ବାଥ୍‌ ରୁମ୍‌ରେ ୯ ଦିନ ପର୍ଯ୍ୟନ୍ତ ସକ୍ରିୟ ରୁହେ କରୋନା ଭୂତାଣୁ

ଓ୍ବାଶିଂଟନ,୨୨।୩: କରୋନା ସଂକ୍ରମଣ ନେଇ ଏବେ ସାରା ପୃଥିବୀରେ ଲୋକଙ୍କ ମଧ୍ୟରେ ସଚେତନତା ବଢ଼ିବାରେ ଲାଗିଛି। ଏହି ଭୂତାଣୁ ବାଥ୍‌ ରୁମ୍‌ରେ ୯ ଦିନ ପର୍ଯ୍ୟନ୍ତ ସକ୍ରିୟ ରହିଥାଏ ବୋଲି ପ୍ରିନ୍ସ୍‌ ଟନ୍‌ ବିଶ୍ୱବିଦ୍ୟାଳୟର ଗବେଷକଙ୍କ ଦ୍ୱାରା ହୋଇଥିବା ଗବେଷଣା ରିପୋର୍ଟରେ ପ୍ରକାଶ ପାଇଛି। ଏହି ରିପୋର୍ଟ ‘ଦି ନିୟୁ ଇଂଲଣ୍ଡ ଜର୍ଣ୍ଣାଲ୍‌ ଅଫ୍‌ ମେଡିସିନ୍‌’ରେ ପ୍ରକାଶ ପାଇଛି। କରୋନା ଭୂତାଣୁ ବାୟୁ ମଣ୍ଡଳରେ ୩ ଘଣ୍ଟା ପର୍ଯ୍ୟନ୍ତ ସକ୍ରିୟ ରହିଥାଏ। ସେହିପରି ତମ୍ବାରେ ୪ ଘଣ୍ଟା, କାର୍ଡବୋର୍ଡରେ ୨୪ ଘଣ୍ଟା, ପ୍ଲାଷ୍ଟିକ୍‌ ଅବା ଷ୍ଟେନଲେସ୍‌ ଷ୍ଟିଲ୍‌ରେ ୨ରୁ ୩ ଦିନ ପର୍ଯ୍ୟନ୍ତ ସକ୍ରିୟ ହୋଇ ରହିଥାଏ। ତେଣୁ ଘରେ କିମ୍ବା କାର୍ଯ୍ୟାଳୟରେ ଡୋର୍‌ ନବ୍‌, ଡ୍ରୟର ନବ୍‌ ତଥା ଅନ୍ୟାନ୍ୟ ବସ୍ତୁକୁ ସାନିଯାଇଜ୍‌ କରିବାର ଆବଶ୍ୟକତା ରହିଛି। ତେବେ ଆଦ୍ର ଭୂଇଁରେ କରୋନା ଭୂତାଣୁ ଅଧିକ ଦିନ ପର୍ଯ୍ୟନ୍ତ ସକ୍ରିୟ ରହିପାରିଥାଏ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ମଧ୍ୟ ସୂଚିତ କରାଯାଇଛି। କରୋନା ଭୂତାଣୁର କ୍ରିୟାଶୀଳତା ଆଦ୍ର ଭୂଇଁ, ତାପମାତ୍ରା ଏବଂ ବାୟୁ ମଣ୍ଡଳର ଆଦ୍ରତା ଉପରେ ମଧ୍ୟ ନିର୍ଭର କରିଥାଏ। ଏପରିସ୍ଥଳେ ବାଥ୍‌ ରୁମ୍‌ରୁ ସଂକ୍ରମଣ ନେଇ ଏହାର ଆଶଙ୍କା ଅଧିକ ରହିଥାଏ। ତେଣୁ ପରିବାରରେ ସଂକ୍ରମିତ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ଦୂରତା ବଜାୟୀ ରଖିବା ସହିତ ଅଲଗା ବାଥ୍‌ ରୁମ୍‌ ବ୍ୟବହାର କରିବା ଭଲ। ଯଦି ଏଭଳି ସୁବିଧା ନ ଥାଏ ବାଥ୍‌ ରୁମ୍‌କୁ ଭଲଭାବେ ସାନିଟାଇଜ୍‌ କରି ଏହାକୁ ବ୍ୟବହାର କରିବା ଆବଶ୍ୟକ ବୋଲି ଏହି ରିପୋର୍ଟରେ ଉଲ୍ଲେଖ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଳୟଙ୍କରୀ ବନ୍ୟାରେ ୪୨ ମୃତ

ନୈରୋବି,୨୯।୪: କେନ୍ଦ୍ରୀୟ କେନିଆର ମାଇ ମାହୁ ଅଞ୍ଚଳରେ ବ୍ୟାପକ ବନ୍ୟାରେ ମୃତ୍ୟୁ ସଂଖ୍ୟା ୨୦ ରୁ ୪୨କୁ ବୃଦ୍ଧି ପାଇଛି। ଏହାପୂର୍ବରୁ ସିଟିଜେନ ଟେଲିଭିଜନ ସୋମବାର...

ଦୁବାଇରେ ନିର୍ମାଣ ହେଉଛି ବିଶ୍ୱର ସବୁଠାରୁ ବଡ ବିମାନ ବନ୍ଦର, ରହିବ ଏସବୁ ସୁବିଧା

ଦୁବାଇ,୨୯।୪: ଦୁବାଇରେ ବିଶ୍ୱର ବୃହତ୍ତମ ବିମାନ ବନ୍ଦରର କାର୍ଯ୍ୟ ଆରମ୍ଭ ହୋଇଛି। ଏହି ଅଲ ମକତୁମ ଅନ୍ତର୍ଜାତୀୟ ବିମାନବନ୍ଦର ବର୍ତ୍ତମାନର ଦୁବାଇ ଆନ୍ତର୍ଜାତୀୟ ବିମାନବନ୍ଦର ଠାରୁ...

ପୁଣିଥରେ ଠପ ହେଲା ଏକ୍ସ, ୫ ଦିନରେ ଦୁଇଥର

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୯।୪: ପୂର୍ବରୁ ଟୁଇଟର ଭାବରେ ଜଣାଶୁଣା ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ପୁଣିଥରେ ବନ୍ଦ ହେବାର ଖବର ଆସିଛି। ବ୍ୟବହାରକାରୀମାନେ ଲଗାତାର ସୋସିଆଲ ମିଡିଆରେ ଅଭିଯୋଗ...

ମହାକାଶରେ ଶିବ-ଶକ୍ତି

ଭାରତୀୟ ଧର୍ମ ସଂସ୍କୃତିରେ ଶିବ ହେଲେ ମଙ୍ଗଳମୟ ଦେବାଧିଦେବ ମହାଦେବ ଏବଂ ଶକ୍ତି ସୂଚିତ କରେ ତାଙ୍କ ସଙ୍ଗିନୀ ତଥା ଶକ୍ତିର ପ୍ରତୀକ ଶକ୍ତିସ୍ବରୂପିଣୀ ମା’...

ଗାଜା ଯୁଦ୍ଧରେ ଲାଗିବ ବ୍ରେକ୍‌!

ଜେରୁଜେଲମ୍‌,୨୯ା୪: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ପୁଣିଥରେ ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ସହ ଫୋନ୍‌ ଯୋଗେ କଥା ହୋଇଛନ୍ତି ବୋଲି ହ୍ବାଇଟ୍‌ ହାଉସ୍‌ କହିଛି।...

ବଢ଼ିବ ଝିଅମାନଙ୍କ ବିବାହ ବୟସ

ଇସଲାମାବାଦ,୨୯ା୪: ଝିଅମାନଙ୍କର ସର୍ବନିମ୍ନ ବିବାହ ବୟସ ବଢ଼ିବ। ଏନେଇ ପାକିସ୍ତାନର ଶିଶୁ ସୁରକ୍ଷା କଲ୍ୟାଣ ବ୍ୟୁରୋ ପ୍ରସ୍ତାବ ଦେଇଛି। ପାକିସ୍ତାନରେ ଝିଅମାନେ ଖୁବ୍‌ କମ୍‌ ବୟସରେ...

ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ଓ ସତର୍କତା

ବର୍ତ୍ତମାନ ସମଗ୍ର ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏହାର ପ୍ରଭାବ ଜନଜୀବନ ଉପରେ କିପରି ପଡିଛି ତାହା ବର୍ଣ୍ଣନା କରିବା ଅନାବଶ୍ୟକ। ତେଣୁ...

ନାଭାଲ୍‌ନି ଗ୍ରୁପ୍‌ ପାଇଁ କାମ କରୁଥିବା ୨ ଖବରଦାତା ଗଲେ ଜେଲ

ଲଣ୍ଡନ,୨୮ା୪:ରୁଷିଆର ଦିବଂଗତ ବିରୋଧୀ ଦଳ ନେତା ଆଲେକ୍ସି ନାଭାଲ୍‌ନିଙ୍କ ଦ୍ୱାରା ପ୍ରତିଷ୍ଠିତ ଗ୍ରୁପ୍‌ ପାଇଁ କାମ କରୁଥିବା ଅଭିଯୋଗରେ ୨ ଜଣ ଖବରଦାତାଙ୍କୁ ଭ୍ଲାଡିମିର ପୁଟିନ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri