ଗର୍ଭବତୀ ଓ କରୋନା ସତର୍କତା

ବର୍ତ୍ତମାନ ସମଗ୍ର ପୃଥିବୀବାସୀଙ୍କ ଚିନ୍ତାର କାରଣ ସାଜିଛି କରୋନା ଭାଇରସ୍‌। ସମସ୍ତଙ୍କ ଲାଗି ଏହି ରୋଗ ବିପଜ୍ଜନକ ହୋଇଥିଲେ ହେଁ ମଧୁମେହ ରୋଗୀ, ହୃଦ୍‌ରୋଗୀ, ଶ୍ୱାସରୋଗୀ, ବୃଦ୍ଧ ଓ ଛୋଟ ପିଲାମାନଙ୍କ ଠାରେ ଏହି ରୋଗ ହେବାର ଆଶଙ୍କା ବେଶି। ସର୍ବୋପରି ଗର୍ଭବତୀଙ୍କଠାରେ ରୋଗ ପ୍ରତିରୋଧକ ଶକ୍ତି କମ୍‌ ଥିବାରୁ ଏହି ରୋଗର ଆଶଙ୍କାକୁ ଏଡ଼ାଇ ଦିଆଯାଇ ନ ପାରେ। ତେଣୁ ଏ ସମୟରେ ଉଭୟ ମା’ ଏବଂ ଗର୍ଭସ୍ଥ
ଶିଶୁର ସୁରକ୍ଷା ଲାଗି ବିଶେଷ ସତର୍କତା ଅବଲମ୍ବନ
କରିବା ଆବଶ୍ୟକ…

ଖୁବ୍‌ କମ୍‌ ସମୟ ମଧ୍ୟରେ ସମଗ୍ର ପୃଥିବୀରେ ଭୟ ଏବଂ ଦୁଃଖର ବାତାବରଣ ଖେଳାଇ ଦେଇଛି କୋଭିଡ୍‌-୧୯ ଭୂତାଣୁ ବା କରୋନା ଭାଇରସ୍‌। ବିଶେଷକରି ସ୍ପର୍ଶ ମାଧ୍ୟମରେ ସଂକ୍ରମିତ ହେଉଥିବା ଏହି ଛୋଟ ଭୂତାଣୁ ଥରେ ସଂକ୍ରମିତ ହେଲେ ନା କେବଳ ଚିକିସତ୍ା କରିବା କଷ୍ଟସାଧ୍ୟ ହୋଇପଡୁଛି ବରଂ ବର୍ତ୍ତମାନ ସୁଦ୍ଧା ଏହା ହଜାର ହଜାର ଜୀବନହାନିର କାରଣ ସାଜିଛି । ତେବେ ସାଧାରଣ ମଣିଷଙ୍କ ତୁଳନାରେ ମଧୁମେହ ରୋଗୀ, ହୃଦ୍‌ରୋଗୀ, ଶ୍ୱାସରୋଗୀ, ବୃଦ୍ଧ ଓ ଛୋଟ ପିଲା ଏବଂ ସର୍ବୋପରି ଗର୍ଭବତୀଙ୍କ ଠାରେ ରୋଗ ପ୍ରତିରୋଧକ ଶକ୍ତି କମ୍‌ ଥିବାରୁ ଏହି ରୋଗର ଆଶଙ୍କା ବେଶି। ଏହି ମହାମାରୀକୁ ରୋକିବା ଲାଗି ସତେଚନତା ଏବଂ ସତର୍କତା ହିଁ ଏକମାତ୍ର ଅସ୍ତ୍ର। ଜାଣି ରଖନ୍ତୁ ଗର୍ଭାବସ୍ଥାରେ କେଉଁ ସବୁ ଦିଗ ପ୍ରତି ସତର୍କ ରହିବା ଆବଶ୍ୟକ…
ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ବର୍ତ୍ତମାନ ପରିସ୍ଥିତିରେ ଗର୍ଭବତୀଙ୍କୁ ଅତି ଆବଶ୍ୟକ ନ ହେଲେ ଆଦୌ ଘରୁ ବାହାରିବା ଠିକ୍‌ ନୁହେଁ। ବିଶେଷକରି ନିଜକୁ ଜନଗହଳିଠାରୁ ଦୂରେଇ ରଖିବା ଉଚିତ। ବସ୍‌ଷ୍ଟାଣ୍ଡ୍‌, ରେଳ ଷ୍ଟେଶନ ଓ ବିମାନ ବନ୍ଦରକୁ ନ ଯିବା ଭଲ। ଏମିତିକି ସାର୍ବଜନୀନ ଗହଳି ସ୍ଥାନରେ ଯୋଗଦେବା ବି ଠିକ୍‌୍‌ ନୁହେଁ। ଯିବା ନିହାତି ଜରୁରୀ ହେଲେ ମୁହଁ ଓ ନାକରେ ୩ ଲେୟାର ଥିବା ମାସ୍କ ପିନ୍ଧନ୍ତୁ। ତେବେ ସେଠାରେ କୌଣସି ଜିନିଷ ଛୁଇଁବା ଏବଂ ସାଧାରଣ ଜାଗାରେ ପରିବେଷିତ ହେଉଥିବା ଖାଦ୍ୟ ଖାଇବାଠାରୁ ନିଜକୁ ନିବୃତ୍ତ ରଖନ୍ତୁ।
ଗର୍ଭବତୀଙ୍କୁ ଚେକ୍‌ଅପ୍‌ ଲାଗି ଡାକ୍ତରଖାନା ଯିବାକୁ ହେଲେ ମାସ୍କ ପିନ୍ଧିବା ସହ ବିଶେଷ ସତର୍କତା ଅବଲମ୍ବନ କରିବା ଜରୁରୀ। କାରଣ କରୋନା ରୋଗୀଙ୍କ କାଶ ଏବଂ ଛିଙ୍କ ଦ୍ୱାରା ଡ୍ରପ୍‌ଲେଟ୍‌ ସଂକ୍ରମଣ ମାଧ୍ୟମରେ ଲକ୍ଷ ଲକ୍ଷ ଭୂତାଣୁ ସ୍ପ୍ରେଡ୍‌ ହୋଇ ରୋଗ ଆଶଙ୍କା ବୃଦ୍ଧି କରିଥାଏ। ଗର୍ଭବତୀ ନିଜେ ମଧ୍ୟ କାଶିଲେ, ଛିଙ୍କିଲେ ମୁହଁରେ ରୁମାଲ ବା ଟିସୁ ପେପର ଦେବା ଦରକାର।
କିମ୍ବା ବାହାରୁ ଫେରିବା ପରେ ଭଲ ଭାବେ ଧୋଇହେବା ସହ ପିନ୍ଧିଥିବା ପୋଷାକ ସଫା କରିନିଅନ୍ତୁ।
ସାବୁନ କିମ୍ବା ହ୍ୟାଣ୍ଡଓ୍ବାଶ୍‌ରେ ହାତ ଧୋଇବା ଆବଶ୍ୟକ। ଏମିତିକି କବାଟ ହ୍ୟାଣ୍ଡେଲ, ଟେଲିଫୋନ୍‌, କମ୍ପ୍ୟୁଟର କିବୋର୍ଡ, ଟେବୁଲ ବା କୌଣସି ଜୈବିକ ପଦାର୍ଥର ସଂସ୍ପର୍ଶରେ ଆସିଲେ ମଧ୍ୟ ହାତ ସଫା କରିବା ଆବଶ୍ୟକ। ମୋବାଇଲ ଫୋନ୍‌ ଅଧିକ ବ୍ୟବହାର ହେଉଥିବାରୁ ଏହା ସାନିଟାଇଜରରେ ପୋଛିବା ଦରକାର।
ପରିବାରରେ ବା ପଡ଼ିଶାରେ କେହି କରୋନା ପ୍ରଭାବିତ ଦେଶରୁ ଫେରିଥାନ୍ତି ତେବେ ସଂକ୍ରମଣର ଆଶଙ୍କା ଦ୍ୱିଗୁଣିତ ହୋଇଯାଏ। ତେଣୁ ଏଭଳି ପରିସ୍ଥିତିରେ ଗର୍ଭବତୀଙ୍କୁ ସେମାନଙ୍କଠାରୁ ସମ୍ପୂର୍ଣ୍ଣ ଦୂରେଇ ରଖିବା ଆବଶ୍ୟକ।
ସ୍ବାସ୍ଥ୍ୟ ସଂଗଠନର ରିପୋର୍ଟ ମୁତାବକ ଏହି ରୋଗରେ ଆକ୍ରାନ୍ତ ହେଲେ ପ୍ରଥମେ ସାଧାରଣ ଥଣ୍ଡା, ଜ୍ୱର ଭଳି ଲକ୍ଷଣ ଦେଖାଦିଏ। ରୋଗ ବଢ଼ିଲେ ଅତ୍ୟଧିକ ଜ୍ୱର, କାଶ, ଗଳା ଦରଜ, ଛିଙ୍କ, ନାକରୁ ପାଣି ବୋହିବା, କ୍ଳାନ୍ତି, ମୁଣ୍ଡବ୍ୟଥା, ଦେହ ହାତ ଘୋଳା ବିନ୍ଧା, ବାନ୍ତି ହେବା ବା ଲାଗିବା, ଥକିପଡ଼ିବା, ଶୀତ ଲାଗିବା, ପେଟ ଗୋଳମାଳ, ଝାଡ଼ା ଆଦି ଲକ୍ଷଣ ମାନ ଦେଖାଯାଇଥାଏ। ଯଦିଓ ବର୍ତ୍ତମାନ ପାଣିପାଗ ପରିବର୍ତ୍ତନ ଯୋଗୁ ଅନେକଙ୍କଠାରେ ଏଭଳି ସମସ୍ୟା ଦେଖାଦେଉଛି, ତଥାପି ଏଭଳି ଲକ୍ଷଣ ଦେଖାଦେବା ମାତ୍ରେ ଅବହେଳା ନ କରି ମନଇଚ୍ଛା ଔଷଧ ଖାଇବା କିମ୍ବା ଘରୋଇ ଉପଚାର କରିବା ବଦଳରେ ତୁରନ୍ତ ଡାକ୍ତରଙ୍କ ପରାମର୍ଶକ୍ରମେ ସମସ୍ତ ଟେଷ୍ଟ କରାଇବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ବିପଦରେ ଫସିଛନ୍ତି କି? ଚାଣକ୍ୟଙ୍କ ଏହି ୫ କଥା ମାନିଲେ ଦୂର ହେବ ସମସ୍ତ ସଙ୍କଟ, ଜିତି ଯିବେ ପ୍ରତିଟି ବାଜି…

ଆଚାର୍ଯ୍ୟ ଚାଣକ୍ୟଙ୍କ ରଚିତ ‘ଚାଣକ୍ୟ ନୀତି’ରେ ମନୁଷ୍ୟ ଜୀବନକୁ ସଫଳ କରିବାକୁ ନେଇ ଅନେକ ନୀତି ବିଷୟରେ ଉଲ୍ଲେଖ ରହିଛି। ଏହାକୁ ସଠିକ୍‌ ଭାବେ ପାଳନ...

ଅତ୍ୟନ୍ତ ଶୁଭ ଜେଡ୍‌ ପ୍ଲାଣ୍ଟ: ଘରେ ଲଗାଇଲେ ବଢ଼େ ସୁଖସମୃଦ୍ଧି

ଜେଡ୍‌ ପ୍ଲାଣ୍ଟ ହେଉଛି ଏକପ୍ରକାର ଇଣ୍ଡୋର ପ୍ଲାଣ୍ଟ। ବାସ୍ତୁଶାସ୍ତ୍ର ଅନୁଯାୟୀ, ଏହି ପ୍ଲାଣ୍ଟକୁ ଲକି ପ୍ଳାଣ୍ଟ ତଥା ଫ୍ରେଣ୍ଡସିପ୍‌ ପ୍ଲାଣ୍ଟ ବି କୁହାଯାଇଥାଏ। କାରଣ ଏହି...

ଘରେ ଲଗାଇବେ ନାହିଁ କେଉଁ ଫଟୋ? ଦୁର୍ଭାଗ୍ୟକୁ ଡାକି ଆଣିବ…

ଘରର ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ଅନେକେ କାନ୍ଥରେ ସୁନ୍ଦର ଫଟୋମାନ ଲଗାଇଥାନ୍ତି। କିନ୍ତୁ ଏହି ଫଟୋ ଲଗାଇବାକୁ ନେଇ ମଧ୍ୟ ବାସ୍ତୁଶାସ୍ତ୍ରରେ କିଛିଟା ନିୟମ ରହିଛି।...

ଚାଣକ୍ୟ କୁହନ୍ତି ଏସବୁ ଖାଦ୍ୟ ଖାଇଲେ ମିଳିବ ୧୦ଗୁଣା ଅଧିକ ଶକ୍ତି, ବୃଦ୍ଧାବସ୍ଥାରେ ରୋଗ ପାଖ ମାଡ଼ିବନି…

ହିନ୍ଦୁ ଧର୍ମରେ ଅନେକ ଜିନିଷ ଅଛି ଯାହାକୁ ଖାଇବା ସମ୍ପୂର୍ଣ୍ଣ ନିଷେଧ ଏବଂ କିଛି ଜିନିଷ ଅଛି ଯାହାକୁ ଖାଇଲେ ୧୦ ଗୁଣ ଅଧିକ ଶକ୍ତି...

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri