ ଆଜୀବନ କାରାଦଣ୍ଡ

କୋଲକାତା,୨୩।୧୨: ସୋମବାର, ଡିସେମ୍ବର ୨୨, ୨୦୨୫ ରେ, କୋଲକାତାର ନାଦିଆରେ ହଂସଖାଲି ଗଣବଳାତ୍କାର ଏବଂ ହତ୍ୟା ମାମଲାରେ ରାଣାଘାଟ କୋର୍ଟ ୯ ଜଣଙ୍କୁ ଦୋଷୀ ସାବ୍ୟସ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri