ଗଞ୍ଜାମ ଫେରିଲେ ୩୯୫୦ ଦାଦନ: ସ୍କ୍ରିନିଂ ପରେ ପଞ୍ଜୀକରଣ, ସ୍ବତନ୍ତ୍ର ବସ୍‌ରେ ଘରକୁ ପଠାଇଲା ପ୍ରଶାସନ

ବ୍ରହ୍ମପୁର ଅଫିସ,୨୩।୩: ବିଶ୍ୱବ୍ୟାପୀ ଆତଙ୍କ ସୃଷ୍ଟି କରିଥିବା ମହାମାରୀ କରୋନା ଭାଇରସ୍‌ର ପ୍ରକୋପ ଏବେ ଭାରତରେ ବଢ଼ିବାରେ ଲାଗିଛି। ଏହି ଭାଇରସ୍‌କୁ ନେଇ ସମସ୍ତେ ଏବେ ଭୟଭୀତ ହୋଇ ପଡ଼ିଛନ୍ତି। ଫଳରେ ସମସ୍ତ ରୁଟ୍‌ରେ ଟ୍ରେନ ଚଳାଚଳ ସୋମବାରଠାରୁ ବନ୍ଦ ପାଇଁ କେନ୍ଦ୍ର ସରକାର ଘୋଷଣା କରିଥିଲେ। ଏପରି ସ୍ଥଳେ ଗଞ୍ଜାମ ଜିଲାର ବିଭିନ୍ନ ଅଞ୍ଚଳରୁ ଲୋକମାନେ ଦାଦନ ଖଟିବା ପାଇଁ ବିଭିନ୍ନ ରାଜ୍ୟରେ ରହୁଥିବା ବେଳେ ଶନିବାରଠାରୁ ସେମାନେ ବିଭନ୍ନ ଟ୍ରେନରେ ବ୍ରହ୍ମପୁର ଫେରିଥିଲେ। ଏହାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ରବିବାର ବିଳମ୍ବିତ ରାତିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ଉପଜିଲାପାଳ ସିନ୍ଧେ ଦତ୍ତାତ୍ରୟ ଭାଉସାହେବ, ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର, ଜିଆରପି ଥାନାଧିକାରୀ ସୁକାନ୍ତ ଭୋଇ, ଆର୍‌ପିଏଫ୍‌ ଇନ୍ସପେକ୍ଟର ଦିଲୀପ କୁମାର ଓ ୮ଟି ଡାକ୍ତରୀ ଦଳ ବ୍ରହ୍ମପୁର ରେଳଷ୍ଟେଶନରେ ଆସୁଥିବା ଟ୍ରେନଗୁଡିକୁ ଅପେକ୍ଷା କରି ରହିଥିଲେ। ରବିବାର ରାତିରେ ମୁମ୍ବାଇ ଭୁବନେଶ୍ୱର କୋଣାର୍କ ଏକ୍ସପ୍ରେସ ବ୍ରହ୍ମପୁର ଷ୍ଟେଶନରେ ପହଞ୍ଚିଥିଲା। ସେଥିରେ ବସିଥିବା ୧୫୦୦ ଯାତ୍ରୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯିବା ସହ ସେମାନଙ୍କ ନାମ ପଞ୍ଜୀକରଣ କରାଯାଇଛି। ସେହିପରି ତ୍ରିଭେନ୍ଦରପୁର-ଶାଲିମାର ଏକ୍ସପ୍ରେସରେ ଆସିଥିବା ୫୦୦, ଅହମଦାବାଦ-ପୁରୀ ଏକ୍ସପ୍ରେସ୍‌ରେ ୧୫୦୦, ମେଙ୍ଗାଲୁର-ସାନ୍ତ୍ରାଗାଛି ଟ୍ରେନ୍‌ରେ ୩୫୦, ସିକନ୍ଦରାବାଦ-ହାୱଡ଼ା ଏକ୍ସପ୍ରେସ୍‌ରେ ଆସିଥିବା ୧୦୦ ଯାତ୍ରୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯିବା ସହ ସେମାନଙ୍କର ନାମ ପଞ୍ଜୀକରଣ କରାଯାଇଛି।

ରବିବାର ରାତିରୁ ସୋମବାର ମଧ୍ୟାହ୍ନ ପର୍ଯ୍ୟନ୍ତ ପର୍ଯ୍ୟାୟକ୍ରମେ ଯାତ୍ରୀମାନଙ୍କର ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଥିଲା। ସୋମବାରଠାରୁ ସମସ୍ତ ଟ୍ରେନ ବାତିଲ ହୋଇଯାଇଥିବା ବେଳେ କେବଳ ଗୁଡ୍ସଟ୍ରେନଗୁଡ଼ିକ ଚଳାଚଳ ହେଉଛି ବୋଲି ଆରପିଏଫ୍‌ ଇନ୍ସପେକ୍ଟର ଦିଲୀପ କୁମାର ସୂଚନା ଦେଇଛନ୍ତି। ଅନ୍ୟପଟେ ରେଳଷ୍ଟେଶନରେ ଓହ୍ଲାଉଥିବା ଯାତ୍ରୀଙ୍କୁ ସ୍ବତନ୍ତ୍ର ବସ୍‌ ଯୋଗେ ଘରକୁ ଯିବା ପାଇଁ ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯାଇଥିବା ଜଣାପଡ଼ିଛି


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri