Posted inଖେଳ

ସେଲ୍ଫ-କ୍ୱାରାଣ୍ଟାଇନ୍‌ରେ ସାଙ୍ଗାକରା

କଲମ୍ବୋ, ୨୨।୩- ଘାତକ କରୋନା ଭାଇରସ୍‌ର ପ୍ରକୋପକୁ ନଜରରେ ରଖି ଶ୍ରୀଲଙ୍କାର ପୂର୍ବତନ କ୍ରିକେଟର୍‌ ତଥା ଅଧିନାୟକ କୁମାର ସାଙ୍ଗାକରା ସେଲ୍ଫ-କ୍ୱାରାଣ୍ଟାଇନରେ ରହିଛନ୍ତି। ଶ୍ରୀଲଙ୍କା ସରକାରଙ୍କ ଗାଇଡ୍‌ଲାଇନ ମୁତାବକ ନିଜ ଆଡ଼ୁ ସେଲ୍ଫ-କ୍ୱାରାଣ୍ଟାଇନରେ ରହିଥିବା ସାଙ୍ଗାକରା ସୂଚନା ଦେଇଛନ୍ତି। ୟୁରୋପ ମହାଦେଶରେ କରୋନା ଭାଇରସ୍‌ ଭୟଙ୍କର ରୂପ ଧାରଣ କରିସାରିଥିବାରୁ ଯେଉଁମାନେ ସେହି ଦେଶଗୁଡ଼ିକରୁ ନିକଟରେ ଶ୍ରୀଲଙ୍କା ପ୍ରତ୍ୟାବର୍ତ୍ତନ କରିଛନ୍ତି, ସେମାନେ ସେଲ୍ଫ-କ୍ୱାରାଣ୍ଟାଇନରେ ରହିବାକୁ ଶ୍ରୀଲଙ୍କା ସରକାର ଗାଇଡ୍‌ଲାଇନ ଜାରି କରିଛନ୍ତି। ସାଙ୍ଗାକରା ଗତ ସପ୍ତାହରେ ଇଂଲଣ୍ଡରୁ ସ୍ବଦେଶ ଫେରିଥିଲେ। ‘ଶ୍ରୀଲଙ୍କାରେ ପହଞ୍ଚତ୍ବା ପରେ ପୋଲିସ ଷ୍ଟେସନରେ ଯାଇ ନାମ ପଞ୍ଜୀକରଣ କରିଛି। ଏହାପରେ ଜନସ୍ବାସ୍ଥ୍ୟ ନୀରିକ୍ଷକଙ୍କ ପରାମର୍ଶ ମୁତାବକ ନିଜ ପରିବାର ସଦସ୍ୟଙ୍କଠାରୁ ଅଲଗା ହୋଇ ସେଲ୍ଫ-କ୍ୱାରାଣ୍ଟାଇନାରେ ରହିଛି’ ବୋଲି ଶ୍ରୀଲଙ୍କାର ଏହି କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ କହିଛନ୍ତି। ଏଥିସହ କରୋନା ଭାଇରସ୍‌ ଲାଗି ସଚେତନ ରହିବାକୁ ସେ ଜନସାଧାରଣଙ୍କୁ ପରାମର୍ଶ ଦେଇଛନ୍ତି। ସାବୁନରେ ହାତକୁ ଭଲ ଭାବରେ ଧୋଇ ସାମାଜିକ ଦୂରତ୍ୱ ବଜାୟ ରଖିବା ଲାଗି ସାଙ୍ଗାକରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri