ଦୋକାନରୁ ଚୋରି କରି ନିଆଁ ଲଗାଇଲେ

ଯାଁଳା,୨୪ା୩(ଡି.ଏନ୍‌.ଏ.)- ଜଟଣୀ ଥାନା ଅଧୀନ ଯାଁଳା ଫାଣ୍ଡି ଅନ୍ତର୍ଗତ ୧୬ନମ୍ବର ଜାତୀୟ ରାଜପଥରେ ଥିବା ଏକ ଫଳ ଦୋକାନରୁ ସୋମବାର ବିଳମ୍ବିତ ରାତିରେ କେତେକ ଦୁର୍ବୃତ୍ତ ଫଳ ଚୋରି କରିବା ପରେ ଦୋକାନରେ ନିଆଁ ଲଗାଇ ଦେଇଛନ୍ତି। ଖବରପାଇ ଯାଁଳା ପୋଲିସ ଭୋରୁ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଚଳାଇଛି। ସୂଚନାଯୋଗ୍ୟ, ରାଜପଥ ପାର୍ଶ୍ୱ ଏକ ବ୍ୟାଙ୍କ ନିକଟରେ ସୁଶାନ୍ତ ସାହୁ ନାମକ ବ୍ୟକ୍ତି ଅସ୍ଥାୟୀ ଫଳ ଦୋକାନ କରିଥିଲେ। କରୋନା ଭାଇରସ ସଂକ୍ରମଣ ପାଇଁ ବିଭିନ୍ନ କଟକଣା ଯୋଗୁ ଦୋକାନ ବନ୍ଦ କରି ସେ ଗାଁକୁ ଚାଲିଯାଇଥିଲେ। ରାତି ପ୍ରାୟ ୧ଟା ସମୟରେ ଦୁର୍ବୃତମାନେ ଫଳ ଓ ତରଭୁଜ ଲୁଟି ନେବା ପରେ ଏହା ମଧ୍ୟରେ ଥିବା ଖାଲି ଫଳ ପେଟିଗୁଡ଼ିକରେ ନିଆଁ ଲଗାଇ ଦେଇଥିଲେ। ଭୋର ସମୟରେ ଲୋକେ ଦେଖି ପୋଲିସକୁ ଜଣାଇଥିବାବେଳେ ଦୋକାନଟି ସମ୍ପୂର୍ଣ୍ଣ ପୋଡ଼ିଯାଇଛି। ସ୍ଥାନୀୟ ଲୋକଙ୍କଠାରୁ ଖବରପାଇ ସୁଶାନ୍ତ ପହଞ୍ଚତ୍ଥିବାବେଳେ ଦୋକାନ ମଧ୍ୟରେ ୫୦ହଜାରରୁ ଊର୍ଦ୍ଧ୍ୱ ଟଙ୍କାର ବିଭିନ୍ନ ଫଳ ଓ ତରଭୁଜ ରହିଥିବା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…

ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...

ବୁଲୁଛି ଗୋଠଛଡା ଦନ୍ତା: ଭୟଭୀତ ଅବସ୍ଥାରେ ଲୋକେ

ଆନନ୍ଦପୁର ୩୧।୧୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଆନନ୍ଦପୁର,ଘସିପୁରା ଅଞ୍ଚଳରେ ବୁଧବାର ସକାଳୁ ସକାଳୁ ଏକ ଗୋଠଛଡା ଦନ୍ତାହାତୀ ବୁଲୁଥିବା ବେଳେ...

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

ହାତୀଙ୍କ ସୁରକ୍ଷା ଆମର ଦାୟିତ୍ୱ: ଜାଗ୍ରତ କଲା ବନ ବିଭାଗ

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟ ପରିସରରେ ବନ ବିଭାଗ ପକ୍ଷରୁ ଗଜ ସାଥି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri