ଜନତା କର୍ଫ୍ୟୁ: ଘରୁ ନ ବାହାରିବା ପାଇଁ ପରାମର୍ଶ, କାର୍ଯ୍ୟାନୁଷ୍ଠାନ ନେବ କମିଶନରେଟ ପୋଲିସ

ଭୁବନେଶ୍ୱର,୨୨।୩ (ବ୍ୟୁରୋ): କରୋନା ସଂକ୍ରମଣ ରୋକିବା ପାଇଁ ସଚେତନତା ଓ କଟକଣାକୁ ଆହୁରି ବ୍ୟାପକ କରିବାକୁ ରବିବାର ସାରା ଦେଶରେ ଜନତା କର୍ଫ୍ୟୁ ଲାଗୁ ହୋଇଛି। ଏହାକୁ ସଫଳ କରିବା ସହ ସୁରକ୍ଷା ବ୍ୟବସ୍ଥାକୁ ନେଇ ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ଶନିବାର ସମସ୍ତ ଥାନା ଅଧିକାରୀଙ୍କ ସହ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଆଲୋଚନା କରିଛନ୍ତି। ସକାଳ ୭ରୁ ରାତି ୯ଟା ପର୍ଯ୍ୟନ୍ତ ଏହି ୧୪ ଘଣ୍ଟା ଘରୁ ନ ବାହାରିବାକୁ କମିଶନର ସହରବାସୀଙ୍କୁ ପରାମର୍ଶ ଦେବା ସହ ପୂରା ସ୍ଥିତି ଉପରେ ନଜର ରଖିବାକୁ ଥାନାଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି। ଜାରି ଗାଇଡ୍‌ଲାଇନ୍‌ ଅନୁସାରେ କେଉଁ ଦୋକାନ ଖୋଲା ରହିବ ଓ କେଉଁ ଦୋକାନ ବନ୍ଦ ରହିବ ତାହା ଉପରେ ଗୁରୁତ୍ୱ ଦେବାକୁ କୁହାଯାଇଛି। ସେହିଭଳି ଜନସମାଗମ ଓ ଭିଡ଼ ଦେଖିଲେ ତୁରନ୍ତ ପୋଲିସ ସେଠାରେ ପହଞ୍ଚତ୍ ହଟାଇବେ। ଏହାକୁ ବିଖାତିର କରୁଥିଲେ କଡା କାର୍ଯ୍ୟାନୁଷ୍ଠାନ ନେବାକୁ କମିଶନର ନିର୍ଦ୍ଦେଶ ଦେଇଛନ୍ତି। ଯଦି କୌଣସି ବ୍ୟକ୍ତି ବା ଅନୁଷ୍ଠାନ କିଛି କାର୍ଯ୍ୟକ୍ରମ କରନ୍ତି ତେବେ ଆୟୋଜକ ବା ଅନୁଷ୍ଠାନ ମୁଖ୍ୟଙ୍କ ବିରୋଧରେ ପଦକ୍ଷେପ ନିଆଯିବ। ଏହାସହ ରାସ୍ତାରେ ଯେପରି କଟକଣା ରହିଥିବା ଗାଡ଼ିମୋଟର ଚଳାଚଳ ନ ହେବ ଓ ଜରୁରୀ ସେବା ଯୋଗାଉଥିବା ଗାଡି ଗନ୍ତବ୍ୟସ୍ଥଳ ସଂକ୍ରାନ୍ତ ପ୍ରମାଣପତ୍ର ଦେଖାଇବେ ତାହା ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିଭଳି କୌଣସି ଘରୋଇ ସଂସ୍ଥା କର୍ମଚାରୀଙ୍କୁ କାର୍ଯ୍ୟରେ ଲଗାଉଥିଲେ କାର୍ଯ୍ୟାନୁଷ୍ଠାନ ହେବ। ଏସବୁ ଉପରେ ନଜର ରଖିବା ସହ ଯାଞ୍ଚ ପାଇଁ ରାଜଧାନୀରେ ଆଉ ୫ ପିସିଆର୍‌ ଭ୍ୟାନ୍‌କୁ ନିୟୋଜିତ କରାଯାଇଥିବା କମିଶନର ଷଡ଼ଙ୍ଗୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୮ ମାଓବାଦୀଙ୍କ ମୁଣ୍ଡ ପାଇଁ ୮ କୋଟି ୪୦ ଲକ୍ଷ ପୁରସ୍କାର

ଭୁବନେଶ୍ୱର,୨୦।୧୦: ମାଓବାଦୀଙ୍କୁ ଧରାଇ ଦେବା ପାଇଁ ପୋଲିସ ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ବୌଦ୍ଧ ପୋଲିସ ୧୮ ମାଓବାଦୀଙ୍କ ମୁଣ୍ଡ ଉପରେ ୮ କୋଟି...

ଶୋଇଥିବା ଅବସ୍ଥାରେ ବୃଦ୍ଧଙ୍କୁ ହତ୍ୟା କରି ରେଳଧାରଣା କଡ଼ରେ ଫିଙ୍ଗିଥିଲେ ୨ ଅଭିଯୁକ୍ତ: ୧୪ ବର୍ଷ ପରେ ଆସିଲା ବଡ଼ ରାୟ…

ଖୋର୍ଦ୍ଧା,୨୦ା୧୨(ପ୍ରଭାତ ପାଣିଗ୍ରାହୀ): ଟାଙ୍ଗୀ ଥାନା ଅନ୍ତର୍ଗତ ହଳଦିଆପାଟଣା ଗ୍ରାମର ବୃନ୍ଦାବନ ରାଉତ ହତ୍ୟାକାଣ୍ଡ ମାମଲାର ରାୟ ଦୀର୍ଘ ୧୪ ବର୍ଷ ପରେ ପ୍ରକାଶ ପାଇଛି। ଏହି...

କଳାହାଣ୍ଡିରେ ମନ୍ଥର ଗତିରେ ଚାଲିଛି ଧାନକିଣା

ଭବାନୀପାଟଣା,୨୦।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଧାନର ଅଭାବୀ ବିକ୍ରି ଦେଖିବାକୁ ମିଳିଛି। ଜିଲାରେ ଗତ ନଭେମ୍ବର ୨୯ରୁ ଖରିଫ ଧାନ ପାଇଁ ମଣ୍ଡି ଶୁଭାରମ୍ଭ...

ଗ୍ରାମ୍ୟ ଜଙ୍ଗଲ ଜମିରେ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ

ମହାକାଳପଡ଼ା,୨୦ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅଧୀନ ପେଟଛେଲା ଗାଁରେ ୨୪ ଏକର ସରକାରୀ ଗ୍ରାମ୍ୟ ଜଙ୍ଗଲ ଜମିରେ...

ମଣ୍ଡି ଖୋଲିବା ଦାବିରେ ଜିଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣା ଦେଲେ ଚାଷୀ

ବଲାଙ୍ଗୀର,୨୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାର ଅଧିକାଂଶ ମଣ୍ଡି ଏ ଯାଏ ଖୋଲିପାରିନାହିଁ। ଯାହା ଫଳରେ ଚାଷୀମାନେ ଧାନ ବିକ୍ରି କରି ନ ପାରି ହଇରାଣ...

ରେଞ୍ଜରଙ୍କ ଘରୁ ମିଳିଲାଣି ପୁଳାପୁଳା ଟଙ୍କା : ୬୭ ଲକ୍ଷର ଜମା

ଜଗତ୍‌ସିଂହପୁର,୨୦।୧୨: ଜଗତସିଂହପୁର ରାହାମା ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ପରେ ମିଳିଲାଣି ୬୭ ଲକ୍ଷ ବ୍ୟାଙ୍କ ଓ ପୋଷ୍ଟାଲ ଜମା। ଆୟ ବର୍ହିଭୂତ...

ରାଜସ୍ବ ନିରୀକ୍ଷକଙ୍କୁ ପାଠ ପଢ଼ାଇଲେ ରାଜସ୍ବ ମନ୍ତ୍ରୀ: କହିଲେ ଯମ ଅଜାଣତରେ…

ଜୟପୁର,୨୦।୧୨: ରାଜସ୍ବ ନିରୀକ୍ଷକଙ୍କୁ ପାଠ ପଢ଼ାଇଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି ଯମ ଅଜାଣତରେ ମଣିଷର ମୃତ୍ୟୁ ହୁଏନି। ଏହା ସହ ସେ...

ଦାମୀ କାର ଭିତରେ ସିକ୍ରେଟ୍‌ ଚ୍ୟାମ୍ବର: ପୁଷ୍ପା ଷ୍ଟାଇଲରେ ଗଞ୍ଜେଇ ଚାଲାଣ ବେଳେ ମାଡ଼ିବସିଲା…

ବଲାଙ୍ଗୀର,୨୦।୧୨:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୨୬ ନଂ ଜାତୀୟ ରାଜପଥରେ ପୁଷ୍ପା ଷ୍ଟାଇଲରେ ଏକ କ୍ରେଟା କାରରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ମାଡ଼ିବସିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri