ଅସ୍ଥାୟୀ ଭାବେ ରାଜମହଲ ଛକକୁ ସ୍ଥାନାନ୍ତର ହେଲା ୧ ନଂ ପରିବା ହାଟ

ଭୁବନେଶ୍ୱର,୨୬।୩(ବ୍ୟୁରୋ): କରୋନା ଭୂତାଣୁକୁ ନେଇ ବର୍ତ୍ତମାନ ସାରା ବିଶ୍ୱରେ ଆତଙ୍କ ସୃଷ୍ଟି ହୋଇଛି। ତେଣୁ ସାମାଜିକ ଦୂରତା ବଜାୟ ରଖିବା ସହ କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମଗ୍ର ଦେଶବାସୀଙ୍କୁ ନିବେଦନ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଗୁରୁବାର ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଆଜିଠାରୁ ଦେଢ଼ ମାସ ଅର୍ଥାତ୍‌ ୪୫ ଦିନ ପର୍ଯ୍ୟନ୍ତ ୧ ନମ୍ବର ହାଟକୁ ରାଜମହଲ ଛକକୁ ଉଠାଇ ନେବା ପାଇଁ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ହାଟରେ ପ୍ରବଳ ଜନଗହଳି ହେଉଥିବାରୁ ଭୁବନେଶ୍ୱର ମହାନଗର ନିଗମ ଏଭଳି ପଦକ୍ଷେପ ନେଇଥିବା ଜଣାପଡ଼ିଛି। ଏହି ହାଟ ସ୍ଥାନାନ୍ତର ଅସ୍ଥାୟୀ ଭାବେ କରାଯାଇଛି। ଆଜିଠାରୁ ପରିବା ବ୍ୟବସାୟୀମାନେ ଏଜି ଛକରୁ ରାଜମହଲ ପର୍ଯ୍ୟନ୍ତ ବସିବେ। ସେହିପରି ମାଛ, ମାଂସ ଅଣ୍ଡା ଦୋକାନ ଖୋଲା ରହିଥିବା ଦେଖିବାକୁ ମିଳିଛି। ଲୋକେ ସାମାଜିକ ଦୂରତ୍ୱ ରକ୍ଷା କରି କିଣାବିକା କରିବାକୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି। ଏଥିରେ ଅମାନ୍ୟ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ବିଏମ୍‌ସି ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିମାନବନ୍ଦରରେ ୨ଯୁବକଙ୍କୁ ବାଂଲାଦେଶୀ କହି ମାଡ଼ିବସିଲେ, ପରେ…

ଭୁବନେଶ୍ୱର,୨୯।୧୨: ବାଂଲାଦେଶୀ ଭାଭିଲେ ଆଉ ମାଡ଼ିବସିଲେ। ଆମ ହିନ୍ଦୁ ମାନଙ୍କୁ ବାଂଲାଦେଶରେ ଅମାନୁଷିକ ଭାବେ ହତ୍ୟା କରୁଛ କହି ଦୁଇ ଯୁବକଙ୍କୁ ବାଂଲାଦେଶୀ ସନ୍ଦେହରେ ଭୁବନେଶ୍ୱର...

ଆକ୍ସନ ମୋଡରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ବାଲି ବୋଝେଇ ଟ୍ରାକ୍ଟର ଧରି ପୋଲିସକୁ ଜିମା ଦେଲେ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ରାଜ୍ୟ ଖଣି, ଇସ୍ପାତ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମ...

ରାଜ୍ୟ ଭାଜପାର ୪ ସାଧାରଣ ସମ୍ପାଦକଙ୍କୁ ନେଇ ବସିଲା ବଡ଼ ବୈଠକ: ଆସିପାରେ…

ଭୁବନେଶ୍ୱର,୨୯।୧୨: ଭାଜପା ରାଜ୍ୟ କାର୍ଯ୍ୟାଳୟରେ ସାଙ୍ଗଠନିକ ସ୍ଥିତିକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ରାଜ୍ୟ ଭାଜପାର ୪ ସାଧାରଣ ସମ୍ପାଦକଙ୍କୁ ନେଇ ଏହି ବୈଠକ ବସିଛି।...

ହାତୀ, ବାର୍‌ହାଙ୍କ ଉତ୍ପାତ: ଉଜାଡିଲେଣି ୬୪ ଏକର

ବେଗୁନିଆ,୨୯।୧୨(ହରପ୍ରସନ୍ନ ପଣ୍ଡା): ଚଳିତ ଖରିଫ ଋତୁରେ ଏବେ କ୍ଷେତରୁ ଧାନ ଫସଲ ଅମଳ ଜାରି ରହିଛି। ଏଥିସହ ଜମିରେ ରବି ଫସଲ ବୁଣାଯାଇଛି। ଅପରପକ୍ଷେ ପନିପରିବା,...

ମାନସିକ ଭାରସାମ୍ୟ ହରାଇ କୀଟନାଶକ ପିଇଦେଲେ ଯୁବକ, ଚାଲିଗଲା ଜୀବନ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ମାନସିକ ଭାରସାମ୍ୟ ହରାଇ ଘରେ ଥିବା କୀଟନାଶକ ପିଇଦେଲେ ଯୁବକ । ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନୂଆମୌଳାଭଞ୍ଜା ଗ୍ରାମରୁ ସାମ୍ନାକୁ...

ବିଜେଡି କର୍ମକର୍ତ୍ତାଙ୍କ ନାଁ ଘୋଷଣାକୁ ନେଇ ବିବାଦ, ଦେବାଶିଷ ଓ ଦେବୀଙ୍କ ସହ ଥିବା ନେତାଙ୍କୁ ତାଲିକାରୁ ବାଦ୍

କଟକ: ବିଜୁ ଜନତା ଦଳର କର୍ମକର୍ତ୍ତାଙ୍କ ମଧ୍ୟରେ ମତଭେଦ ଦେଖାଯାଉଥିବା ବେଳେ ବିଜେଡି କର୍ମକର୍ତ୍ତାଙ୍କ ନାଁ ଘୋଷଣାକୁ ନେଇ ବିବାଦ ଦେଖାଯାଇଛି । BYJD(ବିଜୁ ଯୁବ...

ଉନ୍ନାଓ ଗଣବଳାତ୍କାର ମାମଲା: ଦିଲ୍ଲୀ ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୯।୧୨: ଦିଲ୍ଲୀ ହାଇକୋର୍ଟ ସମ୍ପ୍ରତି ଉନ୍ନାଓ ବଳାତ୍କାର ମାମଲାରେ ଅଭିଯୁକ୍ତ ପୂର୍ବତନ ବିଧାୟକ କୁଲଦୀପ ସିଂହ ସେଙ୍ଗାରଙ୍କ ଦଣ୍ଡାଦେଶକୁ ସ୍ଥଗିତ ରଖିଛନ୍ତି ସୁପ୍ରିମକୋର୍ଟ। ହାଇକୋର୍ଟ ସେଙ୍ଗାରଙ୍କ...

Children born on Ekadashi: ଏକାଦଶୀରେ ଜନ୍ମ ହୋଇଥିବା ପିଲାମାନେ ବହୁତ ସ୍ୱତନ୍ତ୍ର, ଏହି ଗୁଣ…

ଧାର୍ମିକ ଦୃଷ୍ଟିକୋଣରୁ ୨୦୨୫ ବର୍ଷର ଶେଷ ଅତ୍ୟନ୍ତ ଶୁଭ ହେବାକୁ ଯାଉଛି । ଡିସେମ୍ବର ୩୦ ତାରିଖରେ ବର୍ଷର ଶେଷ ପୁତ୍ରଦା ଏକାଦଶୀ ପାଳନ କରାଯିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri