Odisha Elections 2024

ଦୁଇ ବାଇକ୍‌ ଧକ୍କା : ୨ ମୃତ

ଆସିକା,୨୨ା୩ (ଡି.ଏନ୍‌.ଏ): ଗଞ୍ଜାମ ଜିଲା ଗାଙ୍ଗପୁର ଥାନା କ୍ଷେତ୍ରୀୟବରପୁର-କୁଲାଙ୍ଗି ରାସ୍ତାର ପଳାସପଲ୍ଲୀ ନିକଟରେ ଶନିବାର ରାତି ପ୍ରାୟ ସାଢେ ୮ଟାରେ ୨ ବାଇକ ଧକ୍କା ହେବାରୁ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ୨ ଜଣ ଗୁରୁତର ଆହତ ମଧ୍ୟ ହୋଇଛନ୍ତି। ମୃତକମାନେ ହେଲେ ଚନ୍ଦନ ଭୂୟାଁ ଓ ପବିତ୍ର ଗୌଡ। ଗୁରୁତର ଆହତ ଶଙ୍କର ଗୌଡ ଓ ଜଗନ୍ନାଥ ଗୌଡ଼ ଭଞ୍ଜନଗର ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ମୃତାହତମାନେ ଗାଙ୍ଗପୁର ଥାନା ଅନ୍ତର୍ଗତ ଲୁଣିପଡ଼ା ଶାସନ ଗ୍ରାମର। ଦୁଇଟି ବାଇକ୍‌ରେ ଏମାନେ କୁଲାଙ୍ଗିରୁ ଲୁଣିପଡ଼ା ଫେରୁଥିବା ବେଳେ ଭାରସାମ୍ୟ ହରାଇ ଧକ୍କା ହୋଇଥିଲେ। ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ୪ ଜଣଙ୍କୁ ଗୋବରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା ା ସେଠାରେ ଚନ୍ଦନ ଓ ପବିତ୍ରଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ରବିବାର ଭଞ୍ଜନଗର ଡାକ୍ତରଖାନାରେ ମୃତଦେହର ବ୍ୟବଛେଦ ପରେ ପରିବାରକୁ ହସ୍ତାନ୍ତର କରାଯାଇଛି। ଏ ନେଇ ନଂ.୬୨/୨୦ରେ ଏକ ମାମଲା ରୁଜୁ କରାଯାଇଥିବା ଗାଙ୍ଗପୁର ଥାନା ଅଧିକାରୀ ଧୀରେଶ କୁମାର ଦାସ ସୂଚନା ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ସହ ଜାଳେଣି କାଠ ପାଇଁ ଜଙ୍ଗଲକୁ ଯାଇଥିବା ବେଳେ ସ୍ତ୍ରୀ ମୃତ, ହତ୍ୟା ଅଭିଯୋଗ ଆଣିଲେ ମହିଳାଙ୍କ ଭାଇ

ଥୁଆମୂଳରାମପୁର,୧୮ା୫(ଦୁର୍ଗା କୀର୍ତ୍ତି): ଦିନକୁଦିନ ଯୌତୁକ ନିର୍ଯାତନା ଓ ହତ୍ୟା ଘଟଣା ବୃଦ୍ଧି ପାଉଥିବା ବେଳେ କିଛି ଅଞ୍ଚଳରୁ ହୃଦୟ ବିଦାରକ ଭଳି ଘଟଣା ସାମ୍ନାକୁ ଆସୁଛି...

ବିଜେଡି ନେତାଙ୍କ ବିରୋଧରେ ମାମଲା ରୁଜୁ

କେନ୍ଦୁଝର,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପାରେ ଯୋଗଦେଇ ଥିବା ବିଜେଡି ନେତା ପୁଣି ବିଜେଡିକୁ ଫେରିବା ଘଟଣାକୁ ନେଇ ରାଜନୀତି ସରଗରମ ହୋଇଛି। ବାଂଶପାଳ ବ୍ଲକ ଶୁଆକାଟି...

ରାଜ୍ୟରେ କେବଳ ନବୀନ ଇଞ୍ଜିନ ହିଁ ଚାଲିବ

ମୋରଡ଼ା,୧୮ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ବାରମାଇଲଠାରେ ବିଜୁ ଜନତା ଦଳ ପକ୍ଷରୁ ୩୯ ନମ୍ବର ଜୋନ୍‌ସ୍ତରୀୟ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଯାଇଛି।...

ଖୁଲମଖୁଲା ବୁଲୁଛନ୍ତି ଝିଅର ହତ୍ୟାକାରୀ, ଗିରଫ ଦାବିରେ ଅନଶନରେ ବସିଲେ ମା’

କେନ୍ଦୁଝର,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ନିର୍ବାଚନ ସମୟରେ ସବୁ ଓ୍ବାରେଣ୍ଟ କାର୍ଯ୍ୟକାରୀ ହୁଏ ପୁରୁଣା କେସ୍‌ ଥିବା ଅପରାଧୀ ଧରା ହୁଅନ୍ତି। ତେବେ କେନ୍ଦୁଝରର ଲୋକପ୍ରିୟ ସମାଜସେବୀ...

ଯୁବକଙ୍କ ଜୀବନ ନେଲା ଅନ୍‌ଲାଇନ୍‌ ଗେମ୍‌

ବାଲିମେଳା,୧୮ା୫(ଶିବଦତ୍ତ ସାହୁ): ମାଲକାନଗିରି ଜିଲା ବାଲିମେଳା ସହରରେ ଥିବା ୧ ନଂ ଓ୍ବାର୍ଡ ନୂଆସାହିରେ ଜଣେ ଯୁବକ ଅନ୍‌ଲାଇନ ଗେମ୍‌ ଖେଳରୁ ରଶି ଦେଇ ଆତ୍ମହତ୍ୟା...

ଛତ୍ରପୁର ବଡ଼ ଷ୍ଟେଶନ୍‌ରେ ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ୍‌

ଛତ୍ରପୁର,୧୮/୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବଡ଼ ଷ୍ଟେଶନ ଠାରେ ଏକମାଲବାହି ଟ୍ରେନ ଲାଇନଚ୍ୟୁତ ହୋଇଛି। ଟ୍ରେନର ୩ ବଗି ଲାଇନଚ୍ୟୁତ ହୋଇଥିବା ବେଳେ ରେଳବାଇ...

ପ୍ରଚାର ଶେଷଦିନରେ କମାଲ ଦେଖାଇଲା ବିଜେଡି

ପୁରୁଷୋତ୍ତମପୁର,୧୮ା୫(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବିଧାନସଭା ନିର୍ବାଚନକୁ ଆଉ ମାତ୍ର ଗୋଟିଏ ଦିନ ବାକି ରହିଥିବା ବେଳେ ଏଥିଲାଗି ଶନିବାର ପ୍ରଚାର ଶେଷ ହୋଇଛି।...

ଖଲ୍ଲିକୋଟ ହିଂସାର ତଦନ୍ତ ପାଇଁ ଗଠନ ହେଲା ଏସ୍‌ଆଇଟି ଟିମ୍‌: ସୂଚନା ଦେଲେ ଆରକ୍ଷୀ ମହାନିର୍ଦ୍ଦେଶକ

ଛତ୍ରପୁର,୧୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଖଲ୍ଲିକୋଟ ହିଂସାର ତଦନ୍ତ ପାଇଁ ଏସ୍‌ଆଇଟି ଟିମ୍‌ ଗଠନ କରାଯାଇଛି। ଦକ୍ଷିଣାଞ୍ଚଳ ମହାନିର୍ଦ୍ଦେଶକ ଜୟନାରାୟଣ ପଙ୍କଜ ଏହି ଟିମ୍‌କୁ ତଦାରଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri