ବିନା ବାଧାରେ ଅତ୍ୟାବଶ୍ୟକ ମାଲ ପରିବହନ ଯାନ ଚଳପ୍ରଚଳକୁ ନିଶ୍ଚିତ କର: ଜିଲାପାଳ, ଏସ୍‌ପିଙ୍କୁ  ନିର୍ଦ୍ଦେଶ

ଭୁବନେଶ୍ୱର,୨୬ା୩(ବ୍ୟୁରୋ)- କରୋନା ଭୂତାଣୁ(କୋଭିଡ୍‌-୧୯)କୁ ନିୟନ୍ତ୍ରଣ କରିବା ଅତ୍ୟନ୍ତ ଜଟିଳ ହୋଇପଡ଼ିଛି। ସମଗ୍ର ଦେଶରେ ଲକ୍‌ଡାଉନ୍‌ ଚାଲିଛି। ଜନସାଧାରଣଙ୍କ ନିକଟରେ କିଭଳି ଅତ୍ୟାବଶ୍ୟକ ସାମଗ୍ରୀ ପହଞ୍ଚତ୍ବ ତାହା ସରକାରଙ୍କ ପ୍ରାଥମିକତା ହୋଇଛି। ଏହାକୁ ଦୃଷ୍ଟିରେ ରଖି ଅତ୍ୟାବଶ୍ୟକ ସାମଗ୍ରୀ ପରିବହନରେ ନିୟୋଜିତ ଯାନବାହନଗୁଡ଼ିକ ଯେପରି ବିନା ବାଧାରେ ଚଳପ୍ରଚଳ କରିବ ସେ ନେଇ ସୁନିଶ୍ଚିତ କରିବାକୁ ରାଜ୍ୟ ସରକାର ସମସ୍ତ ଜିଲାପାଳ ଏବଂ ଏସ୍‌ପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କଟକ ଓ ଭୁବନେଶ୍ୱର ମହାନଗର ନିଗମ ମଧ୍ୟରେ ସେହି ଯାନବାହନଗୁଡିକ ନିର୍ବିଘ୍ନରେ ଚଳାଚଳ କରିବ। ଏଥିସହିତ ଜାତୀୟ ରାଜପଥ(ଏନ୍‌ଏଚ୍‌) କଡ଼ରେ ଥିବା ଢାବା, ଗ୍ୟାରେଜ୍‌ ଏବଂ ଯନ୍ତ୍ରାଂଶ ଦୋକାନଗୁଡ଼ିକ ଯେପରି ଖୋଲା ରହିବ ସେ ନେଇ ପଦକ୍ଷେପ ନେବାକୁ ଯୋଗାଣ ଅଧିକାରୀ ଏବଂ ଆର୍‌ଟିଓମାନଙ୍କ ସହଯୋଗରେ ଏହି ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି। ଯାନବାହନଗୁଡ଼ିକ ଯେପରି ଲକ୍ଷ୍ୟସ୍ଥଳରେ ସୁରକ୍ଷିତ ଭାବେ ପହଞ୍ଚତ୍ପାରିବେ ସେନେଇ ପଦକ୍ଷେପ ନେବାକୁ ଏସ୍‌ପିଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଅତ୍ୟାବଶ୍ୟକ ସାମଗ୍ରୀ ଛଡ଼ା ଅନ୍ୟ ଗାଡ଼ି ଯେପରି ଚଳାଚଳ ନ କରିବ ସେଥିପ୍ରତି ଦୃଷ୍ଟି ଦେବାକୁ କୁହାଯାଇଛି। ଯାନବାହନ ପାଇଁ କୌଣସି ଅନୁମତିପତ୍ରର ଆବଶ୍ୟକତା ନାହିଁ। ଢାବାରେ ଯେପରି ଭିଡ଼ ନ ହେବ ସେଥିପ୍ରତି ଦୃଷ୍ଟିଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଅତ୍ୟାବଶ୍ୟକ ସାମଗ୍ରୀ ପରିବହନ କରୁଥିବା କର୍ମଚାରୀଙ୍କ ବ୍ୟତୀତ ଅନ୍ୟମାନେ ଯେପରି ଢାବାକୁ ନ ଆସିବେ ସେ ନେଇ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri