Posted inଖେଳ

ମ୍ଲାଡେନୋଭିଚ୍‌ଙ୍କୁ ଦ୍ୱିତୀୟ ଫ୍ରେଞ୍ଚ୍‌ ଓପନ ଟାଇଟଲ

ପ୍ୟାରିସ, ୯ା୬- ଫ୍ରାନ୍ସର କ୍ରିଷ୍ଟିନା ମ୍ଲାଡେନୋଭିଚ୍‌ ଦ୍ୱିତୀୟ ଥର ଫ୍ରେଞ୍ଚ ଓପନ୍‌ ମହିଳା ଡବଲ୍ସ ଟାଇଟଲ ଜିତିଛନ୍ତି। ରବିବାର ଏଠାରେ ଅନୁଷ୍ଠିତ ଫାଇନାଲରେ ସେ ଏବଂ ହଙ୍ଗେରୀର ତାଙ୍କ ପାର୍ଟନର ଟିମିଆ ବାବୋସ ୬-୨, ୬-୩ ସେଟ୍‌ରେ ଚାଇନିଜ୍‌ ଅଣସିଡ୍‌ ଯୋଡ଼ି ଡୁଆନ୍‌ ୟିଙ୍ଗ୍‌ୟିଙ୍ଗ୍‌ ଏବଂ ଝେଙ୍ଗ ସାଇସାଇଙ୍କୁ ପରାସ୍ତ କରି ସେମାନଙ୍କ ଦ୍ୱିତୀୟ ଗ୍ରାଣ୍ଡସ୍ଲାମ ଟାଇଟଲ ହାସଲ କରିଛନ୍ତି। ପୂର୍ବରୁ ଏହି ଯୋଡ଼ି ୨୦୧୮ରେ ଅଷ୍ଟ୍ରେଲିଆନ ଓପନ ଜିତିଥିଲେ। ଚଳିତ ବର୍ଷ ଆରମ୍ଭରେ ବାବୋସ ଏବଂ ମ୍ଲାଡେନୋଭିଚ୍‌ ମେଲବୋର୍ନଠାରେ ରନର୍ସଅପ୍‌ ହୋଇଥିଲେ। ମ୍ଲାଡେନୋଭିଚ୍‌ ୨୦୧୬ରେ କାରୋଲିନ୍‌ ଗାର୍ସିଆଙ୍କ ସହିତ ତାଙ୍କ ପ୍ରଥମ ଫ୍ରେଞ୍ଚ୍‌ ଓପନ ଟାଇଟଲ ଜିତିଥିଲେ। ଆସନ୍ତା ଡବଲ୍ସ ର଼୍ୟାଙ୍କିଙ୍ଗରେ ସେ ଶୀର୍ଷ ସ୍ଥାନରେ ରହିବେ। ସୂଚନାଯୋଗ୍ୟ, ମ୍ଲାଡେନୋଭିଚ୍‌ଙ୍କ ବୟ ଫ୍ରେଣ୍ଡ୍‌ ହେଉଛନ୍ତି ଟେନିସ ଖେଳାଳି ଡୋମିନିକ୍‌ ଥିମ୍‌।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri