କରୋନା ସଚେତନତା: ସ୍ଥାନାନ୍ତର ହେଲା ଡେଲି ମାର୍କେଟ

ବିଜେପୁର, ୨୩।୩(ଡି.ଏନ୍‌.ଏ.): କରୋନା ସଂକ୍ରମଣ ଦେଶରେ କାୟା ବିସ୍ତାର କରିବାରେ ଲାଗିଛି। ବର୍ତ୍ତମାନ ସୁଦ୍ଧା ଏହାର ଔଷଧ ବାହାରି ନାହିଁ। ତେଣୁ ସତର୍କତା ହିଁ ଏକମାତ୍ର ବିକଳ୍ପ। ଫଳରେ ସରକାରଙ୍କ ପକ୍ଷରୁ ବ୍ୟାପକ ସଚେତନତାମୂଳକ ପଦକ୍ଷେପ ନିଆଯାଉଛି। ଏହି କ୍ରମରେ ବରଗଡ଼ ଜିଲା ବିଜେପୁର ଏନ୍‌ଏସି ପକ୍ଷରୁ ସ୍ଥାନୀୟ ଡେଲି ମାର୍କେଟକୁ ସୋମବାର ହାଇସ୍କୁଲ ପଡ଼ିଆକୁ ସ୍ଥାନାନ୍ତର କରାଯାଇଛି। ସରକାରଙ୍କ ନିର୍ଦ୍ଦେଶ କ୍ରମେ ଡେଲି ମାର୍କେଟ ଉକ୍ତ ପଡ଼ିଆକୁ ସ୍ଥାନନ୍ତର ହେବ ବୋଲି ଏନ୍‌ଏସି ପକ୍ଷରୁ ସୂଚନା ଦିଆଯାଇଥିଲା। ହେଲେ ସହର ମଧ୍ୟରୁ ଉକ୍ତ ପଡ଼ିଆର ଦୂରତା ପ୍ରାୟ ଏକ କିମି ହେବ। ତେଣୁ ବେପାରୀମାନେ ନିର୍ଦ୍ଦେଶକୁ ବେଖାତିର କରି ପୂର୍ବରୁ ବସୁଥିବା ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ସୋମବାର ସକାଳୁ ପନିପରିବା ଧରି ବସିଥିଲେ। ଖବର ପାଇ ମାଜିଷ୍ଟ୍ରେଟ ଦାୟିତ୍ୱରେଥିବା ତହସିଲଦାର କୁଳମଣି ରଣବିଡ଼ା, ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ରୁକ୍ମଣ ମେହେର ପ୍ରମୁଖ ପହଞ୍ଚି ବ୍ୟବସାୟୀଙ୍କୁ ବୁଝାଇବାପରେ ଡେଲି ମାର୍କେଟ ହାଇସ୍କୁଲ ପଡ଼ିଆକୁ ସ୍ଥାନାନ୍ତର ହୋଇଛି। ସେହିପରି ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ରୁକ୍ମଣ ମେହେରଙ୍କ ତତ୍ତ୍ବାବଧାନରେ କର୍ମଚାରୀଗଣ ପିକେଟିଂକରି ନିତ୍ୟ ଆବଶ୍ୟକ ଦୋକାନ ବ୍ୟତୀତ ଅନ୍ୟ ସମସ୍ତ ଦୋକାନକୁ ବନ୍ଦ କରିବାକୁ ନର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

୧ ଲକ୍ଷ ଟଙ୍କାର ଋଣ ୭୪ ଲକ୍ଷରେ ପହଞ୍ଚିଲା: ପରିଶୋଧ କରିବାକୁ କିଡନୀ ବିକ୍ରି କଲେ ଚାଷୀ

ଭୁବନେଶ୍ୱର,୧୬।୧୨: ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲାର ଜଣେ ଚାଷୀଙ୍କୁ ବେଆଇନ ମହାଜନମାନଙ୍କଠାରୁ ନେଇଥିବା ୧ ଲକ୍ଷ ଟଙ୍କାର ଋଣ ଶେଷରେ ଦିନକୁ ୧୦,୦୦୦ ଟଙ୍କା ସୁଧ ସହିତ...

ମାର୍ଚ୍ଚ ୨୬ରୁ ମେ ୩୧ ମଧ୍ୟରେ ହେବ ଆଇପିଏଲ୍‌

ମୁମ୍ୱାଇ, ୧୬ା୧୨: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଆଗାମି ସଂସ୍କରଣ ମାର୍ଚ୍ଚ ୨୬ରୁ ମେ ୩୧ ଓ୍ୱିଣ୍ଡୋରେ ଖେଳାଯିବ। ମାତ୍ର ଆରସିବିର ଘରୋଇ ଗ୍ରାଉଣ୍ଡ ବେଙ୍ଗାଲୁରୁରେ...

ଅଭିନବ ଉପାୟରେ ଠକେଇ, ଫୋନ୍‌ପେରେ ଡେମୋ ଦେଖାଇଲେ…

ଛତ୍ରପୁର,୧୬ା୧୨(ଦିଲ୍ଲୀପ ସାମଲ): ନକଲି ଫୋନ ପେ ବ୍ୟବହାର କରି ବ୍ୟବସାୟୀମାନଙ୍କୁ ଠକେଇ କରୁଥିବା ଅଭିଯୋଗର ତଦନ୍ତ ପରେ ଛତ୍ରପୁର ପୋଲିସ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri