ଆନ୍ଧ୍ରରେ ଫଶି ରହିଛନ୍ତି ଓଡ଼ିଆ ଯୁବକ : ସହାୟତା ପାଇଁ ଉପଜିଲାପାଳଙ୍କୁ ଗୁହାରି କଲେ ବାପା

ସଜନାଗଡ଼, ୨୪।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଧୀନ ଔପଦା ବ୍ଲକ ଢ଼ୋଲପୁର ଗ୍ରାମର କେଶବ ଚନ୍ଦ୍ର ନାୟକଙ୍କ ପୁଅ କମଳାକାନ୍ତ ପରିବାର ପ୍ରତିପୋଷଣ ପାଇଁ ଆନ୍ଧ୍ରପ୍ରଦେଶ ଚିତ୍ତୋର ଜିଲାର ଏକ ଗ୍ରାନାଇଟ୍‌ କମ୍ପାନୀରେ କାମ କରିବାକୁ ଯାଇ ସେଠାରେ ଫଶି ରହିଛନ୍ତି। ‘କରୋନା’ ଭୟ ଯୋଗୁ କମ୍ପାନୀ ବନ୍ଦ ହୋଇଯାଇଛି। ସେଠାରେ ଶ୍ରମିକଙ୍କୁ ଚଳିବା ପାଇଁ କମ୍ପାନୀ ଟଙ୍କା ପ୍ରଦାନ କରିନାହିଁ କିମ୍ବା ପ୍ରାପ୍ୟ ଦେଇନାହଁ। ଫଳରେ କମଳାକାନ୍ତଙ୍କ ସମେତ ଅନ୍ୟମାନେ ଭୋକ ଉପାସରେ ରହି ଜୀବନ ବିକଳରେ ଟେଲିଫୋନ୍‌ କରି ନିଜ ପରିବାରକୁ ଏ ବିଷୟରେ ଜଣାଇଥିଲେ। କମଳାକାନ୍ତଙ୍କ ବୃଦ୍ଧ ପିତା, ଗ୍ରାମବାସୀ ନିରଞ୍ଜନ ବାରିକ, ନିର୍ମାଲ୍ୟ ପ୍ରଧାନ, ରବୀନ୍ଦ୍ର ନାୟକ ପ୍ରମୁଖ ସୋମବାର ମିଳିତଭାବେ ଉପଜିଲାପାଳ ହରିଶ୍ଚନ୍ଦ୍ର ଜେନାଙ୍କୁ ଭେଟି କମଳାକାନ୍ତଙ୍କୁ ଫେରାଇ ଆଣିବା ପାଇଁ ଗୁହାରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ୱର,୨୦ା୯(ବାଞ୍ଛାନିଧି ଦେ): ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ...

ସୁବର୍ଣ୍ଣରେଖାରେ ବନ୍ୟା

ଭୋଗରାଇ(ପ୍ରଦୀପ ଦାସ)/ ବାଲିଆପାଳ (ଗୋପାଳ ଚନ୍ଦ୍ର ସାହୁ)/କାଳିପଦା(ରାଜଶ୍ରୀ ପାଣିଗ୍ରାହୀ)/ଜଳେଶ୍ୱର (ରବିନାରାୟଣ ପାତ୍ର), ୧୮।୯: ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ସୁବର୍ଣ୍ଣରେଖାର ନିମ୍ନ ଅବବାହିକରେ ପ୍ରଥମ...

ସୁଭଦ୍ରା ପ୍ରଶ୍ନର ଉତ୍ତର ଦେଇ ଜିତିଲେ…

ବଉଳା, ୧୮।୯(ଦୁର୍ଗାପ୍ରସାଦ ଆୟଚ) ସୁଭଦ୍ରା ଯୋଜନାର ଶୁଭାରମ୍ଭ ଅବସରରେ ମଙ୍ଗଳବାର କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଉପସ୍ଥିତ ମହିଳାମାନଙ୍କୁ...

ରାସ୍ତା ଉପରେ ଲହଡ଼ି ଭାଙ୍ଗୁଛି ବର୍ଷା ପାଣି

ବାଲେଶ୍ୱର,୧୬।୯: ଲଗାଣ ବର୍ଷାରେ ବାଲେଶ୍ୱର ମୁଖ୍ୟ ରାସ୍ତାରେ ଫୁଟେ ଉଚ୍ଚର ପାଣି ଚାଲୁଛି। ନୂଆସାହି ଛକ ମୁଖ୍ୟରାସ୍ତାରେ ଆଣ୍ଠୁଏ ଉଚ୍ଚର ପାଣି ପ୍ରବାହିତ ହେଉଛି। ଫଳରେ...

ତିନି ତିନିଟା ଛୁଆଙ୍କ ସହ ରୋଗିଣା ସ୍ତ୍ରୀଙ୍କୁ ମେଡିକାଲରେ ଛାଡି ଚାଲିଗଲେ ସ୍ବାମୀ,ପରେ…..

ନୀଳଗିରି,୧୬।୯: ରୋଗିଣା ସ୍ତ୍ରୀ ଓ ୩ ପିଲାଙ୍କୁ ମେଡିକାଲରେ ଏକୁଟିଆ ଛାଡି ଚାଲିଗଲେ ସ୍ବାମୀ। ଟଙ୍କା ଆଣିବେ ବୋଲି କହି ଯାଇଚନ୍ତି ଯେ ଯାଇଛନ୍ତି। ମାସେ...

ବିପଦସଙ୍କେତ ଟପିଲା ଜଳକା

ବାଲେଶ୍ୱର,୧୬ା୯(ବାଞ୍ଛାନିଧି ଦେ): ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ଲଗାଣ ବର୍ଷା ଜାରି ରହିଛି। ଦୁଇଦିନ ଧରି ବାଲେଶ୍ୱର ଜିଲାରେ ପ୍ରବଳ ବର୍ଷା ଯୋଗୁ ଜନଜୀବନ...

ବଢୁଛି ଜଳକା, ବନ୍ୟା ଆଶଙ୍କା

ବାଲେଶ୍ୱର, ୧୫।୯(ବାଞ୍ଛାନିଧି ଦେ ): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । ମଥାନୀ ଠାରେ...

ରପ୍ତାନି ଉପରେ କଟକଣା ଲଗାଇଲା ବାଂଲାଦେଶ: ଲଘୁଚାପ ପ୍ରଭାବରେ ଓଡ଼ିଶା ଉପକୂଳରେ ଲାଗିଲେ ପ୍ରଚୁର ଇଲିଶି

ଭୋଗରାଇ,୧୦।୯(ପ୍ରଦୀପ ଦାସ): ଘନଘନ ଲଘୁଚାପ ଓ ପାଗ ଅନୁକୁଳ ଥିବାରୁ ସମୁଦ୍ରରେ ଇଲିସି ଉପକୂଳ ମୁହାଁ ହେଉଛନ୍ତି। ଚଳିତ ବର୍ଷାଋତୁରେ ଟ୍ରଲର ମାଲିକ ଓ ମତ୍ସ୍ୟଜୀବୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri