Posted inଖେଳ

ହ୍ୟାଟ୍ରିକ୍‌ ଆଇପିଏଲ ଜିତିଥିବା ଏକମାତ୍ର ଖେଳାଳି

ବିଶ୍ୱର ସବୁଠୁ ବିତ୍ତଶାଳୀ କ୍ରିକେଟ ଟି୨୦ ଲିଗ୍‌ ଆଇପିଏଲରେ ହ୍ୟାଟ୍ରିକ ଟାଇଟଲ ହାତେଇଥିବା ଜଣେ ଖେଳାଳି ରହିଛନ୍ତି। ସେ ହେଉଛନ୍ତି ଲେଗ୍‌ ସ୍ପିନର କର୍ନ ଶର୍ମା। ସେ ୨୦୧୬, ୨୦୧୭ ଓ ୨୦୧୮ରେ ଭିନ୍ନ ଭିନ୍ନ ଫ୍ରାଞ୍ଚାଇଜ ପାଇଁ ଖେଳି ଆଇପିଏଲ ଟାଇଟଲ ଜିତିଥିଲେ। ୨୦୧୬ରେ ସେ ଆଇପିଏଲ ଚାମ୍ପିୟନ ସନରାଇଜର୍ସ ହାଇଦ୍ରାବାଦ ଦଳର ସଦସ୍ୟ ଥିଲେ। ତା’ ପର ବର୍ଷ ୨୦୧୭ରେ ମୁମ୍ବାଇ ଇଣ୍ଡିଆନ୍ସ ଓ ୨୦୧୮ରେ ଚେନ୍ନାଇ ସୁପର କିଙ୍ଗ୍ସ ଦଳ ପକ୍ଷରୁ ପ୍ରତିନିଧିତ୍ୱ କରିଥିଲେ। ୨୦୧୭ରେ ରୋହିତ ଶର୍ମାଙ୍କ ନେତୃତ୍ୱରେ ସେ ୯ ମ୍ୟାଚ୍‌ ଖେଳି ୧୩ ଉଇକେଟ ନେଇଥିଲେ। ଏହି ଡାହାଣହାତୀ ସ୍ପିନରଙ୍କୁ ମହେନ୍ଦ୍ର ସିଂ ଧୋନୀ ୨୦୧୮ରେ କେବଳ ୬ ମ୍ୟାଚ୍‌ରେ ଖେଳିବାକୁ ସୁଯୋଗ ଦେଇଥିଲେ। ଆଉ ସେ ମାତ୍ର ୪ ଉଇକେଟ ନେଇଥିଲେ। ସିଏସ୍‌କେ ଦଳରେ ହରଭଜନ ସିଂଙ୍କ ଭଳି ଅଭିଜ୍ଞ ସ୍ପିନର ଥିବାରୁ କର୍ନଙ୍କୁ କମ୍‌ ସୁଯୋଗ ମିଳିଥିଲା। ସେ ଏବେ ସିଏସ୍‌କେ ଦଳରେ ଅଛନ୍ତି। ଯାହା ବି ହେଲେ ହ୍ୟାଟ୍ରିକ ଆଇପିଏଲ ଟାଇଟଲ ହାତେଇବାରେ ସେ ଏକମାତ୍ର ଖେଳାଳି।


Enter your email to get our daily news in your inbox.

All Right Reserved By Dharitri.Com

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri